• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କୃଷି କ୍ଷେତ୍ରରେ ଅଧିକ ଋଣ ଦେବା ପାଇଁ ବ୍ୟାଙ୍କମାନେ ଆଗଭର ହୁଅନ୍ତୁ : କୃଷିମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
January 22, 2020
in ଓଡ଼ିଶା, ବାଣିଜ୍ୟ, ମନୋରଞ୍ଜନ, ହୋମ୍
0
କୃଷି କ୍ଷେତ୍ରରେ ଅଧିକ ଋଣ ଦେବା ପାଇଁ ବ୍ୟାଙ୍କମାନେ ଆଗଭର ହୁଅନ୍ତୁ : କୃଷିମନ୍ତ୍ରୀ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନିଉଜ୍) ଭୁବନେଶ୍ୱର 22.1.2020 :- ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର କୃଷକମାନଙ୍କ ଆୟ ଦ୍ୱିଗୁଣିତ କରିବା ଲକ୍ଷ୍ୟରେ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ବିଭିନ୍ନ ରାଷ୍ଟ୍ରାୟ ଓ ଘରୋଇ ବ୍ୟାଙ୍କ୍‌ମାନେ ଚାଷୀମାନଙ୍କୁ କୃଷିଋଣ ଯୋଗାଇ ଦେବା ନିମନ୍ତେ ଆଗଭର ହୁଅନ୍ତୁ । ଓଡ଼ିଶାର ୮୦%ରୁ ଊର୍ଦ୍ଧ୍ୱ କ୍ଷୁଦ୍ର ଓ ନାମମାତ୍ର ଚାଷୀ ହୋଇଥିବାରୁ ଚାଷକାର୍ଯ୍ୟ ନିମନ୍ତେ ଋଣର ଜରୁରୀ ଆବଶ୍ୟକତା ରହିଛି । ସଂପ୍ରତି ଚାଷରେ ନୂତନ ଜ୍ଞାନକୌଶଳ ଓ ପଦ୍ଧତି ଅନୁସରଣ କରାଯାଉଥିବା ବେଳେ ଏଥିନିମନ୍ତେ ଅଧିକ ପୁଞ୍ଜି ନିବେଶର ଆବଶ୍ୟକତା ରହିଛି । ଏହି ପରିପ୍ରେକ୍ଷୀରେ ରାଜ୍ୟର ବ୍ୟାଙ୍କ୍‌ମାନେ ସହଜରେ ଓ ସୁବିଧାରେ ଚାଷୀମାନଙ୍କୁ ଅଧିକରୁ ଅଧିକ ଋଣ ଯୋଗାଇ ଦେଇ ଓଡ଼ିଶାର ପ୍ରଗତିରେ ଭାଗିଦାର ହେବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଡଃ ଅରୁଣ କୁମାର ସାହୁ କହିଛନ୍ତି ।

ବୁଧବାର କୃଷି ଓଡ଼ିଶା- ୨୦୨୦ ଅବସରରେ ପୂର୍ବାହ୍ନରେ ଜନତା ମଇଦାନରେ ଆୟୋଜିତ ବ୍ୟାଙ୍କର୍ସମାନଙ୍କ ନିମନ୍ତେ ଏକ ସ୍ୱତବ ଅଧିବେଶନରେ ଯୋଗ ଦେଇ ମନ୍ତ୍ରୀ ଡଃ ସାହୁ କହିଲେ ସଂପ୍ରତି ଉଚ୍ଚଶିକ୍ଷିତ ଯୁବକଯୁବତୀମାନେ କୃଷିକ୍ଷେତ୍ର ପ୍ରତି ଆଗ୍ରହ ଦେଖାଉଛନ୍ତି । ଏପରି କ୍ଷେତ୍ରରେ ସେମାନଙ୍କୁ ସହଜରେ ଓ ସୁବିଧାରେ ଋଣ ଯୋଗାଇ ଦେବା ନିମନ୍ତେ ତତ୍ପରତା ପ୍ରକାଶ ପାଇବା ଉଚିତ୍ । ମୋଟ ଘରୋଇ ଉତ୍ପାଦନର ଶତକଡ଼ା ୧୮ ଭାଗ କୃଷି କ୍ଷେତ୍ରରୁ ଆସୁଥିବା ବେଳେ ଏ କ୍ଷେତ୍ରରେ ପୁଞ୍ଜି ନିବେଶ ବୃଦ୍ଧି ହୋଇ ପାରିଲେ କୃଷି ଅଧିକ ଉନ୍ନତ ଓ ଲାଭଜନକ ହୋଇପାରିବ ବୋଲି ମନ୍ତ୍ରୀ ଡଃ ସାହୁ କହିଥିଲେ ।

