• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅନୁଗୁଳ

ଚାଷୀ ଓ ଯୁବକ ମାନଙ୍କୁ ବ୍ୟାପକ କୃଷି ଉଦ୍ୟୋଗ ସୃଷ୍ଟି କରିବା ପାଇଁ – ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

Proprietor Abhimanyu Maharana by Proprietor Abhimanyu Maharana
December 3, 2020
in ଅନୁଗୁଳ, ଓଡ଼ିଶା, କଟକ, କନ୍ଧମାଳ, କଳାହାଣ୍ଡି, କେନ୍ଦୁଝର, କେନ୍ଦ୍ରାପଡା, କୋରାପୁଟ, ଖୋର୍ଦ୍ଧା, ଗଜପତି, ଗଞ୍ଜାମ, ଜଗତସିଂହପୁର, ଝାରସୁଗୁଡା, ଢେଙ୍କାନାଳ, ଦେବଗଡ଼, ଦେଶ, ନବରଙ୍ଗପୁର, ନୟାଗଡ଼ ନିଉଜ୍, ନୂଆପଡ଼ା, ପୁରୀ, ବରଗଡ଼, ବଲାଙ୍ଗିର, ବାଣିଜ୍ୟ, ବାଲେଶ୍ଵର, ବୌଦ୍ଧ, ଭଦ୍ରକ, ମନୋରଞ୍ଜନ, ମୟୁରଭଞ୍ଜ, ମହାନଗର, ମାଲକାନଗିରି, ଯାଜପୁର, ରାୟଗଡା, ସମ୍ବଲପୁର, ସୁନ୍ଦରଗଡ଼, ସୁବର୍ଣ୍ଣପୁର, ହୋମ୍
0
ଚାଷୀ ଓ ଯୁବକ ମାନଙ୍କୁ ବ୍ୟାପକ କୃଷି ଉଦ୍ୟୋଗ ସୃଷ୍ଟି କରିବା ପାଇଁ – ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ
Share on FacebookShare on TwitterWhatsapp

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ମତ୍ସ୍ୟ ଓ ପଶୁସଂପଦ ବିକାଶ ବିଭାଗର ୧୫ଟି ଅନ୍‌ଲାଇନ ସେବାର ଶୁଭାରମ୍ଭ ହୀରାକୁଦ ଜଳଭଣ୍ଡାର ମଧ୍ୟରେ ହେବ – କେଜ୍‌ କଲ୍‌ଚର ମାଛ ଚାଷ

କୋଭିଡ ସମୟରେ ଅନୁଷଙ୍ଗିକ କ୍ଷେତ୍ର ଗୁଡିକ ପାଇଁ ରାଜ୍ୟ ସରକାର ୧୭୩ କୋଟି ଟଙ୍କାର କୋଭିଡ ପ୍ୟାକେଜ କାର୍ଯ୍ୟକାରୀ କରିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ୪୪ ହଜାରରୁ ଅଧିକ ଚାଷୀ ଉପକୃତ ହୋଇଛନ୍ତି ।

