କନ୍ଧମାଳ (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ବାତ୍ୟା ‘ଅର୍ଣ୍ଣବ’ ଏବଂ ଏହା ପରବର୍ତ୍ତୀ ବନ୍ୟା ଯୋଗୁଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସୃଷ୍ଟି ହୋଇଥିବା କ୍ଷୟକ୍ଷତି ଓ ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟକୁ ଅଧିକ ଗୁରୁତ୍ୱ ଦେଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲ୍ଲାରେ ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟର ସମନ୍ୱୟ ପାଇଁ ବାଲେଶ୍ୱରର ସବ୍କଲେକ୍ଟର ତଥା ଆଇଏଏସ୍ ଅଧିକାରୀ ଶିବ ମାଲଭିଆଙ୍କୁ ନିୟୋଜିତ କରାଯାଇଛି। ଏନେଇ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ନଭେମ୍ବର ୩ ତାରିଖରେ ଚିଠି ସଂଖ୍ୟା. ଜରିଆରେ ନିର୍ଦ୍ଦେଶନାମା ଜାରି ହୋଇଛି। ବିପର୍ଯ୍ୟୟ ପରିଚାଳନା ଆଇନ, ୨୦୦୫ ଏବଂ ଓଡ଼ିଶା ରିଲିଫ୍ କୋଡ୍ ଅନୁଯାୟୀ ପ୍ରଦତ୍ତ କ୍ଷମତା ବଳରେ ଏହି ନିଯୁକ୍ତି କରାଯାଇଛି।
















