• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୋଲିସ ଡିଜି ଶାସକ ଦଳର ମୁଖପାତ୍ର ସାଜିଛନ୍ତି : ବିଜେପି

Proprietor Abhimanyu Maharana by Proprietor Abhimanyu Maharana
December 19, 2020
in ଓଡ଼ିଶା, ଖୋର୍ଦ୍ଧା, ରାଜନୀତି, ହୋମ୍
0
ପୋଲିସ ଡିଜି ଶାସକ ଦଳର ମୁଖପାତ୍ର ସାଜିଛନ୍ତି : ବିଜେପି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୯ ଡିସେମ୍ବର ,ଶନିବାର )ଭୁବନେଶ୍ୱର :- ପରୀର ହତ୍ୟାକାଣ୍ଡ ଓଡିଶାର ଜନମାନସକୁ ବିଚଳିତ କରିଛି । ଚୋରା ଅଙ୍ଗତଷ୍କରୀର ସଂଗୀନ ଅଭିଯୋଗ ଆସିବା ପରେ ସିବିଆଇ ଦ୍ୱାରା ପରୀ ହତ୍ୟାକାଣ୍ଡର ତଦନ୍ତ, ମୁଖ୍ୟ ଅଭିଯୁକ୍ତକୁ ସୁରକ୍ଷା ପ୍ରଦାନ କରୁଥିବା ପ୍ରଭାବଶାଳୀ ମନ୍ତ୍ରୀ ଅରୁଣ ସାହୁଙ୍କୁ ମନ୍ତ୍ରୀମଣ୍ଡଳରୁ ବହିଷ୍କାର ପାଇଁ ବିଜେପି ମୁଳରୁ ଦାବୀ କରି ଅସୁଛି । ଅନ୍ୟ ପଟେ ରାଜ୍ୟବାସୀଙ୍କୁ ବିଭ୍ରାନ୍ତ କରିବା ପାଇଁ ରାଜ୍ୟ ସରକାର ହାଇକୋର୍ଟ ଜଜ୍ ଙ୍କ ତତ୍ୱବଧାନରେ ଏସଆଇଟି ଗଠନ କରାଯାଇ ଦୋଷୀକୁ ଦଣ୍ଡ ପ୍ରଦାନ କରିବେ ବୋଲି କହିଥିଲେ । ମାତ୍ର ରାଜ୍ୟସରକାରଙ୍କ ଦ୍ୱାରା ଗଠିତ ଏସଆଇଟି ଟିମ୍ ନା କୈାଣସି ହାଇକୋର୍ଟ ଜଜ୍‌ଙ୍କ ଦ୍ୱାରା ତତ୍ୱବଧାନରେ ହେଉଛି ନା ରାଜ୍ୟ ସରକାର ଏ ସଂପର୍କରେ କୈାଣସି ମନ୍ତବ୍ୟ ଦେଇଛନ୍ତି । ସେହିପରି ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା ବର୍ତମାନ ରାଜ୍ୟ ପରିବହନ ନିଗମର ଅଧ୍ୟକ୍ଷ ହୋଇଥିବା କାରଣରୁ ତାଙ୍କ ଯୋଗ୍ୟତା ଉପରେ ମଧ୍ୟ ବିରାଟ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

ରାଜ୍ୟ ସରକାର ଜୋର ଜବରଦସ୍ତ ଭାବେ ଏସଆଇଟିକୁ କୋର୍ଟ ମନିଟରିଂ ବୋଲି କହି କେବଳ ମିଛ କହୁଛନ୍ତି ବୋଲି ରାଜ୍ୟ ସାଧାରଣ ସଂପାଦିକା ଡ.ଲେଖାଶ୍ରୀ ସାମନ୍ତସିଂହାର ଅଭିଯୋଗ କରିଛନ୍ତି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ଏସଆଇଟି ମୁଖ୍ୟ ସେହି ଯୁବକକୁ ଜୋବରଦସ୍ତ ଭାବେ ଦୋଷ ସ୍ୱୀକାର କରିବାକୁ ୫ ଲକ୍ଷ ଟଙ୍କା ଲାଂଚ ଯାଚିଥିବାର ପ୍ରକାଶ ପାଇଛି । ଏପରିକି ଦୋଷ ସ୍ୱୀକାର କଲେ ତାକୁ ନାବାଳକ ଦର୍ଶାଇ ଖସାଇ ଦିଆଯିବ ବୋଲି ଏସଆଇଟି ମୁଖ୍ୟ କହିଥିବାର ପ୍ରକାଶ ପାଇଛି । ଏଭଳି ସଙ୍ଗୀନ୍ ଅଭିଯୋଗ ଆସିବା ପରେ ଏସଆଇଟିର ମୁଖ୍ୟ ଅରୁଣ ବୋଥ୍ରା ବି ଏହି ପ୍ରସଙ୍ଗରେ ନିଜେ ଜଣେ ପକ୍ଷ ହୋଇଗଲେ । ତେଣୁ ଯିଏ ଏହି କେସ୍‌ରେ ଜଣେ ପାର୍ଟି ସେ ଏହି କେସ୍‌କୁ ତଦନ୍ତ କରିପାରିବ ନାହିଁ । ମାନ୍ୟତା ନଥିବା ଏସଆଇଟି ଯେଉଁଭଳି ଭାବରେ ଗିରଫ କରି ତଦନ୍ତକୁ ଗୋଟିଏ ନିର୍ଦ୍ଧିଷ୍ଟ ଦିଗରେ ନେବା ପାଇଁ ଚେଷ୍ଟା କରୁଛି ଏହା ଅତ୍ୟନ୍ତ ଦୁଃଖଦ ଏବଂ ଅତି ହୀନ କଥା ବୋଲି ଡ. ସାମନ୍ତସିଂହାର କହିଛନ୍ତି ।