ଓଡ଼ିଶା ତାଜା ନ୍ୟୁଜ (୩ ଡିସେମ୍ବର ଗୁରୁବାର ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ମତ୍ସ୍ୟ ଓ ପଶୁସଂପଦ ବିକାଶ ବିଭାଗର ୧୫ଟି ଅନ୍‌ଲାଇନ ସେବାର ଶୁଭାରମ୍ଭ କରିଛନ୍ତି। ଏହାସହିତ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ହୀରାକୁଦ ଜଳଭଣ୍ଡାର ମଧ୍ୟରେ ପଞ୍ଜୁରୀ ମାଛ ଚାଷ (Cage Culture) ପାଇଁ ବିଭିନ୍ନ ଉଦ୍ୟୋଗୀ ମାନଙ୍କ ସହିତ ଚୁକ୍ତିପତ୍ର ମଧ୍ୟ ସ୍ବାକ୍ଷରିତ ହୋଇଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଅନ୍‌ଲାଇନ ସେବା ଦ୍ବାରା ମାଛ ଚାଷୀ ଓ ଉଦ୍ୟୋଗୀ ମାନେ ଘରେ ରହି ଅନ୍‌ଲାଇନ ଜରିଆରେ ବିଭିନ୍ନ ସରକାରୀ ଯୋଜନାର ସୁବିଧା ପାଇପାରିବେ। ଡଙ୍ଗାର ପଞ୍ଜୀକରଣ ଓ ଲାଇସେନ୍‌ସ ପ୍ରାପ୍ତି, ଲବଣାତ୍କ ଜଳର ମାଛ ଚାଷର ପଞ୍ଜୀକରଣ, ବିଭିନ୍ନ ଯୋଜନାରେ ରିହାତି ଲାଭ ଆଦି ଅନେକ କାର୍ଯ୍ୟ ସୁବିଧାରେ ହୋଇପାରିବ । ବୃହତ ଓ ମଧ୍ୟମ ଧରଣର ହ୍ରଦରେ କେଜ୍‌ କଲ୍‌ଚର ଜରିଆରେ ମାଛ ଚାଷକୁ ପ୍ରୋତ୍ସାହନ ଦେବା ପାଇଁ ରାଜ୍ୟ ସରକାର ଚଳିତ ବର୍ଷ ମାର୍ଚ୍ଚ ମାସରେ ଏକ ନୂତନ ନୀତି ଗ୍ରହଣ କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହାଦ୍ବାରା ରାଜ୍ୟର ବାର୍ଷିକ ମତ୍ସ୍ୟ ଉତ୍ପାଦନ ୧.୨୪ ଟନ୍‌ ବଢିପାରିବ ଏବଂ ରାଜ୍ୟରେ ମାଛର ସଂପୂର୍ଣ୍ଣ ଚାହିଦା ପୂରଣ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। କେଜ୍‌ କଲ୍‌ଚର ଦ୍ବାରା ମତ୍ସ୍ୟ କ୍ଷେତ୍ରରେ ଉଦ୍ୟୋଗୀ ମାନଙ୍କୁ ପ୍ରୋତ୍ସାହନ ମିଳିବା ସହିତ ନିଯୁକ୍ତି ସୁଯୋଗ ମଧ୍ୟ ବୃଦ୍ଧି ହେବ । ଜଳଭଣ୍ଡାର ଲିଜ୍‌ ରୟାଲଟିରୁ ପ୍ରାଥମିକ ମତ୍ସ୍ୟ ସମବାୟ ସମିତି ଗୁଡିକ ଲାଭବାନ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ରାଜ୍ୟର କୃଷି ଉଦ୍ୟୋଗୀ ମାନଙ୍କୁ ରାଜ୍ୟ ସରକାର ବାର୍ଷିକ ୫୦ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଦେଉଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ରାଜ୍ୟର ଚାଷୀ ଓ ଯୁବକ ମାନଙ୍କୁ ବ୍ୟାପକ ଭାବରେ କୃଷି ଉଦ୍ୟୋଗ ସୃଷ୍ଟି କରିବା ପାଇଁ ଆହ୍ବାନ ଦେଇଥିଲେ ।  ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାର କୃଷିର ଆନୁଷଙ୍ଗିକ କ୍ଷେତ୍ର ଗୁଡିକୁ ରାଜ୍ୟର ଚାଷୀ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ଉଦ୍ୟୋଗୀ ମାନଙ୍କ ପାଇଁ ଅଭିବୃଦ୍ଧିର ଇଞ୍ଜିନ ଭାବେ ଗ୍ରହଣ କରିଛନ୍ତି ଏବଂ ଏଥିପାଇଁ ଚଳିତ ବର୍ଷ ଏହି କ୍ଷେତ୍ରକୁ ବଜେଟ ପରିମାଣ ଦୁଇ ଗୁଣ ବୃଦ୍ଧି କରାଯାଇଛି ।

