• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତିନିିଗୋଟି କଳା କୃଷି ଆଇନ୍ ଓ ତୈଳ ଦର ବୃଦ୍ଧି ପ୍ରତ୍ୟାହାର ଦାବିରେ ; କଂଗ୍ରେସ ପକ୍ଷରୁ ରାଜଭବନ ଘେରାଉ – ମାନ୍ୟବର ରାଜ୍ୟପାଳଙ୍କୁ ସ୍ମାରକପତ୍ର ପ୍ରଦାନ

Proprietor Abhimanyu Maharana by Proprietor Abhimanyu Maharana
January 15, 2021
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
ତିନିିଗୋଟି କଳା କୃଷି ଆଇନ୍ ଓ ତୈଳ ଦର ବୃଦ୍ଧି ପ୍ରତ୍ୟାହାର ଦାବିରେ ; କଂଗ୍ରେସ ପକ୍ଷରୁ ରାଜଭବନ ଘେରାଉ – ମାନ୍ୟବର ରାଜ୍ୟପାଳଙ୍କୁ ସ୍ମାରକପତ୍ର ପ୍ରଦାନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୫ ଜାନୁଆରୀ ଶୁକ୍ରବାର ) ଭୁବନେଶ୍ୱର :- କେନ୍ଦ୍ର ମୋଦି ସରକାର ପ୍ରଣୟନ କରିଥିବା ୩ ଗୋଟି କଳା କୃଷି ଆଇନ୍ ଯୋଗୁଁ ଦେଶର ୬୨ କୋଟି କୃଷକ ଜୀବନ ଜୀବିକା ପାଇଁ ସଂଘର୍ଷ କରୁଛନ୍ତି । ଏହି କଳା ଆଇନ୍‌ର ପ୍ରତ୍ୟାହାର ଦାବିରେ ଲକ୍ଷ ଲକ୍ଷ କୃଷକ ଦିଲ୍ଲୀ ସୀମାରେ ୫୦ ଦିନ ଧରି ଧାରଣା ଓ ବିକ୍ଷୋଭ ଜାରି ରଖିଛନ୍ତି । ପ୍ରବଳ ଥଣ୍ଡା, ଅଦିନିଆ ବର୍ଷା ଓ କୁଆପଥର ବୃଷ୍ଟି ଯୋଗୁଁ ପାଖାପାଖି ୬୦ ଜଣ କୃଷକ ମୃତ୍ୟୁବରଣ କଲେଣି । ତା ସତ୍ୱେ ନିଜ ଜିଦ୍‌ରେ ଅଟଳ କେନ୍ଦ୍ର ସରକାର ଭାରତର ଅନ୍ନଦାତାମାନଙ୍କର ଦୁର୍ଦ୍ଦଶା ପ୍ରତି କର୍ଣ୍ଣପାତ କରୁନାହାନ୍ତି । ଏ ମଧ୍ୟରେ ୮ ଥର ବିଭାଗୀୟ ମନ୍ତ୍ରୀମାନଙ୍କ ସହ ଆଲୋଚନା ହୋଇଥିଲେ ମଧ୍ୟ ଅନ୍ନଦାତାଙ୍କ ଦାବି ପ୍ରତି ସରକାର ତିଳେମାତ୍ର ଉଦାର ମନୋଭାବ ପୋଷଣ କରିନାହାନ୍ତି । ଏଭଳି ମୁହୁର୍ତରେ ସେହି ଅନ୍ନଦାତାମାନଙ୍କ ପଛରେ ଦୃଢ଼ ଭାବରେ ଛିଡା ହେବା ପାଇଁ କଂଗ୍ରେସ ଅଧ୍ୟକ୍ଷା ଶ୍ରୀମତୀ ସୋନିଆ ଗାନ୍ଧୀ ନିଷ୍ପତି ନେଇଛନ୍ତି ଏବଂ ପ୍ରତ୍ୟେକ କଂଗ୍ରେସ କର୍ମୀ ଓ ନାଗରିକମାନଙ୍କର ଏହା ନୈତିକ କର୍ତବ୍ୟ ବୋଲି କହିଛନ୍ତି । ଏକ ପକ୍ଷରେ ଏହି କଳା ଆଇନ୍‌କୁ ପ୍ରତ୍ୟାହାର ଦାବିରେ ଅନ୍ନଦାତାମାନେ ଲଢ଼େଇ ଜାରି ରଖିଥିବା ବେଳେ ମାନ୍ୟବର ସୁପ୍ରିମକୋର୍ଟଙ୍କ ରାୟ ଓ କମିଟିକୁ ପ୍ରମୁଖ ଚାଷୀ ସଂଗଠନ ଗୁଡ଼ିକ ପ୍ରତ୍ୟାଖାନ କରିଛନ୍ତି ।

