• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ;  ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ରୋଜଗାର ଏବଂ ସହରାଞ୍ଚଳ ରୋଜଗାର ଯୋଜନା ଆଦିର କାର୍ଯ୍ୟକାରୀତା ସଂପର୍କରେ ସମୀକ୍ଷା କରିଥିଲେ 

Proprietor Abhimanyu Maharana by Proprietor Abhimanyu Maharana
December 16, 2020
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ;  ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ରୋଜଗାର ଏବଂ ସହରାଞ୍ଚଳ ରୋଜଗାର ଯୋଜନା ଆଦିର କାର୍ଯ୍ୟକାରୀତା ସଂପର୍କରେ ସମୀକ୍ଷା କରିଥିଲେ 
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୫ ଡିସେମ୍ବର ମଙ୍ଗଳବାର )ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ସବୁ ଜିଲ୍ଲାରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ରୋଜଗାର ଯୋଜନା ଏବଂ ସହରାଞ୍ଚଳ ରୋଜଗାର ଯୋଜନା ଆଦିର କାର୍ଯ୍ୟକାରୀତା ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ମହାମାରୀ ଗତ ମାର୍ଚ୍ଚରୁ ଆମ ସମସ୍ତଙ୍କ ପାଇଁ ଏକ ଅଭୁତପୂର୍ବ ଆହ୍ବାନ ସୃଷ୍ଟି କରିଛି । ବିଶ୍ବର ଆର୍ଥିକ ଅଭିବୃଦ୍ଧି ନିମ୍ନଗାମୀ ହୋଇଛି ଏବଂ ଏହାଦ୍ବାରା ଗରିବ ଲୋକମାନେ ହିଁ ଅଧିକ କ୍ଷତିଗ୍ରସ୍ତ ହୋଇଛନ୍ତି । ଗରିବ ଲୋକଙ୍କ ପାଇଁ ଏହି ଦୁଃସମୟରେ ରୋଜଗାର ସୁନିଶ୍ଚିତ କରିବା ସରକାରଙ୍କର ପ୍ରାଥମିକତା । ରୋଜଗାର ଅଭାବରୁ ଯେପରି ଗୋଟିଏ ବି ପରିବାର କଷ୍ଟ ନ ପାଏ, ସେଥିପ୍ରତି ଧ୍ୟାନ ଦେବା ପାଇଁ ଜିଲ୍ଲାପାଳ ମାନଙ୍କୁ ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି । MGNREGA ସହିତ ରାଜ୍ୟ ସରକାରଙ୍କର ନିଜସ୍ବ ଯୋଜନା ସହରାଞ୍ଚଳ ରୋଜଗାର ଯୋଜନା ଜରିଆରେ ଗରିବ ଲୋକଙ୍କୁ ବ୍ୟାପକ ନିଯୁକ୍ତି ସୁଯୋଗ ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି୤ ଏହି ଦୁଇ କାର୍ଯ୍ୟକ୍ରମ ଜରିଆରେ ଚଳିତ ଆର୍ଥକ ବର୍ଷ ଶେଷ ସୁଦ୍ଧା ୨୦ କୋଟି ମାନବ ଦିବସ ସୃଷ୍ଟି ପାଇଁ ଲକ୍ଷ୍ୟ ରଖାଯାଇଛି ।

