• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲାରେ ବାତ୍ୟା ‘ଅର୍ଣ୍ଣବ’ ଜନିତ କ୍ଷୟକ୍ଷତି ଆକଳନ ପାଇଁ ଆନ୍ତଃ-ମନ୍ତ୍ରଣାଳୟ କେନ୍ଦ୍ରୀୟ ଦଳର ଗଜପତି ଜିଲ୍ଲା ଗସ୍ତ

Proprietor Abhimanyu Maharana by Proprietor Abhimanyu Maharana
November 4, 2026
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲାରେ ବାତ୍ୟା ‘ଅର୍ଣ୍ଣବ’ ଜନିତ କ୍ଷୟକ୍ଷତି ଆକଳନ ପାଇଁ ଆନ୍ତଃ-ମନ୍ତ୍ରଣାଳୟ କେନ୍ଦ୍ରୀୟ ଦଳର ଗଜପତି ଜିଲ୍ଲା ଗସ୍ତ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ବାତ୍ୟା ‘ଅର୍ଣ୍ଣବ’ ଏବଂ ଏହା ପରବର୍ତ୍ତୀ ବନ୍ୟା ଯୋଗୁଁ ଗଜପତି ଜିଲ୍ଲାରେ ହୋଇଥିବା କ୍ଷୟକ୍ଷତିର ଆକଳନ ପାଇଁ ୮ ଜଣିଆ ଆନ୍ତଃ-ମନ୍ତ୍ରଣାଳୟ କେନ୍ଦ୍ରୀୟ ଦଳ ଆଜି ଜିଲ୍ଲା ଗସ୍ତରେ ଆସି ସମୀକ୍ଷା କରିଛନ୍ତି l କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଶ୍ରୀ ରବି ଶଙ୍କରଙ୍କ ନେତୃତ୍ୱରେ ଏହି ଦଳ ଜିଲ୍ଲା ପରିଦର୍ଶନ କରିଥିଲେ। ଦଳରେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ବିଭାଗର ଧାନ ବିକାଶ ପାଟଣା ନିର୍ଦ୍ଦେଶକ ଡ.ମାନସ ସିଂ, କେନ୍ଦ୍ରୀୟ ବ୍ୟୟ ବିଭାଗ, ଅର୍ଥ ମନ୍ତ୍ରଣାଳୟର ଉପନିର୍ଦ୍ଦେଶକ ଶ୍ରୀ ରାହୁଲ ଚୌରସିଆ, ଜଳଶକ୍ତି ମନ୍ତ୍ରଣାଳୟ CWC ଭୁବନେଶ୍ୱର ନିର୍ଦ୍ଦେଶକ ଶ୍ରୀ ଦିଲୀପ କୁମାର ଜେନା,