ସେହିପରି କେନ୍ଦ୍ର ସରକାର ବାରମ୍ବାର ପେଟ୍ରୋଲ ଓ ଡିଜେଲର ମୂଲ୍ୟ ବୃଦ୍ଧି କରି ଏବେ ସର୍ବକାଳୀନ ବୃଦ୍ଧିରେ ପହଂଚିଛନ୍ତି । ଯାହାକି ୭୩ ବର୍ଷ ଇତିହାସରେ ପ୍ରଥମ । ବିଗତ ୬ ବର୍ଷ ମଧ୍ୟରେ ମୋଦି ସରକାର ପେଟ୍ରୋଲ ଉପରେ ଶୁଳ୍କ ଲିଟର ପ୍ରତି ଟ.୯.୨୦ ପଇସା (ମଇ ୨୦୧୪) ରୁ ବୃଦ୍ଧି କରି ବର୍ତମାନ ଟ. ୩୨.୯୮ ପଇସାରେ ପହଂଚାଇଛନ୍ତି । ଯାହାକି ୨୫୮ ପ୍ରତିଶତ ଅଧିକ । ସେହିଭଳି ଡିଜେଲ ଉପରେ ଶୁଳ୍କ ଲିଟର ପ୍ରତି ଟ.୩.୪୬ ପଇସା (ମଇ ୨୦୧୪) ରୁ ବୃଦ୍ଧି କରି ବର୍ତମାନ ଟ. ୩୧.୮୩ ପଇସାରେ ପହଂଚାଇଛନ୍ତି । ଯାହାକି ୮୨୦ ପ୍ରତିଶତ ଅଧିକ ଅଟେ । ଯେତେବେଳେ ଅଶୋଧିତ ତୈଳର ଦର ବ୍ୟାରେଲ୍ ପିଛା ୧୧୦ ଡଲାର କମି ୫୦ ଡଲାର ରେ ପହଂଚିଅଛି ସେତେବେଳେ ଉପରୋକ୍ତ ଦର ବୃଦ୍ଧି ଯୋଗୁଁ ମୋଦି ସରକାର ୧୯ ଲକ୍ଷ କୋଟି ଟଙ୍କା ପେଟ୍ରୋଲ ଓ ଡିଜେଲରୁ ଆଦାୟ କରିଛନ୍ତି । ଯାହାକି କୃଷକ ଓ ସାଧାରଣ ଜନତାଙ୍କ ଉପରେ ପ୍ରତ୍ୟକ୍ଷ ଭାବରେ ପ୍ରଭାବ ପକାଇଛି ।

ଏହି ପରିପ୍ରେକ୍ଷୀରେ କଂଗ୍ରେସ ଦଳ ପକ୍ଷରୁ କୃଷକମାନଙ୍କୁ ଦୃଢ଼ ସମର୍ଥନ ଜଣାଇ ସୁପ୍ରିମକୋର୍ଟ ରାୟରେ ସ୍ଥଗିତ ଥିବା ତିନିଗୋଟି କଳା କୃଷି ଆଇନର ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏବଂ ଡିଜେଲ ଓ ପେଟ୍ରୋଲର ଦର ବୃଦ୍ଧିକୁ ପ୍ରତ୍ୟାହାର ଦାବି ନେଇ ଆଜି ଓଡିଶା ପ୍ରଦେଶ କଂଗ୍ରେସ କିମଟି ପକ୍ଷରୁ “କିଷାନ ଅଧିକାର ଦିବସ ସମାବେଶ” ଅନୁଷ୍ଠିତ ହୋଇଥିଲା । ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମାବେଶରେ କଂଗ୍ରେସ ନେତୃବୃନ୍ଦ ବଜେଡ଼ି ଓ ବିଜେପିର ଜନବିରୋଧି ଓ କୃଷକ ମାରଣ ନୀତି ବିରୁଦ୍ଧରେ ଆଲୋକପାତ କରିଥିଲେ । ସଭାପରେ ଶ୍ରୀଯୁକ୍ତ ପଟ୍ଟନାୟକଙ୍କ ନେତୃତ୍ୱରେ ରାଜଭବନ ଘେରାଉ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଏହି ବିଶାଳ ଶୋଭାଯାତ୍ରା ପାୱାର ହାଉସ୍ ଛକଠାରୁ ବାହାରି ରାଜଭବନ ଅଭିମୁଖେ ଯାଇଥିଲା ।