ଏହି ଦୁଇ ଯୋଜନା ଜରିଆରେ ଜୀବିକା ଅର୍ଜନ କରୁଥିବା ଗରିବ ଲୋକମାନଙ୍କ ମଜୁରୀ ପାଇବାରେ ବିଳମ୍ବ ହେଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ ସତର୍କ କରାଇ ଦେଇଛନ୍ତି । ହିତାକାରୀମାନେ ଯେଭଳି ଠିକ୍‌ ସମୟରେ ସେମାନଙ୍କ ମଜୁରୀ ପାଇପାରିବେ, ତା ଉପରେ ଗୁରୁତ୍ବ ଦେବା ସହିତ ମୋ ସରକାର ପ୍ଲାଟଫର୍ମ ଜରିଆରେ ହିତାଧିକାରୀ ମାନଙ୍କୁ ନିୟମିତ ଫୋନ୍‌ କରି ମଜୁରୀ ବିଷୟ ତଦାରଖ କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । କେତେକ ଜିଲ୍ଲାରେ ହିତାଧିକାରୀ ମାନଙ୍କୁ ଠିକ୍‌ ସମୟରେ ମଜୁରୀ ଲୋକଙ୍କୁ ମିଳୁଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ ।ଆଗାମୀ ଜାନୁଆରୀ ପହିଲା ୨୦୨୧ରୁ ପ୍ରତି ଜିଲ୍ଲାରେ ଏହି ରୋଜଗାର ଯୋଜନା ସଂପର୍କରେ Feedback ପାଇଁ ସ୍ବତନ୍ତ୍ର ଭାବରେ ମୋ ସରକାର ସେଲ୍‌ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । MGNREGA ଲକ୍ଷ୍ୟ ପୂରଣ ଦିଗରେ ଯାଜପୁର, କୋରାପୁଟ ସୋନପୁର ଜିଲ୍ଲା ବହୁତ ଭଲ କାମ କରିଥିବାରୁ ମୁଖ୍ୟମନ୍ତ୍ରୀ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ଯେଉଁ ଜିଲ୍ଲା ଗୁଡିକରେ ଲୋକମାନେ ଅନ୍ୟ ରାଜ୍ୟକୁ କାମ ପାଇଁ ଯାଉଛନ୍ତି, ସେହିସବୁ ଜିଲ୍ଲା ଉପରେ ସ୍ବତନ୍ତ୍ର ଫୋକ୍‌ସ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହିସବୁ ଜିଲ୍ଲାରେ ପରିବାର ପିଛା ଅଧିକ ୧୦୦ ଦିନ ଓ ଅତିରିକ୍ତ ମଜୁରୀ ଦିଆଯିବା ବିଷୟ ସଂପର୍କରେ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଥିଲେ । ସେହିପରି ଆଗାମୀ ମାର୍ଚ୍ଚ ପୂର୍ବରୁ ୧୦୦୦ ମିଶନ ଶକ୍ତି ଗୃହ ଏବଂ ଜାନୁଆରୀ ଶେଷ ସୁଦ୍ଧା ଗୋଟିଏ ଲେଖାଏ ପରିଚୟ ଗୃହର ନିର୍ମାଣ କାର୍ଯ୍ୟ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଯେଉଁ ଜିଲ୍ଲାରେ ଅଧିକ ମା ମାନଙ୍କୁ ଓ ମିଶନ ଶକ୍ତି ଗୋଷ୍ଠୀ ମାନଙ୍କୁ ରୋଜଗାର ଯୋଜନା ତଦାରଖରେ ନିୟୋଜିତ କରାଯିବ, ସେହି ଜିଲ୍ଲା ମାନଙ୍କୁ ଉତ୍ସାହିତ କରାଯିବ । ସେହିପରି ସହରାଞ୍ଚଳ ରୋଜଗାର ଯୋଜନାରେ ଗରିବ ଲୋକମାନଙ୍କୁ ଗୋଷ୍ଠୀସଂଘ ଓ ମିଶନ ଶକ୍ତି ଜରିଆରେ କାମ ଦିଆଯାଉଅଛି । ଏହି ଦିଗରେ ଢେଙ୍କାନାଳ, ଜଗତସିଂହପୁର ଓ ମୟୁରଭଂଜ ଜିଲ୍ଲା ଭଲ କାମ କରିଥିବାରୁ ମୁଖ୍ୟମନ୍ତ୍ରୀ ସେହିସବୁ ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହି ଯୋଜନାରେ ଦିଆଯାଇଥିବା ଅର୍ଥକୁ ଆର୍ଥିକ ବର୍ଷ ଶେଷ ସୁଦ୍ଧା ସଂପୂର୍ଣ୍ଣ ଭାବେ ବିନିଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦେଇଥିଲେ । ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ କହିଲେ ଯେ ରାଜ୍ୟରେ ୨୦ କୋଟି ମାନବ ଦିବସ ସୃଷ୍ଟି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ପ୍ରଶାସନ ଗୁରୁତ୍ବ ଦେଇ କାର୍ଯ୍ୟ କରୁଛି । 