ପରୀର କପଡାରୁ ଡିଏନଏ ପରୀକ୍ଷା ଜରିଆରେ ଯଦି ହତ୍ୟାକାରୀକୁ ଗିରଫ କରିବାରେ ଏସଆଇଟି ଟିମ୍ ସଫଳ ହେଲା, ତାହେଲେ ଦୀର୍ଘ ୫ ମାସରୁ ଉର୍ଦ୍ଧ ଧରି ନୟାଗଡ ଜିଲ୍ଲା ପୋଲିସ, ଜିଲ୍ଲା ଏସପି ପ୍ରତ୍ୟୁଷ ଦିବାକର କାହିଁକି ବାହାର କରିପାରିଲେ ନାହିଁ ? ଏସଆଇଟି ମୁଖ୍ୟ ଯୁବକକୁ ଟଙ୍କା ଲାଂଚ ଦେବା କଥା ଆସିବା ପରେ ଏସଆଇଟିର ମୁଖ୍ୟଙ୍କ ତଦନ୍ତ ପାଇଁ କୌଣସି ନୈତିକତା ନାହିଁ । ଯଦି ପୋଲିସ୍ କୌଣସି କାମ କରୁନି ଏବଂ ଏସଆଇଟି ଆସି ଦଶ ଦିନ ମଧ୍ୟରେ ସମସ୍ତ ତଥ୍ୟ ଦେଇଦେଲା, ତେବେ ନୟାଗଡ ଜିଲ୍ଲାର ସ୍ଥାନୀୟ ପୋଲିସ୍ ପଦାଧିକାରୀ ଓ ଏସପିଙ୍କୁ ତୁରନ୍ତ ବହିଷ୍କାର କରାଯାଉ ଏବଂ ଏସଆଇଟି ପ୍ରସଙ୍ଗରେ ମିଥ୍ୟା ତଥ୍ୟ ଉପସ୍ଥାପନା କରିଥିବା ପୋଲିସ ଡିଜି ମଧ୍ୟ ଇସ୍ତଫା ଦେବା ଉଚିତ୍ ବୋଲି ଡ. ସାମନ୍ତସିଂହାର କହିଛନ୍ତି । ଗତକାଲି ପୋଲିସ ଡିଜି ପରୀ ହତ୍ୟାକାଣ୍ଡ ତଦନ୍ତ କରୁଥିବା ଏସଆଇଟି କୋର୍ଟ ମନିଟର ବୋଲି କହିଛନ୍ତି । 

ମାତ୍ର ଏହା ସଂପୂର୍ଣ୍ଣ ମିଥ୍ୟା । ବନ୍ଦ ଲପାଫାରେ ସିଲ୍ ହୋଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କିଭଳି ସର୍ବସାଧାରଣ ହୋଇଛି ? ପୋଲିସ ଡିଜି ଶାସକ ଦଳର ମୁଖପାତ୍ର ସାଜି ମୁଖ୍ୟ ଅଭିଯୁକ୍ତଙ୍କୁ ଘଂଟ ଘୋଡାଇବାର ପ୍ରୟାସ କରୁଛନ୍ତି । ନହେଲେ ଏଭଳି ଅସତ୍ୟ ପ୍ରେସ୍ ରିଲିଜ୍ କେବେ କେହି ଦିଏ ନାହିଁ ବୋଲି ଡ. ସାମନ୍ତସିଂହାର କହିଛନ୍ତି । ସମସ୍ତ ଘଟଣାକୁ ଅନୁଧ୍ୟାନ କଲେ ଏହା ସ୍ପଷ୍ଟ ହେଉଛି ଯେ, ଓଡିଶା ସରକାର ପରୀ ଘଟଣାକୁ ନେଇ ଭୟଭୀତ ଅଛନ୍ତି । ଏହା କେବଳ ଛୋଟ ଶିଶୁର ହତ୍ୟା ନୁହେଁ ବରଂ ଏହା ପିଲା ଅପହରଣ, ଅଙ୍ଗତଷ୍କରୀ, ଚାଇଲଡ୍ ଟ୍ରାଫିଙ୍ଗ ଭଳି ସମ୍ବେଦନଶୀଳ ପ୍ରସଙ୍ଗ । ଏହି ଘଟଣାର କେନ୍ଦ୍ରବିନ୍ଦୁ ସାଜିଥିବା ଶାସକ ବିଜୁ ଜନତା ଦଳକୁ ସୁରକ୍ଷା ପ୍ରଦାନ ଏବଂ ଘଂଟ ଘୋଡାଇବା ପାଇଁ ରାଜ୍ୟ ସରକାର ବିଧିବଦ୍ଧ ଯୋଜନା ରଚିଛନ୍ତି । ଏହି ପରିପ୍ରେକ୍ଷୀରେ ପୋଲିସ ଡିଜି ଅସତ୍ୟ କହିବା ଏବଂ ଏସଆଇଟି ଓ ସ୍ଥାନୀୟ ପୋଲିସକୁ ସୁରକ୍ଷା ଦେବା ଅତ୍ୟନ୍ତ ନିନ୍ଦନୀୟ ବୋଲି ଡ. ସାମନ୍ତସିଂହାର କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version