ପରେ ପିସିସି ସଭାପତି ଶ୍ରୀ ପଟ୍ଟନାୟକଙ୍କ ନେତୃତ୍ୱରେ କଂଗ୍ରେସର ଏକ ପ୍ରତିନିଧି ଦଳ ରାଜଭବନରେ ମାନ୍ୟବର ରାଜ୍ୟପାଳଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ ପୂର୍ବକ ତିନିଗୋଟି କଳା କୃଷି ଆଇନକୁ ପ୍ରତ୍ୟାହାର ଓ ପେଟ୍ରୋଲ, ଡିଜେଲ ଓ ଗ୍ୟାସ ଅହେତୁକ ମୂଲ୍ୟ ବୃଦ୍ଧିକୁ ପ୍ରତ୍ୟାହାର କରିବା ପାଇଁ ରାଜ୍ୟପାଳଙ୍କୁ ଅବଗତ କରିଥିଲେ । ମାନ୍ୟବର ରାଜ୍ୟପାଳ ଏ ସଂପର୍କରେ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ । ଏହି ପ୍ରତିନିଧି ଦଳରେ ଅନ୍ୟମାନଙ୍କ ମଧ୍ୟରେ ଜି. ରୁଦ୍ର ରାଜୁ, ସପ୍ତଗିରି ଉଲାକା, ଜୟଦେବ ଜେନା, ଶରତ ପଟ୍ଟନାୟକ, ଭକ୍ତଚରଣ ଦାସ, ରାମଚନ୍ଦ୍ର ଖୁଂଟିଆ, ଅନନ୍ତ ପ୍ରସାଦ ସେଠୀ, ମହମ୍ମଦ ମୋକିମ୍‌, ସୁରେଶ କୁମାର ରାଉତରାୟ, ଅଧିରାଜ ମୋହନ ପାଣିଗ୍ରାହୀ, ଜଗନ୍ନାଥ ପଟ୍ଟନାୟକ, ଶରତ ରାଉତ, ଶିବାନନ୍ଦ ରାୟ, ଗଣେଶ୍ୱର ବେହେରା, ଶୁଭେନ୍ଦୁ ମହାନ୍ତି, ଅମୀୟ ପଟ୍ଟନାୟକ, ସ୍ମୃତିରଂଜନ ଲେଙ୍କା, ଅଂଶୁମାନ ମହାନ୍ତି, ବନ୍ଦିତା ପରିଡା, ୟାସିର ନୱାଜ, ପଦ୍ମାକର ଗୁରୁ, ଅଜୟ ସାମଲ, ମନ୍ମଥ ରାଉତରାୟ ପ୍ରମୁଖ ଉପସ୍ଥିତ ଥିଲେ ।

ଆଜିର ଏହି ଘେରାଉ କାର୍ଯ୍ୟକ୍ରମରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ବିଶ୍ୱଜିତ୍ ଦାସ, ପଂଚାନନ କାନୁନ୍‌ଗୋ, ବିଜୟଲକ୍ଷ୍ମୀ ସାହୁ, ଉମାବଲ୍ଲଭ ରଥ, ଭୂଜବଳ ମାଝୀ, ଦେବାଶିଷ ପଟ୍ଟନାୟକ, ସୁରେନ୍ଦ୍ର ପରମାଣିକ, ରାଜକିଶୋର ଷଡଙ୍ଗୀ, ଅଜିତ୍ ମଙ୍ଗରାଜ, ମନୋଜ ରାଉତ, ଜ୍ଞାନଦେବ ବେଉରା, ହେମନ୍ତ ଦାସ, ହଳଧର ସେଠୀ, ସୁରେଶ ମହାପାତ୍ର, ନବୀନ ଚନ୍ଦ୍ର ନାରାୟଣ ଦାସ, ସୁରେଶ ପାଣିଗ୍ରାହୀ, ରଂଜିତ୍ ଦାସ, କିଶୋର ଜେନା, ନିହାର ମହାନନ୍ଦ, ଅଶ୍ୱିନୀ ଗୁରୁ, ସୁବ୍ରତ ଦାସ, ସଂଜୀବ ଗିରି, ଭାରତଭୂଷଣ ବେମାଲ, ନବ ମିଶ୍ର, ଗିରିବାଳା ବେହେରା, ଭରତ ଅୱସ୍ତୀ, ଅନାମ ନାୟକ, ନିପନ ଦାସ, ପ୍ରଣତି ମିଶ୍ର, ବିଷ୍ଣୁଚରଣ ବାରିକ, ରଶ୍ମି ମହାପାତ୍ର, ଜାନକୀ ବଲ୍ଲଭ ପଟ୍ଟନାୟକ, ମନୋରଞ୍ଜନ ଦାଶ, ବେଣୁମାଧବ ତ୍ରିପାଠୀ, ଦୀପକ ମହାପାତ୍ର, ପ୍ରଦୀପ ସ୍ୱାଇଁ, ସ୍ୱାଗତିକା ପଟ୍ଟନାୟକ, ରଜନୀ ମହାନ୍ତି, ସୁଶାନ୍ତ ତ୍ରିପାଠୀ, ଶମ୍ଭୁ ପାଣିଗ୍ରାହୀ, ନିଶିକାନ୍ତ ମିଶ୍ର, ଚିନ୍ମୟ ସୁନ୍ଦର ଦାସ, ଚିନ୍ମୟ ବେଉରା, ରାଜୀବ ପଟ୍ଟନାୟକ, ସତ୍ୟବ୍ରତ ନାୟକ,

