ମାଲକାନଗିରି (ଓଡ଼ିଶା ତାଜା ନିୟୁଜ୍) (ନି.ପ୍ର) :- ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପକ୍ଷରୁ ମାଲକାନଗିରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରସ୍ଥ ଏଫଏଲସି ହଲ୍ ଠାରେ ଆଜି ଏକ ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ଆନୁଷ୍ଠାନିକ ଭାବେ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପାଇଁ ନୂତନ ଭାବେ ମନୋନୀତ ହୋଇଥିବା ମୋଟ ୬୨ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି । ସେଥିମଧ୍ୟରୁ ୬୧ ଜଣ ସେବକ/ସେବିକା ଏବଂ ଜଣେ ଟିଏଲ୍ଟି ଅନ୍ତର୍ଭୁକ୍ତ । ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ହଳଧର ଶବରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନବନିଯୁକ୍ତ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ହସ୍ତାନ୍ତର କରିଥିଲେ ।