ଏଥିସହିତ ଭାରତୀୟ ରିଜର୍ଭ ବ୍ୟାଙ୍କ୍ ଦ୍ୱାରା ଜାରି ନିର୍ଦ୍ଦେଶାବଳୀ ଅନୁଯାୟୀ ସବୁଦାୟ ଋଣର ଶତକଡ଼ା ୧୮ ଭାଗ କୃଷି କ୍ଷେତ୍ରରେ ଦିଆଯିବା କଥା । ମାତ୍ର ବ୍ୟାଙ୍କ୍‌ମାନଙ୍କ ଦ୍ୱାରା ଅନୁରୂପ ପରିମାଣର ଋଣ ଯୋଗାଇ ଦିଆଯାଉ ନାହିଁ । ତାମିଲନାଡ଼ୁ, କେରଳ, ଆନ୍ଧ୍ରପ୍ରଦେଶ ଭଳି ରାଜ୍ୟ ତୁଳନାରେ ଓଡ଼ିଶାର ବ୍ୟବସାୟିକ ବ୍ୟାଙ୍କ୍‌ମାନଙ୍କ କୃଷି ଋଣର ହାର ବହୁତ କମ୍ ବୋଲି ଡଃ ସାହୁ କହିଥିଲେ । ଏହି ପରିପ୍ରେକ୍ଷୀରେ କୃଷି ଅଧିକାରୀମାନେ ନିୟମିତ ବ୍ୟାଙ୍କ୍‌ଗୁଡ଼ିକ ସହିତ ସମନ୍ୱୟ ରକ୍ଷା କରି କୃଷିଋଣ ପ୍ରଦାନ କ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ମବୀ ଡଃ ସାହୁ କହିଥିଲେ । ସେହିପରି ଓଡ଼ିଶାର ଜାତୀୟକରଣ ବ୍ୟବସାୟିକ ବ୍ୟାଙ୍କ୍‌ଗୁଡ଼ିକର ୩୦୭୭ଟି ଶାଖା ରହିଥିବା ବେଳେ ଘରୋଇ ବ୍ୟାଙ୍କର ୮୪୯ଟି, ଗ୍ରାମ୍ୟ ବ୍ୟାଙ୍କ୍‌ର ୯୮୭ଟି ଏବଂ ସମବାୟ ବ୍ୟାଙ୍କ୍‌ର ୩୪୦ଟି ଶାଖା ରହିଛି । ଏହି ପରିପ୍ରେକ୍ଷୀରେ ବ୍ୟବସାୟିକ ବ୍ୟାଙ୍କମାନେ କୃଷିଋଣ ଯୋଗାଇବା ଦିଗରେ ଆଗଭର ହେଲେ କୃଷିଋଣ ପ୍ରଦାନ କ୍ଷେତ୍ରରେ ସମସ୍ୟା ଲାଘବ ହୋଇପାରିବ ।

ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ସହିତ ତାଳ ଦେଇ ବ୍ୟାଙ୍କ୍‌ମାନେ କୃଷିଋଣ ଯୋଗାଇ ଦେବାକୁ ମନ୍ତ୍ରୀ ଶ୍ରୀ ସାହୁ କହିଥିଲେ । ବୈଠକରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର କମିଶନର ତଥା ଶାସନ ସଚିବ ଆର୍‌. ରଘୁପ୍ରସାଦ କହିଲେ ରାଜ୍ୟରେ କୃଷି ଓ ଆନୁଷଙ୍ଗିକ କୃଷିଜାତ ଦ୍ରବ୍ୟର ବହୁତ ଚାହିଦା ରହିଥିବାରୁ ଏ ଦିଗରେ ଅଧିକରୁ ଅଧିକ ପୁଞ୍ଜି ନିବେଶ କରାଯିବାର ସୁଯୋଗ ରହିଛି । ବିଭିନ୍ନ ସରକାରୀ ଯୋଜନା ଓ ବିଶେଷକରି ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ନିମନ୍ତେ ରାଜ୍ୟ ସରକାର ବହୁଳ ପରିମାଣ ସବ୍‌ସିଡି ଅର୍ଥ ପ୍ରଦାନ କରୁଛନ୍ତି । ଏପରି କ୍ଷେତ୍ରରେ ବ୍ୟାଙ୍କ୍‌ଗୁଡ଼ିକ ଏକ ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ ପ୍ରକଳ୍ପଗୁଡ଼ିକୁ ଋଣ ପ୍ରଦାନ କଲେ ଚାଷୀମାନେ ସବ୍‌ସିଡିର ଲାଭ ପାଇ ପାରନ୍ତେ ।

ବୈଠକରେ ୟୁକୋ ବ୍ୟାଙ୍କ୍‌ର ଭୁବନେଶ୍ୱର ସର୍କଲ ହେଡ୍‌ର ଜେନେରାଲ ମ୍ୟାନେଜର ଏସ୍‌.କୁମାର ଓଡ଼ିଶାର କୃଷକମାନଙ୍କର ଉନ୍ନତି ନିମନ୍ତେ ବ୍ୟାଙ୍କ୍‌ମାନେ ଆଗେଇ ଆସିବେ ବୋଲି କହିଥିଲେ । ବୈଠକରେ ଭାରତୀୟ ରିଜର୍ଭ ବ୍ୟାଙ୍କ୍‌ର ଜେନେରାଲ ମ୍ୟାନେଜର ସୋନାଲି ଦାଶଙ୍କ ସମେତ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଡଃ ଏମ୍‌. ମୁଥୁକୁମାର, ମତ୍ସ୍ୟ ନିର୍ଦ୍ଦେଶକ ଡଃ ଏନ୍‌. ତିରୁମାଲା ନାୟକ, ପ୍ରାଣୀ ସମ୍ପଦ ବିକାଶ ନିର୍ଦ୍ଦେଶକ ରତ୍ନାକର ରାଉତଙ୍କ ସମେତ କୃଷି ବିଭାଗର ବରିଷ୍ଠ ଅଧିକାରୀ ଏବଂ ରାଜ୍ୟର ୫୦୦ରୁ ଉର୍ଦ୍ଧ୍ୱ ବ୍ୟାଙ୍କ୍ ଅଧିକାରୀମାନେ ଯୋଗ ଦେଇ କୃଷିଋଣ କ୍ଷେତ୍ରର ବିଭିନ୍ନ ଦିଗ ଓ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ । ରିପୋର୍ଟ – ସୋନାଲି

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version