• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା କୋଭିଡି ପରିଚାଳନା ଉପରେ ଭିଡିଓ କନଫରେନ୍ସ ଜରିଆରେ ସମୀକ୍ଷା ବୈଠକ – ଓଡ଼ିଶାର ବିକାଶ ପ୍ରକଳ୍ପ ଉପରେ ଗୁରୁତ୍ବାରୋପ ।

Proprietor Abhimanyu Maharana by Proprietor Abhimanyu Maharana
October 14, 2020
in Uncategorized, ଓଡ଼ିଶା, କରୋନା, ଦେଶ, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା କୋଭିଡି ପରିଚାଳନା ଉପରେ ଭିଡିଓ କନଫରେନ୍ସ ଜରିଆରେ ସମୀକ୍ଷା ବୈଠକ – ଓଡ଼ିଶାର ବିକାଶ ପ୍ରକଳ୍ପ ଉପରେ ଗୁରୁତ୍ବାରୋପ ।
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୪ ଅକ୍ଟୋବର ବୁଧବାର ) ଭୁବନେଶ୍ଵର :- କୋଭିଡ ପରିଚାଳନାରେ ଓଡିଶା କ୍ରମାଗତଭାବେ ଭଲ ପ୍ରଦର୍ଶନ କରିଆସୁଛି । ସମସ୍ତ ସୂଚକାଙ୍କ ଜାତୀୟ ହାର ଠାରୁ ଭଲ ରହିଛି । ଅଧିକାଂଶ ଜିଲ୍ଲାରେ ନୂଆ ସଂକ୍ରମଣ କମୁଛି । କଟକ, ଖୋର୍ଦ୍ଧା ଓ ପୁରୀ ପରି ଅଧିକ ସଂକ୍ରମଣ ଥିବା ଜିଲ୍ଲାଗୁଡିକରେ ମଧ୍ୟ ପରିସ୍ଥିତିର ଉନ୍ନତି ଆସିଛି । ଆଗକୁ ପୂଜା ଋତୁ ଆସୁଥିବାରୁ ଏବଂ ତା ପରେ ପରେ ଶୀତ ଋତୁର ପ୍ରଭାବ ଆସୁଥିବାରୁ ପ୍ରଶାସନକୁ ସଂପୂର୍ଣ୍ଣ ଭାବେ ସତର୍କ ରହି ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଏବଂ କୋଭିଡ ନିୟମାବଳୀକୁ ଦୃଢ ଭାବରେ କାର୍ଯ୍ୟକାରୀ କରିବାକୁ ହେବ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନସିଂ ଜରିଆରେ କୋଭିଡ ପରିଚାଳନାର ସମୀକ୍ଷା କରି ବରିଷ୍ଠ ଅଧିକାରୀ ମାନଙ୍କୁ ଏହି ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ କେରଳ କୋଭିଡ ପରିଚାଳନାରେ ଅତି ଭଲ ପ୍ରଦର୍ଶନ କରିଆସୁଥିଲା । କିନ୍ତୁ ଓନାମ ଉତ୍ସବ ପରେ ସବୁକିଛି ବଦଳି ଯାଇଛି । ସଂକ୍ରମଣ ବହୁ ପରିମାଣରେ ବଢିଯାଇଛି । ଇଉରୋପ୍‌ର ଦେଶ ଗୁଡିକରେ ମଧ୍ୟ ସଂକ୍ରମଣର ଦ୍ବିତୀୟ ତରଙ୍ଗ ଦେଖାଦେଇଛି । ତେଣୁ ସାମାନ୍ୟ ଢିଲା ପଣ ଆସିଲେ, ପରିସ୍ଥିତି ଗମ୍ଭୀର ହେବାର ଆଶଙ୍କା ରହିଛି ।

