• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

 ଦୁର୍ନୀତି ନିବାରଣ ସପ୍ତାହ ଓ ଜାତୀୟ ଏକତା ଦିବସ ପାଳିତ  

Proprietor Abhimanyu Maharana by Proprietor Abhimanyu Maharana
November 1, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
 ଦୁର୍ନୀତି ନିବାରଣ ସପ୍ତାହ ଓ ଜାତୀୟ ଏକତା ଦିବସ ପାଳିତ  
Share on FacebookShare on TwitterWhatsapp

ଫୁଲବାଣୀ (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ଦୁର୍ନୀତିମୁକ୍ତ ସମାଜ ଗଠନ, ସାଧୁତା, ସ୍ୱଚ୍ଛତା ଓ ନୈତିକ ମୂଲ୍ୟବୋଧର ପ୍ରସାର ଉଦ୍ଦେଶ୍ୟରେ କନ୍ଧମାଳ ଜିଲ୍ଲା ପ୍ରଶାସନ ଓ ଭିଜିଲାନ୍ସ ବିଭାଗର ମିଳିତ ଆନୁକୂଲ୍ୟରେ ଶନିବାର ଫୁଲବାଣୀସ୍ଥିତ ପଞ୍ଚାୟତ ଭବନ ସଭାଗୃହଠାରେ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ଓ ଜାତୀୟ ଏକତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଫୁଲବାଣୀ ବିଧାୟକ ଶ୍ରୀ ଉମା ଚରଣ ମଲ୍ଲିକ ମୁଖ୍ୟ ଅତିଥି ଏବଂ ତପୋବନ ଶାନ୍ତି ଆଶ୍ରମର ପ୍ରମୁଖ ଶ୍ରୀ ପ୍ରକାଶ ମୁନି ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ।

ସମ୍ମାନିତ ଅତିଥି ଭାବେ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଶ୍ରୀ ମାନଗୋବିନ୍ଦ ପ୍ରଧାନ, ସହରାଞ୍ଚଳ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ପ୍ରବୀଣ କୁମାର ବାଣୁଆ, ଉପଜିଲ୍ଲାପାଳ ଶ୍ରୀ ଭିକାରୀ ସାହୁ, ଫୁଲବାଣୀ ଆଇଟିଡିଏର ପ୍ରକଳ୍ପ ପ୍ରଶାସକ ଶ୍ରୀ ଯୁଧିଷ୍ଠିର ମେହେର, ଭିଜିଲାନ୍ସ ବିଭାଗର ସ୍ୱତନ୍ତ୍ର ପି.ପି. ଶ୍ରୀ ଭି.ଭି. ରାମଦାସ ଓ ଶ୍ରୀ ବିଜୟ କୃଷ୍ଣ ପଟ୍ଟନାୟକ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ମାନସ ରଞ୍ଜନ ଦାସ ଏବଂ କନ୍ଧମାଳ ସାଂସଦଙ୍କ ପ୍ରତିନିଧି ଶ୍ରୀ ଅଜିତ କୁମାର ପଟ୍ଟନାୟକ ଯୋଗଦେଇଥିଲେ ।

ସଭାରେ ଅତିଥିମାନେ ଦୁର୍ନୀତି ନିବାରଣ କ୍ଷେତ୍ରରେ ଜନସାଧାରଣଙ୍କ ସହଯୋଗ, ପ୍ରଶାସନିକ ସ୍ୱଚ୍ଛତା, ସାଧୁତା ଓ ନୈତିକ ଦାୟିତ୍ୱବୋଧର ଗୁରୁତ୍ୱ ଉପରେ ମତବ୍ୟକ୍ତ କରିଥିଲେ । ଏଥିସହ ସାଧୁତା ଓ ସ୍ୱଚ୍ଛତା ଶୀର୍ଷକ ଏକ ଆଲୋଚନାଚକ୍ର ଆୟୋଜିତ ହୋଇଥିଲା।ପ୍ରାରମ୍ଭରେ ଭିଜିଲାନ୍ସ ବିଭାଗର ଡିଏସ୍‌ପି ଶ୍ରୀମତୀ କୁମୁଦିନୀ ସାହୁ ସ୍ୱାଗତ ଅଭିଭାଷଣ ପ୍ରଦାନ କରିବା ସହ ଦୁର୍ନୀତି ନିବାରଣ ଦିଗରେ ବିଭାଗ ପକ୍ଷରୁ ରାଜ୍ୟ ଓ ଜିଲ୍ଲାସ୍ତରରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ଓ ସଚେତନତାମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ତଥ୍ୟ ଉପସ୍ଥାପନ କରିଥିଲେ ।

