• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲା ସ୍ତରୀୟ ସଡ଼କ ସୁରକ୍ଷା ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ , ଢେଙ୍କାନାଳ

Proprietor Abhimanyu Maharana by Proprietor Abhimanyu Maharana
January 6, 2021
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
ଜିଲ୍ଲା ସ୍ତରୀୟ ସଡ଼କ ସୁରକ୍ଷା ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ , ଢେଙ୍କାନାଳ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୬ ଜାନୁଆରୀ ବୁଧବାର ) ଢେଙ୍କାନାଳ :- ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହରେ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଜିଲ୍ଲା ସ୍ତରୀୟ ସଡ଼କ ସୁରକ୍ଷା ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଶ୍ରୀ ଭୁମେଶ ଚନ୍ଦ୍ର ବେହେରା ଅଧ୍ୟକ୍ଷତା କରି ରାସ୍ତା ଦୁର୍ଘଟଣାରେ ଲୋକମାନେ ଅକାଳ ମୃତ୍ୟୁବରଣ କରୁଥିବାରୁ ଦୃତ ବେଗରେ ଗାଡ଼ି ଚଳାଇବା, ମଦ୍ୟପାନ କରି ଚଳାଇବା, ମୋବାଇଲ ବ୍ୟବହାର କରୁଥିବା ଗାଡ଼ି ଚାଳକ ଉପରେ କଡା ନଜର ରଖିବା ସହ କିଭଳି ଗାଡ଼ି ଚାଳକ ମାନେ ହେଲମେଟ ଓ ସିଟ୍ ବେଲ୍ଟ୍ ପିନ୍ଧି ଗାଡ଼ି ଚଳାଇବେ, ସେଥିପ୍ରତି ଗୁରୁତ୍ୱ ଦେବାକୁ ବିଭାଗୀୟ ପୋଲିସ ଏବଂ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି । ନଷ୍ଟ ହୋଇଥିବା ରାସ୍ତା ଗୁଡ଼ିକର ମରାମତି ନିମନ୍ତେ ଅଗ୍ରାଧିକାର ଦେଇ କାର୍ଯ୍ୟ କରିବାକୁ ଅତିରିକ୍ତ ଜିଲ୍ଲାପାଳ ଶଶାଙ୍କ ଶେଖର ଦାଶ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି । ରାସ୍ତା ଉପରେ ବାଲି,ଚିପସ୍ ରଖି ରାସ୍ତା ଅବରୋଧ ଯୋଗୁଁ ଛୋଟ ଛୋଟ ଦୁର୍ଘଟଣା ଘଟୁଛି । ଏହାର ପ୍ରତିକାର ନିମନ୍ତେ ବିହିତ ବ୍ୟବସ୍ଥା କରିବା, ମୁଖ୍ୟ ରାସ୍ତା ନିର୍ମାଣ ସମୟରେ କରାଯାଉଥିବା ବିକଳ୍ପ ରାସ୍ତା ଗୁଡ଼ିକର ରକ୍ଷଣାବେକ୍ଷଣ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସୁଲଗ୍ନ ରାସ୍ତାର ପ୍ରଶସ୍ତିକରଣ, ମହାବୀର ବଜାର ଛକର ଉନ୍ନତିକରଣ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା ।

ସଡ଼କ ସୁରକ୍ଷା କମିଟିର ସଦସ୍ୟ ଶ୍ରୀ ପ୍ରଦ୍ୟୁମ୍ନ ରଥ ଏବଂ ଜିଲ୍ଲା ରେଡ଼କ୍ରସ ଶାଖାର ଉପସଭାପତି ଶ୍ରୀ ବିରଞ୍ଚି ନାରାୟଣ ପାଣି ରାସ୍ତାଘାଟର ଉନ୍ନତି, ମରାମତି ଓ ସ୍ଫିଡ୍ ଲିମିଟ୍ ସାଇନ୍ ବୋର୍ଡ ଲଗାଯିବା ନିମନ୍ତେ ଏବଂ ଜନ ସଚେତନତା ଉପରେ ଗୁରୁତ୍ବ ଦେବାକୁ ବୈଠକରେ ଦୃଷ୍ଟି ଆକର୍ଷଣ କରିଥିଲେ । ଗତ ଜୁନ ୨୦୧୯ ରୁ ନଭେମ୍ବର ମାସ ୨୦୨୦ ମଧ୍ୟରେ ଜିଲ୍ଲାରେ ବିନା ହେଲମେଟ ରେ ଗାଡ଼ି ଚଳାଉଥିବା ୧୨୯୨ ଜଣଙ୍କୁ,ସିଟ୍ ବେଲ୍ଟ୍ ପିନ୍ଧି ନଥିବା ୧୬୨୯ ଜଣଙ୍କୁ, ମଦ୍ୟପାନ କରି ଚଳାଉଥିବା ୧୨୨ ଜଣ,ଦୃତ ଗତିରେ ଗାଡି ଚାଳନ କରୁଥିବା ୧୩୦ ଜଣ, ଅଧିକ ଭାର ନେଇ ଯାଉଥିବା ୫୭୭ ଟି ଗାଡ଼ିକୁ, ମୋବାଇଲ ବ୍ୟବହାର କରି ଗାଡ଼ି ଚଳାଉଥିବା ୬୫ ଜଣ ବ୍ୟକ୍ତିଙ୍କୁ ଜୋରିମାନା କରାଯାଇଥିବା ବେଳେ ୨୦୨୦ ରେ ସମୁଦାୟ ୩୯୫ ଜଣଙ୍କର ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯାଇଛି ବୋଲି ଆଞ୍ଚଳିକ ପରିବହନ ଅଧିକାରୀ ବସନ୍ତ କୁମାର ମାଝୀ ପ୍ରକାଶ କରିଥିଲେ । ସଡ଼କ ଦୁର୍ଘଟଣାରେ ୨୦୧୯ ମସିହାରେ ଜିଲ୍ଲାରେ ୧୫୭ ଜଣ ବ୍ୟକ୍ତି ମୃତ୍ୟୁବରଣ କରିଥିଲା ବେଳେ ୨୦୨୦ ମସିହାରେ ୧୨୩ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି । ଏହି ବୈଠକରେ ଏନ୍ ଏଚ୍ ଏ ଆଇ ର ମ୍ୟାନେଜର ଜେ କେ ଦାସ, ନିର୍ବାହୀ ଯନ୍ତ୍ରୀ ପୂର୍ତ୍ତ ମନୋରଞ୍ଜନ ବିଶ୍ବାଳ ,ଏସ୍ ଡି ପି ଓ ଶ୍ରୀହର୍ଷ ମିଶ୍ର, ଟାଉନ୍ ଥାନା ଅଧିକାରୀ ନମିତା ନାୟକ ,ଏ ଆର୍ ଟି ଓ ଦେବାଶିଷ ସ୍ଵାଇଁ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଡା ଏସ୍ ଏନ୍ ମହାପାତ୍ର , ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁଶାନ୍ତ କୁମାର ମିଶ୍ର , ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ସମେତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ । (ରିପୋର୍ଟ – ଅମର ରଞ୍ଜନ ଦାସ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

April 30, 2026
ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

April 30, 2026
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

April 30, 2026
ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version