ଶକ୍ତି ବିଭାଗ, ସିଇଏ ଆର.କେ ପୁରମ ନୂଆଦିଲ୍ଲୀ ଉପନିର୍ଦ୍ଦେଶକ ଶ୍ରୀ କରଣ ସରେନ, ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟର ଅଧୀକ୍ଷଣ ଯନ୍ତ୍ରୀ ଭୁବନେଶ୍ୱର ଶ୍ରୀ ସୁନୀଲ କୁମାର, ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ସଚିବ ନୂଆଦିଲ୍ଲୀ ଶ୍ରୀ ଅଜୟ କୁମାର ସାହୁ ଏବଂ ଜାତୀୟ ସୁଦୂର ସମ୍ବେଦନ କେନ୍ଦ୍ର (NRSC), ISROର ବୈଜ୍ଞାନିକ ଶ୍ରୀ ସି. ସାଇ କ୍ରିଷ୍ଣା ଉପସ୍ଥିତ ଥିଲେ।ଏହି ଅବସରରେ ଇଡ୍‌କୋର ମୁଖ୍ୟ ଜେନେରାଲ ମ୍ୟାନେଜର ଶ୍ରୀ ସରୋଜ କୁମାର ସାହୁ, ଦକ୍ଷିଣାଞ୍ଚଳ ରାଜସ୍ୱ ଆୟୁକ୍ତ ବ୍ରହ୍ମପୁର ଶ୍ରୀ ବିଜୟ ଅମୃତ କୁଲାଙ୍ଗେ, ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନୀଲ ଅଗ୍ରୱାଲ, ଆରକ୍ଷୀ ଅଧୀକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲାର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆୟୋଜିତ ସମୀକ୍ଷା ବୈଠକରେ ଜିଲ୍ଲା ଜରୁରୀକାଳୀନ ବିଭାଗ ପକ୍ଷରୁ ପ୍ରସ୍ତୁତ ବାତ୍ୟା ପରବର୍ତ୍ତୀ କ୍ଷୟକ୍ଷତି ରିପୋର୍ଟ ଉପସ୍ଥାପନ କରାଯାଇଥିଲା। ଜିଲ୍ଲାପାଳ କେନ୍ଦ୍ରୀୟ ଦଳକୁ ବାତ୍ୟା ଜନିତ କ୍ଷୟକ୍ଷତି ଓ ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଅବଗତ କରାଇଥିଲେ। ବାତ୍ୟା ଯୋଗୁଁ ଗଜପତି ଜିଲ୍ଲାର ୧୩୦ଟି ଗ୍ରାମପଞ୍ଚାୟତ ଅନ୍ତର୍ଗତ ୮୪୭ଟି ୱାର୍ଡର ଗ୍ରାମ ପ୍ରଭାବିତ ହୋଇଥିଲା। ଜିଲ୍ଲାର ବିଭିନ୍ନ ସ୍ଥାନରେ ୧୪୭ଟି ସାମ୍ଭାବ୍ୟ ଭୂସ୍ଖଳନ ଚିହ୍ନଟ କରାଯାଇଥିବା ବେଳେ ୧୩ଟି ବିଭିନ୍ନ ସ୍ଥାନରେ ଛୋଟବଡ଼ ଭୂସ୍ଖଳନ ହୋଇଥିବା ଅବଗତ କରାଯାଇଥିଲା । ସେହିପରି ୧୨୩୨ଟି ଘର ଭାଙ୍ଗିଥିବା ସୂଚନା ଦିଆଯାଇଥିଲା।

ବାତ୍ୟା ସମୟରେ ଜିଲ୍ଲାର ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀରେ ୩୫,୦୧୪ ଜଣଙ୍କୁ ସୁରକ୍ଷିତ ଭାବେ ଆଶ୍ରୟ ଦିଆଯିବା ସହ ସେମାନଙ୍କୁ ଆବଶ୍ୟକୀୟ ସୁବିଧା ଯୋଗାଇ ଦିଆଯାଇଥିଲା। ଆଜିର ଗସ୍ତ ସମୟରେ କେନ୍ଦ୍ରୀୟ ଦଳ ଗୋସାଣୀ, ରାୟଗଡ଼, ଆର୍‌.ଉଦୟଗିରି ଓ ମୋହନା ବ୍ଲକ୍‌ର ବାତ୍ୟା ଏବଂ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି କ୍ଷୟକ୍ଷତିର ବାସ୍ତବ ସ୍ଥିତି ଅନୁଧ୍ୟାନ କରିଥିଲେ। ବିଶେଷକରି କୃଷି, ଫସଲ, ରାସ୍ତାଘାଟ, ବିଦ୍ୟୁତ୍‌ ଭିତ୍ତିଭୂମି, ଜଳସମ୍ପଦ ଓ ଅନ୍ୟାନ୍ୟ ଜରୁରୀ ସେବା କ୍ଷେତ୍ରରେ ହୋଇଥିବା କ୍ଷୟକ୍ଷତିର ଆକଳନ କରିଥିଲେ। କ୍ଷେତ୍ର ପରିଦର୍ଶନ ସମୟରେ କେନ୍ଦ୍ରୀୟ ଦଳ ବାତ୍ୟା ଓ ବନ୍ୟା ପରବର୍ତ୍ତୀ ଉଦ୍ଧାର, ରିଲିଫ୍‌ ଓ ଥଇଥାନ କାର୍ଯ୍ୟର ସମୀକ୍ଷା କରିଥିଲେ।

