
ପାରଳାଖେମୁଣ୍ଡି (ଓଡିଶା ତାଜା ନ୍ୟୁଜ ) (ନି.ପ୍ର ) :- ସମ୍ବିଧାନ ଦିବସ ଅବସରରେ ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି (ସ୍ୱୟଂଶାସିତ) ମହାବିଦ୍ୟାଳୟରେ ପାରଳାଖେମୁଣ୍ଡି ଥାନା ଏବଂ ସାଇବର କ୍ରାଇମ୍ ଓ ଅର୍ଥନୈତିକ ଅପରାଧ (CC & EO) ଥାନା, ଗଜପତିର ମିଳିତ ସହଯୋଗରେ ‘ନିଶା ମୁକ୍ତ ଓଡ଼ିଶା ଅଭିଯାନ’ ଏବଂ ‘ସାଇବର ଅପରାଧ ନିବାରଣ’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ ରାଧାକାନ୍ତ ଭୂୟାଁଙ୍କ ସଭାପତିତ୍ୱରେ ଏବଂ ଅଧ୍ୟାପକ ଡଃ ପି.ସି. ନାୟକଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବରିଷ୍ଠ ଅଧ୍ୟାପକ-ଅଧ୍ୟାପିକା ଏବଂ ଛାତ୍ରଛାତ୍ରୀମାନେ ସକ୍ରିୟ ଅଂଶଗ୍ରହଣ କରିଥିଲେ ।















