• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କୋଭିଡ ସମୀକ୍ଷା ଟୀକାକରଣ ପାଇଁ ଓଡିଶା ସଂପୂର୍ଣ୍ଣ ପ୍ରସ୍ତୁତ ; ଆଗାମୀ ଦୁଇ ମାସ ଅଧିକ ସତର୍କ ରହିବା ପାଇଁ – ମୁଖ୍ୟମନ୍ତ୍ରୀଙ୍କ ନିବେଦନ  

Proprietor Abhimanyu Maharana by Proprietor Abhimanyu Maharana
January 7, 2021
in ଓଡ଼ିଶା, ଦେଶ, ହୋମ୍
0
କୋଭିଡ ସମୀକ୍ଷା ଟୀକାକରଣ ପାଇଁ ଓଡିଶା ସଂପୂର୍ଣ୍ଣ ପ୍ରସ୍ତୁତ ; ଆଗାମୀ ଦୁଇ ମାସ ଅଧିକ ସତର୍କ ରହିବା ପାଇଁ – ମୁଖ୍ୟମନ୍ତ୍ରୀଙ୍କ ନିବେଦନ  
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୬ ଜାନୁଆରୀ ବୁଧବାର ) ଭୁବନେଶ୍ୱର :- ବର୍ତ୍ତମାନ ରାଜ୍ୟରେ ବ୍ୟବସାୟିକ ପ୍ରତିଷ୍ଠାନ ଠାରୁ ଆରମ୍ଭ କରି ଧର୍ମାନୁଷ୍ଠାନ ଆଦି ସଂପୂର୍ଣ୍ଣ ଭାବେ ଖୋଲିଥିବା ବେଳେ ଖୁବ୍‌ ଶୀଘ୍ର ଶିକ୍ଷାନୁଷ୍ଠନ ଖୋଲିବାକୁ ଯାଉଛି । ତେଣୁ ଆଗାମୀ ୨ ମାସ ଆମକୁ ସତର୍କତାର ସହ ଚଳିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିବେଦନ କରିଛନ୍ତି। ଆଜି ରାଜ୍ୟରେ କୋଭିଡ ପରିସ୍ଥିତି ଓ ଟୀକାକରଣ ସଂପର୍କରେ ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଇଂଲଣ୍ଡ ତଥା ଇଉରୋପରେ କୋଭିଡର ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହୋଇଯାଇଛି ଏବଂ କେତେକ ଦେଶରେ ଲକ୍‌ ଡାଉନ ମଧ୍ୟ ପୁଣି ଲାଗୁ କରାଗଲାଣି । ତେଣୁ ଆମକୁ ଅଧିକ ସତର୍କତାର ସହିତ କୋଭିଡ ଗାଇଡ ଲାଇନ ପାଳନ କରିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମସ୍ତଙ୍କ ସହଯୋଗରେ ଆମେ କୋଭିଡ ସଂକ୍ରମଣକୁ ସଫଳ ଭାବରେ ବର୍ତ୍ତମାନ ପର୍ଯ୍ୟନ୍ତ ନିୟନ୍ତ୍ରଣ କରିପାରିଛୁ । ଅଧିକାଂଶ ଜିଲ୍ଲା ଗ୍ରୀନ ଜୋନ୍‌ରେ ରହିଥିବା ବେଳେ ତୀଗ୍ର ସଂକ୍ରମଣ ପର୍ଯ୍ୟାୟ ଆମ ପାର୍‌ ହୋଇଯାଇଛୁ । ଏହି ସଫଳତା ପାଇଁ କଠିନ ପରିଶ୍ରମ କରିଥିବା ସ୍ବାସ୍ଥ୍ୟ କର୍ମୀ, ଡାକ୍ତର ଏବଂ ଆଗଧାଡିରେ ରହି କାମ କରୁଥିବା ସମସ୍ତ କୋଭିଡ ଯୋଦ୍ଧା ମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ ଏବଂ ଖୁବ୍‌ଶୀଘ୍ର ଏ ପରିସ୍ଥିତିରୁ ଆମେ ମୁକୁଳି ପାରିବା ବୋଲି ଆଶାବ୍ୟକ୍ତ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ଟୀକା ଲୋକଙ୍କ ଭିତରେ ବିପୁଳ ଆଶା ସଂଚାର କରିଛି। ଏହି ଟୀକା ଉତ୍ପାଦନରେ ଭାରତ ପୃଥିବୀର ଆଗୁଆ ଦେଶ ହୋଇଛି । ଏହି ଟୀକାକରଣ କାର୍ଯ୍ୟକ୍ରମକୁ ସଫଳ ଭାବରେ କାର୍ଯ୍ୟକାରୀ କରିବା ପାଇଁ ଓଡିଶା ସଂପୂର୍ଣ୍ଣ ପ୍ରସ୍ତୁତ । ତେଣୁ ଟୀକା ସଂପର୍କରେ ଲୋକଙ୍କ ଭିତରେ ଥିବା ଭ୍ରାନ୍ତ ଧାରଣାକୁ ଦୂର କରିବା ପାଇଁ ବ୍ୟାପକ ସଚେତନତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ ।

