• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

‘ବୁଣାକାର ଏବଂ ହସ୍ତଶିଳ୍ପ କାରିଗର ମାନଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀ ବିକ୍ରୀ ନିମନ୍ତେ ଆବଶ୍ୟକୀୟ ବଜାର ସୃଷ୍ଟି କରିବା ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ଉଦ୍ଦେଶ୍ୟ’ : ମନ୍ତ୍ରୀ ଶ୍ରୀମତୀ ଦିଆନ

Proprietor Abhimanyu Maharana by Proprietor Abhimanyu Maharana
January 18, 2021
in ଓଡ଼ିଶା, ହୋମ୍
0
‘ବୁଣାକାର ଏବଂ ହସ୍ତଶିଳ୍ପ କାରିଗର ମାନଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀ ବିକ୍ରୀ ନିମନ୍ତେ ଆବଶ୍ୟକୀୟ ବଜାର ସୃଷ୍ଟି କରିବା ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ଉଦ୍ଦେଶ୍ୟ’ : ମନ୍ତ୍ରୀ ଶ୍ରୀମତୀ ଦିଆନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୮ ଜାନୁଆରୀ ସୋମବାର ) ଭୁବନେଶ୍ୱର :- ଆଜି ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆନ ପଞ୍ଚଦଶ ତୋଷାଳି ମେଳା ଆୟୋଜନ ସଂ ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ମନ୍ତ୍ରୀ ଶ୍ରୀମତୀ ଦିଆନ କହିଛନ୍ତି ଯେ ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଚଳିତ ବର୍ଷ ପଞ୍ଚଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଚଳିତ ଜାନୁଆରୀ ୨୧ରୁ ଫେବୃଆରୀ ୪ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରର ଜନତା ମଇଦାନରେ ଆୟୋଜିତ ହେଉଛି । ମେଳାରେ ଦେଶର ବିଭିନ୍ନ ସ୍ଥାନରୁ କାରିଗର, ବୁଣାକାର ଏହି ହସ୍ତଶିଳ୍ପ ମେଳାରେ ଅଂଶଗ୍ରହଣ କରିବେ ଏବଂ ସେମାନଙ୍କର ପାର ̧ରିକ ତଥା ସମସାମୟିକ ହସ୍ତତନ୍ତ ଏବଂ ହସ୍ତଶଳ୍ପ ଉତ୍ପାଦ ପ୍ରଦର୍ଶନ କରିବେ । ଦେଶର ଗୁରୁତ୍ୱ ପୂର୍ଣ୍ଣ ସାଂସ୍କୃତିକ ସ୍ନାୟୁ କେନ୍ଦ୍ର ଭୁବନେଶ୍ୱରରେ ପ୍ରତିବର୍ଷ ଜନତା ମଇଦାନରେ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଆୟୋଜିତ ହୋଇଥାଏ ।

ଏହି ହସ୍ତଶିଳ୍ପ ମେଳା ଦେଶର ବାର୍ଷିକ ଉତ୍ସବ କ୍ୟାଲେଣ୍ଡରରେ ନିଜର ଏକ ନିଆରା ସ୍ଥାନ ନିରୁପଣ କରିସାରିଛି ବୋଲି ମନ୍ତ୍ରୀ ଶ୍ରୀମତୀ ଦିଆନ କହିଛନ୍ତି । ବୁଣାକାର ଏବଂ ହସ୍ତଶିଳ୍ପ କାରିଗରମାନଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀ ବିକି୍ର ନିମନ୍ତେ ଆବଶ୍ୟକୀୟ ବଜାର ସୃଷ୍ଟି କରି ସେମାନଙ୍କୁ ସ୍ୱାବଲମ୍ୱୀ କରିବା ଏବଂ ରାଜ୍ୟରେ କାର୍ଯ୍ୟରତ ଶିଳ୍ପୀ, କାରିଗର, ବୁଣାକାର ତଥା ତତ୍‌ସମ୍ୱନ୍ଧୀୟ ଅଭିଜ୍ଞ ବ୍ୟକ୍ତିମାନଙ୍କ ମଧ୍ୟରେ ଭାବଗତ ଆଦାନ ପ୍ରଦାନର ସୁଯୋଗ ସୃଷ୍ଟି କରିବା ଏହି ମେଳାର ଆଭିମୁଖ୍ୟ । ଭାରତୀୟ ପାରମ୍ପାରିକ କଳା, ହସ୍ତଶିଳ୍ପ ଏବଂ ହସ୍ତତନ୍ତର ସଂରକ୍ଷଣ କରିବା ଏବଂ କାରିଗର ଓ ବୁଣାକାରମାନଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀର ପ୍ରସ୍ତୁତି କୌଶଳ ଏବଂ ସୃଜନାତ୍ମକ ଜଟିଳତାକୁ ଲୋକମାନଙ୍କ ମଧ୍ୟରେ ପ୍ରଦର୍ଶନ ମାଧ୍ୟମରେ ସଚେତନତା ସୃଷ୍ଟି କରିବା ଏହି ମେଳାର ଲକ୍ଷ୍ୟ ବୋଲି ମନ୍ତ୍ରୀ ଶ୍ରୀମତୀ ଦିଆନ କହିଛନ୍ତି । ମନ୍ତ୍ରୀ ଶ୍ରୀମତୀ ଦିଆନ କହିଛନ୍ତି ଯେ ଚଳିତ ବର୍ଷ ଏହି କାର୍ଯ୍ୟକ୍ରମ ଆୟୋଜନ କରିବାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ରାଜ୍ୟ ତଥା ଦେଶର କାରିଗର/ବୁଣାକାରଙ୍କୁ ମାର୍କେଟିଂ ପରିସର ପ୍ରଦାନ କରିବା । କୋଭିଡ୍‌-୧୯ ପ୍ରତିବନ୍ଧକ ହେତୁ କାରିଗର/ବୁଣାକାରମାନେ ସେମାନଙ୍କ ଉତ୍ପାଦର ମାର୍କେଟିଂ ପାଇଁ ବହୁତ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

