ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ୱାରା ରାଜ୍ୟ ସ୍ତରରେ ‘ମଧୁବାବୁ ପେନ୍ସନ୍ ଯୋଜନା’ରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ ଏବଂ ଏକୀକୃତ ପେନ୍ସନ୍ ପରିଚାଳନା ପୋର୍ଟାଲ୍ ର ଶୁଭାରମ୍ଭ ପରେ, ଆଜି ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ଜିଲ୍ଲା ସ୍ତରୀୟ ଭତ୍ତା ପ୍ରଦାନ ଉତ୍ସବ ସ୍ଥାନୀୟ ସଂସ୍କୃତି ଭବନଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସାମାଜିକ ସୁରକ୍ଷା କାର୍ଯ୍ୟାଳୟ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ମୋଟ ୩,୮୦୩ ଜଣ ନୂତନ ଯୋଗ୍ୟ ହିତାଧିକାରୀଙ୍କୁ ମଧୁବାବୁ ପେନ୍ସନ୍ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଥିବା ବେଳେ, ଆଜିର ଉତ୍ସବରେ ଉପସ୍ଥିତ ଥିବା ୫୪୦ ଜଣ ହିତାଧିକାରୀଙ୍କୁ ଆନୁଷ୍ଠାନିକ ଭାବେ ଭତ୍ତା ବଣ୍ଟନ କରାଯାଇଛି ।
