ସଂଜୟ ମିଶ୍ର, ଜ୍ୟୋତିଷ ସାହୁ, ମହମ୍ମଦ ଶାହାଦୁଲ୍ଲା, ଜୟକୃଷ୍ଣ ସୁବୁଦ୍ଧି, ମୋହନ ଜେନା, ଜୟନ୍ତ ଭୋଇ, ଆଦିତ୍ୟ ପ୍ରୀତମ ଦାସ, ସାଗର ପରିଡା, ଗୀତାଞ୍ଜଳି ମହାନ୍ତି, ଶ୍ରିୟାସ୍ମିତା ପଣ୍ଡା, ଅଶୋକ ଦାସ, ସ୍ୱାଧିନବାଳା ଦାସ, ଲିଙ୍ଗରାଜ ସାହୁ, ପ୍ରକାଶ ମିଶ୍ର, କନକଲତା ମଲିକ, କୈଳାସ ସାହୁ, ସୁରେନ୍ଦ୍ରନାଥ କର, ନିରୁପମା ପାତ୍ର, ନିରୁପମା ଦାସ, ବାଙ୍କନିଧି ବେହେରା, ବିସ୍ମୟ ମହାପାତ୍ର, ମନୋଜା ମଂଜରୀ ଦେବୀ, ଜୟକୃଷ୍ଣ ମଲିଆ, ନଳିନୀକାନ୍ତ ନାୟକ, ମଧୁସ୍ମିତା ସେଠୀ, ନାଶିର ଖାନ, ଦେଓ ପ୍ରସାଦ, ଦୁଲ୍ଲାଲ ପ୍ରଧାନ, ନିରଞ୍ଜନ ନାୟକ, ଦୀପକ ସାହୁ, କହ୍ନେଇ ସେଠୀ, ଜଗଦିଶ ମହାନ୍ତି, ନିର୍ମଳା ମଲିକ, ବଟକୃଷ୍ଣ ରାଉତରାୟ, ଦିଲ୍ଲିପ ନାୟକ, ପ୍ରଶାନ୍ତ ବିଷୋୟୀ, ନିରଞ୍ଜନ ଲେଙ୍କା, ମନୋଜ ନାୟକ, ରୀତାଶ୍ରୀ ମହାନ୍ତି, ରୂପାଦିପ୍ତା ମହାପାତ୍ର, ହମିଦ୍ ହୁସନେ୍‌, ମୁକ୍ତାର ଖାଁ, ଅବଦୁଲ୍ ବାରୀ, ଏମ୍‌.ଏ. ପରବିନ୍‌, ଦିପ୍ତିରାଣୀ ପ୍ରଧାନ, କୁସୁମ ପ୍ରଧାନ, ସନ୍ତୋଷ ନନ୍ଦ, ଆଲୋକ ବେହେରା, ବଳଭଦ୍ର ଦାସ, କୁଳମଣି ସାହୁ, ତାପସ ସେଠୀ, ବିଦ୍ୟାଧର ଜେନା, ଅଂଶଗ୍ରହଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026

‘କୁହୁଡ଼ି’ ରେ ଉଦଘାଟିତ ହେଲା ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

‘କୁହୁଡ଼ି’ ରେ ଉଦଘାଟିତ ହେଲା ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version