ରାଜ୍ୟରେ ଥିବା କୋଭିଡ୍‌-୧୯ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର/କେନ୍ଦ୍ର ସରକାର ନିର୍ଦ୍ଦିଷ୍ଟ କରିଥିବା କୋଭିଡ୍‌-୧୯ ନିର୍ଦ୍ଦେଶାବଳୀକୁ କଡ଼ା ନଜରରେ ରଖି ଉତ୍ପାଦର ମାର୍କେଟିଂ ପାଇଁ ପର୍ଯ୍ୟାପ୍ତ ପଦକ୍ଷେପ ନିଆଯିବ । ସାମାଜିକ ଦୂରତା ବଜାୟ ରଖିବା ପାଇଁ ପର୍ଯ୍ୟାପ୍ତ ସଂଖ୍ୟକ ସୁରକ୍ଷା କର୍ମୀ ବିଭିନ୍ନ ବ୍ଲକ୍‌ରେ ନିୟୋଜିତ ହେବେ । ପ୍ରତ୍ୟେକ ପ୍ରବେଶ ଦ୍ୱାରରେ ଥର୍ମାଲ୍‌ ସ୍କି୍ରନିଂ କରାଯିବ । ନିୟମିତ ବ୍ୟବଧାନରେ ମେଳା ପରିସର ପରିମଳ ପାଇଁ ଉପଯୁକ୍ତ ଯତ୍ନ ନିଆଯିବ । ମେଳା ପରିସରରେ ପ୍ରଦର୍ଶକ/ ପରିଦର୍ଶକ ଏବଂ ଅଧିକାରୀଙ୍କ ପାଇଁ ମାସ୍କ ଏବଂ ସାମାଜିକ ଦୂରତା ବ୍ୟବହାର ବାଧ୍ୟତାମୂଳକ କରାଯାଇଛି । ସମସ୍ତ କୋଭିଡ୍‌-୧୯ ପଦକ୍ଷେପ ଗୁଡ଼ିକ ପ୍ରଚାର ସାମଗ୍ରୀ ଯଥା ହୋର୍ଡିଂ/ଷ୍ଟାଣ୍ଡି ଇତ୍ୟାଦିରେ ଅନ୍ତର୍ଭୁକ୍ତ ହେବ । କୋଭିଡ୍‌-୧୯ ନିର୍ଦ୍ଦେଶାବଳୀ ଉପରେ କଡ଼ା ନଜର ରଖିବା ପାଇଁ ଉଚ୍ଚସ୍ତରୀୟ ଅଧିକାରୀଙ୍କୁ ନେଇ ଏକ ସ୍ୱତନ୍ତ୍ର କମିଟି ଗଠନ କରାଯାଇଛି । ଏହି ବର୍ଷ ମେଳାକୁ ସୁଗମ୍ୟ ସହିତ ବୟସ୍କ ତଥା ଦିବ୍ୟାଙ୍ଗ ହିତୋପଯୋଗୀ ବନ୍ଧୁତ୍ୱପୂର୍ଣ୍ଣ ବାତାବରଣରେ ଅନୁଷ୍ଠିତ ହେବାକୁ ସ୍ଥିର କରାଯାଇଛି । ହୁଇଲ୍‌ ଚେୟାର ସହିତ ଏକ ସ୍ୱତନ୍ତ୍ର ହେଲଡେସ୍କ, ପାର୍କିଂ ସ୍ଥାନ ବ୍ୟବସ୍ଥା କରାଯାଇଛି ଓ ମେଳା ପରିଦର୍ଶନ ପାଇଁ ଅ ପରାହ@ ୩ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଦିବ୍ୟାଙ୍ଗ ପରିଦର୍ଶକଙ୍କୁ ସହାୟତା ଯୋଗାଇବାର ବ୍ୟବସ୍ଥା ରହିବ ।