ଗ୍ରାମାଞ୍ଚଳରେ ୫୦ ଲକ୍ଷ ନାମମାତ୍ର ଚାଷୀ ଓ ଭୂମିହୀନ କୃଷି ଶ୍ରମିକ ମାନଙ୍କ ପାଇଁ ଅଧିକ ଜୀବିକା ସୃଷ୍ଟି କରିବା ପାଇଁ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି  । ମହାତ୍ମାଗାନ୍ଧୀ ଗ୍ରାମୀଣ କର୍ମନିଯୁକ୍ତି ଯୋଜନା ସଂପର୍କରେ ଉପସ୍ଥାପନା ରଖି ପଞ୍ଚାୟତିରାଜ ବିଭାଗର ପ୍ରମୁଖ ସଚିବ ଶ୍ରୀ ଦେଓରଂଜନ କୁମାର ସିଂହ କହିଲେ ଯେ ଏହି କାର୍ଯ୍ୟକ୍ରମରେ ଗତବର୍ଷ ମାତ୍ର ୨.୯୬ ଲକ୍ଷ୍ୟ ଜବ୍‌ କାର୍ଡ ଦିଆଯାଇଥିବା ବେଳେ ଚଳିତ ବର୍ଷ ୭.୨୬ ଲକ୍ଷ ଜବ୍‌ କାର୍ଡ ଦିଆଯାଇଛି । ବର୍ତ୍ତମାନ ସୁଦ୍ଧା ୧୪.୫୦ କୋଟି ମାନବ ଦିବସ ସୃଷ୍ଟି କରାଯାଇସାରିଛି । ୩୧ ଲକ୍ଷ ପରିବାର ଓ ୫୧ ଲକ୍ଷ ଲୋକଙ୍କୁ ରୋଜଗାର ଯୋଗାଇ ଦିଆଯାଇଛି । ଚଳିତ ବର୍ଷ ଦୈନିକ ହାରାହାରି ୧୦.୨୩ ଲକ୍ଷ ଲୋକଙ୍କୁ ଶ୍ରମଭିତ୍ତିକ ରୋଜଗାର ଯୋଗାଇ ଦିଆଯାଉଛି ବୋଲି ସେ ସୂଚନା ଦେଇଥିଲେ ।

ସେହିପରି ସହରାଞ୍ଚଳ ରୋଜଗାର ଯୋଜନା ସଂପର୍କରେ ସୂଚନା ଦେଇ ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଶ୍ରୀ ଜି. ମାଥିଭାତନନ୍‌ କହିଲେ ଯେ ୧୧୪ଟି ପୌରାଞ୍ଚଳରେ ୮୦୦୦ଟି ପ୍ରକଳ୍ପ ହାତକୁ ନିଆଯାଇଛି । ସେଥିମଧ୍ୟରୁ ୫୦୦୦ଟି ପ୍ରକଳ୍ପ ଶେଷ ହୋଇଛି ଏବଂ ବାକି ସମସ୍ତ ପ୍ରକଳ୍ପ ବିଭିନ୍ନ ସ୍ତରରେ ରହିଛି । ବର୍ତ୍ତମାନ ସୁଦ୍ଧା ୧୧.୬ ଲକ୍ଷ ମାନବ ଦିବସ ସୃଷ୍ଟି ହୋଇଛି ବୋଲି ସେ କହିଥିଲେ । ଏହିସହିତ ମହାନଗର ନିଗମ ଗୁଡିକରେ ୩.୩ ଲକ୍ଷ ମାନବ ଦିବସ ସୃଷ୍ଟି କରାଯାଇ ପାରିଛି ବୋଲି ସେ ସୂଚନା ଦେଇଥିଲେ । ଆଲୋଚନାରେ ଅଂଶଗ୍ରହଣ କରି ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କହିଲେ ଯେ ମିଶନ ଶକ୍ତିର ମା ମାନଙ୍କୁ ତଦାରଖ କାର୍ଯ୍ୟରେ ସକ୍ରିୟ ଭାବରେ ନିୟୋଜିତ କରାଯିବା ସହିତ ସେମାନଙ୍କ ତଦାରଖ ପ୍ରାପ୍ୟ ଅବିଳମ୍ବେ ଦେବା ପାଇଁ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

April 28, 2026
ଜାତିଗତ ଜନ ଗଣନାର ୧୨ ନମ୍ବର କଲମରେ ପଚାରା ଯାଉଥିବା ପ୍ରଶ୍ନରେ ଓବିସି ସାମିଲ କରିବା ଦାବି ନେଇ ରାଜଧାନୀ ରେ ବିକ୍ଷୋଭ ଓ ଧାରଣା

ଜାତିଗତ ଜନ ଗଣନାର ୧୨ ନମ୍ବର କଲମରେ ପଚାରା ଯାଉଥିବା ପ୍ରଶ୍ନରେ ଓବିସି ସାମିଲ କରିବା ଦାବି ନେଇ ରାଜଧାନୀ ରେ ବିକ୍ଷୋଭ ଓ ଧାରଣା

April 28, 2026
ଗୋମାତା ସମ୍ମାନ ପାଇଁ ଗୋପରୁ ଆରମ୍ଭ ହେଲା ଜାତୀୟ ସ୍ୱର  

ଗୋମାତା ସମ୍ମାନ ପାଇଁ ଗୋପରୁ ଆରମ୍ଭ ହେଲା ଜାତୀୟ ସ୍ୱର  

April 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

April 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version