୨୦୧୯-୨୦ରେ ରାଜ୍ୟର ମତ୍ସ୍ୟ ଓ ପଶୁସଂପଦ କ୍ଷେତ୍ରରେ ଅଭିବୃଦ୍ଧି ହାର ୧୯ ପ୍ରତିଶତ ରହିଥିଲା ଯାହାକି ଅନ୍ୟ ପ୍ରାଥମିକ କ୍ଷେତ୍ର ଗୁଡିକ ଠାରୁ ଯଥେଷ୍ଟ ଅଧିକ । ଏହା ସହିତ କୋଭିଡ ସମୟରେ ଅନୁଷଙ୍ଗିକ କ୍ଷେତ୍ର ଗୁଡିକ ପାଇଁ ରାଜ୍ୟ ସରକାର ୧୭୩ କୋଟି ଟଙ୍କାର କୋଭିଡ ପ୍ୟାକେଜ କାର୍ଯ୍ୟକାରୀ କରିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ୪୪ ହଜାରରୁ ଅଧିକ ଚାଷୀ ଉପକୃତ ହୋଇଛନ୍ତି । ସୂଚନାଯୋଗ୍ୟ ଯେ ରାଜ୍ୟର ବୃହତ ଓ ମଧ୍ୟମ ଜଳଭଣ୍ଡାରର ୧ ପ୍ରତିଶତ ଜଳଭାଗରେ ବ୍ୟବସାୟିକ ଭାବରେ ପଞ୍ଜୁରୀ ମାଛ ଚାଷ ନିମନ୍ତେ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହାର ପ୍ରଥମ ପଦକ୍ଷେପ ସ୍ବରୂପ ହୀରାକୁଦ ଜଳଭଣ୍ଡାର ମଧ୍ୟରେ ୬୦୦ଟି ସବ୍‌ ଜୋନ୍‌ ମଧ୍ୟରୁ ୧୦୦ଟି ସବ୍‌ ଜୋନରେ ଉଦ୍ୟୋଗୀ ମାନଙ୍କ ଠାରୁ ଦରଖାସ୍ତ ଆହ୍ବାନ କରାଯାଇଥିଲା। ଆଜି ପ୍ରଥମ ପର୍ଯ୍ୟାୟରେ ୨୦ ଜଣ ଉଦ୍ୟୋଗୀଙ୍କ ସହିତ ହୀରାକୁଦ ଜଳଭଣ୍ଡାରରେ ପଞ୍ଜୁରୀ ମାଛ ଚାଷ ନିମନ୍ତେ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇଛି ।

ବିଭାଗୀୟ ମନ୍ତ୍ରୀ ଶ୍ରୀ ଅରୁଣ ସାହୁ ମତ୍ସ୍ୟ ଓ ପଶୁସଂପଦ ବିକାଶ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବିଭିନ୍ନ ପଦକ୍ଷେପ ସଂପର୍କରେ ବର୍ଣ୍ଣନା କରି କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କର ଦୃଢ ନେତୃତ୍ବରେ ବିଭାଗ ରାଜ୍ୟର କୃଷକ ଓ ଆନୁଷଙ୍ଗିକ କ୍ଷେତ୍ରରେ ବିକାଶ ଉପରେ ଗୁରୁତ୍ବ ଦେବା ସହ ଏ କ୍ଷେତ୍ରରେ ଅଧିକ ଉଦ୍ୟୋଗୀ ସୃଷ୍ଟି ପାଇଁ ପ୍ରୋତ୍ସାହିତ କରାଯାଉଛି   । ଏହି ଅବସରରେ କେଜ୍‌ କଲ୍‌ଚର ମାଛ ଚାଷ ସଂପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା ଏବଂ ଦୁଇ ଜଣ କେଜ୍‌ କଲ୍‌ଚର ଚାଷୀ ମାନଙ୍କ ମତାମତ ନିଆଯାଇଥିଲା। ବିଭାଗୀୟ ସଚିବ ଶ୍ରୀ ଆର୍‌ ରଘୁ ପ୍ରସାଦ ସ୍ବାଗତ ଭାଷଣ ଦେଇଥିଲେ ଏବଂ ପଶୁସଂପଦ ବିଭାଗ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ, ଉନ୍ନୟନ କମିଶନର ଶ୍ରୀ ସୁରେଶ ମହାପାତ୍ର, କୃଷି ଉତ୍ପାଦନ କମିଶନର ଶ୍ରୀ ଆର୍‌. କେ ଶର୍ମା, କୃଷି ବିଭାଗ ପ୍ରମୁଖ ସଚିବ ଶ୍ରୀ ସୌରଭ ଗର୍ଗ, ଜଳସଂପଦ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଅନୁ ଗର୍ଗ ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version