ସେଥିପାଇଁ ପ୍ରଶାସନ ଏ କ୍ଷେତ୍ରରେ ସଂପୂର୍ଣ୍ଣ ସତର୍କ ରହି ଲୋକଙ୍କୁ ସଚେତନ କରିବା ଏବଂ ସବୁ ନିୟମର ଦୃଢ ଅନୁପାଳନ ଉପରେ ଧ୍ୟାନ କେନ୍ଦ୍ରୀତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହି ଅବସରରେ ରାଜ୍ୟରେ ଅର୍ଥନୈତିକ କାର୍ଯ୍ୟକ୍ରମ ଉପରେ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଓଡିଶା ବର୍ତ୍ତମାନ ପୁଞ୍ଜି ବିନିଯୋଗର ଏକ ଆକର୍ଷଣୀୟ କ୍ଷେତ୍ର ହୋଇପାରିଛି । ତେଣୁ ବୃହତ ଶିଳ୍ପ ହେଉ, କିମ୍ବା ମଧ୍ୟମ ବା ଏମଏସଏମଇ କ୍ଷେତ୍ର ହେଉ – ସମସ୍ତ ଶିଳ୍ପ ପ୍ରକଳ୍ପ ଗୁଡିକୁ ସବୁସ୍ତରରେ ସହଯୋଗ ଯୋଗାଇ ଦେଇ ଠିକ୍‌ ସମୟରେ ପ୍ରକଳ୍ପ ଯେପରି କାର୍ଯ୍ୟକାରୀ ହେବ ଏବଂ ପୁଞ୍ଜି ବିନିଯୋଗର ଲାଭ ଯେପରି ଲୋକମାନେ ପାଇପାରିବେ, ସେଥିପ୍ରତି ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ନରେଗା, ମିଶନ ଶକ୍ତି ଓ ଜୀବିକା ମିଶନ ଆଦି ଜୀବିକା କାର୍ଯ୍ୟକ୍ରମ ଗୁଡିକୁ ମଧ୍ୟ ଉପଯୁକ୍ତ ପ୍ରାଧାନ୍ୟ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିଳ୍ପ, ଖଣି, ନିର୍ମାଣ, ସେବା, ପରିବହନ ଆଦି ସବୁ କ୍ଷେତ୍ରରେ ଅର୍ଥନୈକିକ କାର୍ଯ୍ୟକ୍ରମକୁ ଆଗ୍ରାଧିକାର ଦେବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ କ୍ଷେତ୍ରରେ କୌଣସି ବାଧାକୁ ବରଦାସ୍ତ କରାଯିବ ନାହିଁ । ଯେକୌଣସି ଅର୍ଥନୈତିକ କାର୍ଯ୍ୟକ୍ରମରେ ବାଧା ସୃଷ୍ଟି କରାଗଲେ ଦୃଢ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୁଖ୍ୟଶାସନ ସଚିବ ଅସିତ ତ୍ରିପାଠୀ କହିଥିଲେ ଯେ ରାଜ୍ୟରେ ସଂକ୍ରମଣ ହ୍ରାସ ଘଟୁଛି ।

ତେଣୁ ବର୍ତ୍ତମାନ ଡାକ୍ତରଖାନା ଉପରେ ଚାପ ମଧ୍ୟ ହ୍ରାସ ପାଇଛି । Favipiravir ଭଲ କାମ ଦେଉଛି ଓ ଏହାର ବ୍ୟବହାର ରୋଗୀଙ୍କ ଦ୍ବାରା ଗ୍ରହଣୀୟ ହେଉଛି ବୋଲି ସେ କହିଥିଲେ। ସେହିପରି କୋଭିଡ଼ ପରୀକ୍ଷା ରିପୋର୍ଟ ଯେପରି ଶୀଘ୍ର ମିଳିପାରିବ, ସେ ଦିଗରେ ପଦକ୍ଷେପ ନିଆଯାଉଛି ବୋଲି ସେ କହିଥିଲେ । ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର କହିଲେ ଯେ କଟକ, ଖୋର୍ଦ୍ଧା ଓ ପୁରୀରେ ସଂକ୍ରମଣ କମୁଛି। ରାଜ୍ୟରେ ଆରୋଗ୍ୟ ହାର ୯୧ ପ୍ରତିଶତରେ ପହଞ୍ଚିଛି ଏବଂ ଓଡିଶା ଏ କ୍ଷେତ୍ରରେ ଦେଶର ପ୍ରଥମ ୫ଟି ରାଜ୍ୟ ମଧ୍ୟରେ ରହିଛି । ରାଜ୍ୟରେ ବର୍ତ୍ତମାନ ୨୫୪୨୮ ସକ୍ରିୟ କେସ୍‌ ଥିବାବେଳେ, ୧୯୧୩୧ ଜଣ ଗୃହ ସଂଗରୋଧରେ ରହିଛନ୍ତି। କୋଭିଡ ଡାକ୍ତରଖାନା ଶଯ୍ୟା,ଆଇସିୟୁ ଓ ଭେଣ୍ଟିଲେଟର ଆଦି ସବୁ କ୍ଷେତ୍ରରେ ରାଜ୍ୟ ବର୍ତ୍ତମାନ ସନ୍ତୋଷଜନକ ସ୍ଥିତିରେ ରହିଛି । ବାର୍ତ୍ତମାନ ୨୦ ରୁ ୪୦ ପ୍ରତିଶତ ଆଇସିୟୁ ଖାଲି ରହୁଛି ବୋଲି ସେ ସୂଚନା ଦେଇଥିଲେ । ସେହିପରି ରାଜ୍ୟରେ ଅକ୍‌ସିଜେନ୍‌ର ଅଭାବ ନାହିଁ ବୋଲି ପ୍ରକାଶ କରି ଭୁବନେଶ୍ବରରେ ଆଜି ଠାରୁ ସେରୋ ସର୍ଭେ ଆରମ୍ଭ କରାଗଲା ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଥିଲେ ।

କୋଭିଡ ଗାଇଡଲାଇନ୍‌ସ ଅନୁପାଳନ ପାଇଁ ପୋଲିସ ନେଇଥିବା ପଦକ୍ଷେପ ସଂପର୍କରେ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ ସୂଚନା ଦେଇଥିଲେ। ପୋଲିସ ଓ ଅଗ୍ନିଶମ ସେବା କର୍ମଚାରୀ ବର୍ତ୍ତମାନ ସୁଦ୍ଧା ୪୦୦ ୟୁନିଟ୍‌ ପ୍ଲାଜମା ଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଜଣାଇଥିଲେ। ପାର୍ବଣ ଓ ଶୀତ ଋତୁକୁ ଦୃଷ୍ଟିରେ ରଖି ସମସ୍ତ କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା ଏବଂ ଏ ସଂପର୍କରେ ଜିଲ୍ଲାପାଳ ଓ ଏସ୍‌.ପି ମାନଙ୍କୁ ଦୃଢ ଭାବରେ ମନିଟରିଂ କରିବା ପାଇଁ ପରାମର୍ଶ ଦିଆଯାଇଥିଲା। ସେହିପରି ମୋ ସରକାର କାର୍ଯ୍ୟକ୍ରମରେ ବରିଷ୍ଠ ଅଧିକାରୀ ମାନେ କୋଭିଡ ହସ୍‌ପିଟାଲ ଓ ଗୃହ ସଂଗରୋଧରେ ଥିବା ରୋଗୀ ମାନଙ୍କ ଠାରୁ ପାଇଥିବା ମତାମତ ଭିତ୍ତିରେ ଭବିଷ୍ୟତ ପଦକ୍ଷେପ ପାଇଁ ବୈଠକରେ ସ୍ଥିର କରାଯାଇଥିଲା। ବୈଠକରେ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ । (ଭୁବନେଶ୍ୱର /ରିପୋର୍ଟ /ସ୍ୱରୂପ ଦାସ୍ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version