ପ୍ରଭାବିତ ଲୋକଙ୍କୁ ଯୋଗାଇ ଦିଆଯାଉଥିବା ସହାୟତା ଏବଂ ଅତ୍ୟାବଶ୍ୟକ ସେବାର ପୁନଃସ୍ଥାପନ ସମ୍ପର୍କରେ ମଧ୍ୟ ତଥ୍ୟ ସଂଗ୍ରହ କରିଥିଲେ। ଏହି ସମୟରେ ଆବଶ୍ୟକୀୟ ପୁନରୁଦ୍ଧାର ଓ ରିଲିଫ୍‌ କାର୍ଯ୍ୟ ତ୍ୱରାନ୍ୱିତ କରିବା ନେଇ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ବାତ୍ୟା ସମୟରେ ଜିଲ୍ଲା ପ୍ରଶାସନର ସମସ୍ତ ବିଭାଗ ଏକ ଟିମ୍ ଭାବେ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବା ସହ ଉଦ୍ଧାର, ରିଲିଫ୍‌ ଓ ଥଇଥାନ କାର୍ଯ୍ୟକୁ ସଫଳତାର ସହ ସମ୍ପାଦନ କରିଥିବାରୁ କେନ୍ଦ୍ରୀୟ ଦଳ ଜିଲ୍ଲା ପ୍ରଶାସନର କାର୍ଯ୍ୟକୁ ପ୍ରଶଂସା କରିଥିଲେ।ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀ ଓ ଶ୍ରୀ ମୁନିଦ୍ର ହୋନନାଗା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ସୁଶ୍ରୀ ଭାଗବତ ସାମଲ କଲ୍ୟାଣ ରାଓ ସମେତ ସମସ୍ତ ଲାଇନ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Malabar Group Marks Malabar Day with Clean-Up Drive at Different parts of Odisha

Malabar Group Marks Malabar Day with Clean-Up Drive at Different parts of Odisha

November 4, 2026
ରାଜ୍ୟସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତାରେ ପିଏମ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ, ଲାଠିପଡ଼ା ତୃତୀୟ

ରାଜ୍ୟସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତାରେ ପିଏମ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ, ଲାଠିପଡ଼ା ତୃତୀୟ

November 4, 2026
ଡଃ ବାବାସାହେବ ଆମ୍ବେଦକରଙ୍କ ୬୯ ତମ ମହାପାରିନିର୍ବାଣ ଦିବସ ପାଳିତ

ଡଃ ବାବାସାହେବ ଆମ୍ବେଦକରଙ୍କ ୬୯ ତମ ମହାପାରିନିର୍ବାଣ ଦିବସ ପାଳିତ

November 4, 2026
ପାରଳାଖେମୁଣ୍ଡି ସ୍ଥିତ ବଡ ରାଧାକାନ୍ତ ମଠ ଠାରେ ଗୋ-ସମ୍ମାନ ଆହ୍ବାନ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ସ୍ଥିତ ବଡ ରାଧାକାନ୍ତ ମଠ ଠାରେ ଗୋ-ସମ୍ମାନ ଆହ୍ବାନ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

November 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Malabar Group Marks Malabar Day with Clean-Up Drive at Different parts of Odisha

Malabar Group Marks Malabar Day with Clean-Up Drive at Different parts of Odisha

November 4, 2026
ରାଜ୍ୟସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତାରେ ପିଏମ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ, ଲାଠିପଡ଼ା ତୃତୀୟ

ରାଜ୍ୟସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତାରେ ପିଏମ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ, ଲାଠିପଡ଼ା ତୃତୀୟ

November 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version