ଏହାପୂର୍ବରୁ ଜିଲ୍ଲାପାଳଙ୍କ ନେତୃତ୍ୱରେ ଜିଲ୍ଲା କାର୍ଯ୍ୟାଳୟ ପରିସରରୁ ଏକ ସଚେତନତା ଶୋଭାଯାତ୍ରା ବାହାରି ସହର ପରିକ୍ରମା କରି ପଞ୍ଚାୟତ ଭବନଠାରେ ପହଞ୍ଚିଥିଲା । ଏଥିରେ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ, ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା, ବିଭିନ୍ନ ବିଭାଗର କର୍ମଚାରୀ ଓ ଜନସାଧାରଣ ସାମିଲ ହୋଇଥିଲେ । ଏହି ଅବସରରେ କନିଷ୍ଠ ଓ ବରିଷ୍ଠ ବିଭାଗରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ ।

କାର୍ଯ୍ୟକ୍ରମ ଶେଷରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗର ଭାରପ୍ରାପ୍ତ ଅଧିକାରୀ ତଥା ଜିଲ୍ଲା ସଂସ୍କୃତି ଉନ୍ନୟନ ଅଧିକାରୀ ଶ୍ରୀ ନଳିନୀକାନ୍ତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଉପଖଣ୍ଡସ୍ତରୀୟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ଅତିନିଏଲ ନାଇକ ଏବଂ ଭିଜିଲାନ୍ସ ବିଭାଗର ଅଧିକାରୀ ଶ୍ରୀ ୱାଇ.ବି. ରବିକିରଣ, ଶ୍ରୀ ସନ୍ତୋଷ ସାହୁ, ଶ୍ରୀ ମନୋରଞ୍ଜନ କହଁର ଓ ଶ୍ରୀ ମନୋଜ ମୁଖୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ ରେଳମଣ୍ଡଳରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

RASHTRIYA EKTA DIWAS OBSERVED AT KHURDA ROAD DIVISION

November 1, 2026
ଖୋର୍ଦ୍ଧାରୋଡ ରେଳମଣ୍ଡଳରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

ଖୋର୍ଦ୍ଧାରୋଡ ରେଳମଣ୍ଡଳରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

November 1, 2026
ଜାତୀୟ ଏକତା ଦିବସରେ ଜଟଣୀରେ ପ୍ରଥମ ସର୍ବ ଓଡ଼ିଶା ମିନି ମାରାଥନ ଅନୁଷ୍ଠିତ

ଜାତୀୟ ଏକତା ଦିବସରେ ଜଟଣୀରେ ପ୍ରଥମ ସର୍ବ ଓଡ଼ିଶା ମିନି ମାରାଥନ ଅନୁଷ୍ଠିତ

November 1, 2026
ମୋ ପରିବାର”ପକ୍ଷରୁ ବିଶ୍ୱ ମିତବ୍ଯୟିତା ଦିବସ ପାଳିତ

ମୋ ପରିବାର”ପକ୍ଷରୁ ବିଶ୍ୱ ମିତବ୍ଯୟିତା ଦିବସ ପାଳିତ

November 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ ରେଳମଣ୍ଡଳରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

RASHTRIYA EKTA DIWAS OBSERVED AT KHURDA ROAD DIVISION

November 1, 2026
ଖୋର୍ଦ୍ଧାରୋଡ ରେଳମଣ୍ଡଳରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

ଖୋର୍ଦ୍ଧାରୋଡ ରେଳମଣ୍ଡଳରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

November 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version