ଟୀକାକରଣ ଚଳିତ ବର୍ଷର ସବୁଠାରୁ ବଡ କାର୍ଯ୍ୟକ୍ରମ ହେବ। ତେଣୁ ଏହାକୁ ସୂଚାରୁ ରୂପେ ସଂପାଦନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ପରାମର୍ଶ ଦେଇଥିଲେ। ସେହିପରି ଜୀବନଜୀବିକା କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ ତଥାପି ଆର୍ଥିକ ଦୁର୍ବଳଶ୍ରେଣୀର ଲୋକଙ୍କ ଜୀବିକା ସୁରକ୍ଷା କରିବା ପାଇଁ ବହୁତ କିଛି କରିବାକୁ ଅଛି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ ଏବଂ ଏ ସଂପର୍କରେ ଧାର୍ଯ୍ୟ ଲକ୍ଷ୍ୟ ପୂରଣ କରିବା ଦିଗରେ କାର୍ଯ୍ୟ କରିବାକୁ ପ୍ରଶାସନକୁ ପରାମର୍ଶ ଦେଇଥିଲେ। ଆଗାମୀ ମାସରେ ଏ ସଂପର୍କରେ ସମୀକ୍ଷା କରିବେ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ କୋଭିଡ ନିୟନ୍ତ୍ରଣରେ ରାଜ୍ୟ ବର୍ତ୍ତମାନ ବହୁତ ଭଲ ସ୍ଥିତିରେ ରହିଛି . ଏବଂ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୦୦୦ ମଧ୍ୟରେ ସୀମିତ ରହିଛି । ଜୀବନଜୀବିକା କାର୍ଯ୍ୟକ୍ରମକୁ ଅଧିକ ତ୍ବରାନ୍ବିତ କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦିଆଯାଇଛି ବୋଲି ଶ୍ରୀ ମହାପାତ୍ର କହିଥଲେ ।

ଟୀକାକରଣ ଏବଂ କୋଭିଡ ପରିସ୍ଥିତି ସଂପର୍କରେ ବିସ୍ତୃତ ସୂଚନା ଦେଇ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ୍ତ କୁମାର ମହାପାତ୍ର କହିଥିଲେ ଯେ ରାଜ୍ୟରେ ଆରୋଗ୍ୟ ହାର ବର୍ତ୍ତମାନ ପ୍ରାୟ ୯୯ ପ୍ରତିଶତରେ ପହଞ୍ଚିଥିବା ବେଳେ ଗତକାଲି ଠାରୁ ରାଜ୍ୟରେ କୋଭିଡରେ କୌଣସି ରୋଗୀଙ୍କର ମୃତ୍ୟୁ ହୋଇନାହିଁ ବୋଲି ସେ କହିଥିଲେ । ସୂଚନାଯୋଗ୍ୟ ଯେ ଗତ ଜୁନ୍‌ ୩୦ ତାରିଖରୁ ନିୟମିତ ଭାବରେ କୋଭିଡରେ ମୃତ୍ୟୁ ହୋଇଥିବା ରିପୋର୍ଟ ଆସୁଥିଲା । ତୃତୀୟ ପର୍ଯ୍ୟାୟ ସେରୋ ସର୍ଭେ ରିପୋର୍ଟ ମଧ୍ୟ ଅତ୍ୟନ୍ତ ଉତ୍ସାହଜନକ ରହିଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୭୦ ଲକ୍ଷ ଲୋକଙ୍କର କୋଭିଡ ପରୀକ୍ଷା କରାଯାଇଛି ବୋଲି ଶ୍ରୀ ମହାପାତ୍ର କହିଥିଲେ । ଟୀକାକରଣ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇ ଶ୍ରୀ ମହାପାତ୍ର କହିଥିଲେ ଯେ କେନ୍ଦ୍ର ସରକାରଙ୍କର ନିର୍ଦ୍ଦେଶାବଳୀ ଅନୁସାରେ ଉଭୟ ଘରୋଇ ଓ ସରକାରୀ କ୍ଷେତ୍ରରେ କାର୍ଯ୍ୟରତ ୩,୨୮,୫୬୦ ଜଣ ସ୍ବାସ୍ଥ୍ୟକର୍ମୀଙ୍କ ଟୀକାକରଣ ପାଇଁ ତାଲିକା ପ୍ରସ୍ତୁତ ହୋଇଥିବା ବେଳେ ପୋଲିସ, ମ୍ୟୁନିସପାଳଟି କର୍ମଚାରୀ ଏବଂ କୋଭିଡ କାର୍ଯ୍ୟରେ ନିୟୋଜିତ ରାଜସ୍ବ ବିଭାଗର କର୍ମଚାରୀ ମାନଙ୍କ ତାଲିକା ପ୍ରସ୍ତୁତି ଚାଲିଛି ।

ଉଭୟ ରାଜ୍ୟ ଓ ଜିଲ୍ଲାସ୍ତରୀୟ ଷ୍ଟିଅରିଂ କମିଟି ବୈଠକ ସଂପୂର୍ଣ୍ଣ ହୋଇଛି ବୋଲି ସେ ସୂଚନା ଦେଇଥିଲେ । ବୈଠକରେ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଏବଂ ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ, ସ୍କୁଲ-କଲେଜ ଖୋଲିବା ସଂପର୍କରେ SOP ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର, କୃଷି ଉତ୍ପାଦନ କମିଶନର, ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ଶାସନ ସଚିବମାନେ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

June 21, 2026
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026
ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

ଗଜପତି ଜିଲ୍ଲା ମହେନ୍ଦ୍ରଗିରି ପର୍ବତରେ ସାମୂହିକ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

June 20, 2026
ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

June 21, 2026
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version