ଚଳିତ ବର୍ଷ ଏହି ମେଳାରେ ୨୫୦ଟି ହସ୍ତତନ୍ତ ଏବଂ ହସ୍ତଶିଳ୍ପ ଷ୍ଟଲ ସ୍ଥାନିତ ହେବ ଯେଉଁଥିରୁ ଦେଶର ବିଭିନ୍ନ ରାଜ୍ୟରୁ ୪୦ ବୁଣାକାର/୪୦ କାରିଗର ବିକାଶ ଆୟୁକ୍ତ(ହସ୍ତତନ୍ତ)/ବିକାଶ ଆୟୁକ୍ତ (ହସ୍ତଶିଳ୍ପ), ଭାରତ ସରକାରଙ୍କ ଦ୍ୱାରା ପ୍ରାୟୋଜିତ ହୋଇଥିବା ସହିତ ୧୧୦ ଜଣ କାରିଗର ଏବଂ ୬୦ ଜଣ ବୁଣାକାରଙ୍କୁ ଯଥାକ୍ରମେ ରାଜ୍ୟ କୁଟୀର ଓ ହସ୍ତଶିଳ୍ପ ନିର୍ଦ୍ଦେଶାଳୟ ଓଡ଼ିଶା ସରକାର ଏବଂ ରାଜ୍ୟ ହସ୍ତତନ୍ତ ନିର୍ଦ୍ଦେଶାଳୟ ଓଡ଼ିଶା ସରକାରଙ୍କ ତରଫରୁ ପ୍ରାୟୋଜିତ ହୋଇଛନ୍ତି । ପରିଦର୍ଶକଙ୍କ ସମାବେଶକୁ ଏଡ଼ାଇବା ପାଇଁ ଚଳିତ ବର୍ଷ କୌଣସି ସାଂସ୍କୃତିକ କାର୍ଯ୍ୟକ୍ରମ ସ୍ଥିର ହୋଇନାହିଁ । ମେଳା ସବୁଦିନ ୨ଟାରୁ ରାତି ୯ଟା ପର୍ଯ୍ୟନ୍ତ ଖୋଲା ରହିବ ବୋଲି ମନ୍ତ୍ରୀ ଶ୍ରୀମତୀ ଦିଆନ ପ୍ରକାଶ କରିଛନ୍ତି । ସୂଚନାଯୋଗ୍ୟ ଯେ ଏହି ମେଳାକୁ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଚଳିତ ୨୧ ତାରିଖ ଦିନ ସନ୍ଧ୍ୟା ୬ଟା ସମୟରେ ମନ୍ତ୍ରୀ ଶ୍ରୀମତୀ ଦିଆନ, ଭୁବନେଶ୍ୱର ସାଂସଦ ଏବଂ ଭୁବ ନେ ଶ୍ୱର ବିଧାୟକଙ୍କ ଉପସ୍ଥିତିରେ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଏହି ମେଳା ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ସହିତ ବିକାଶ ଆୟୁକ୍ତ (ହସ୍ତଶିଳ୍ପ) ଓ ବିକାଶ ଆୟୁକ୍ତ (ହସ୍ତତନ୍ତ), ଭାରତ ସରକାରଙ୍କ ହସ୍ତତନ୍ତ ମନ୍ତ୍ରଣାଳୟର ସହଭାଗିତାରେ ଅନୁଷ୍ଠିତ ହେଉଛି । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅଧିନରେ କାର୍ଯ୍ୟରତ ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଅନୁଷ୍ଠାନ (ସିଡାକ୍‌) ତରଫରୁ ଏହି ବୃହତ୍‌ ଜାତୀୟ ସ୍ତରର ମେଳାର ନମୁନା ପରିକଳ୍ପନା କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Navi Mumbai’s Kharghar Temple Hosts Bahuda Yatra

ନଭିମୁମ୍ବାଇର ଖାରଘରଠାରେ ବାହୁଡା଼ ଯାତ୍ରାର ଆୟୋଜନ

July 25, 2026
Navi Mumbai’s Kharghar Temple Hosts Bahuda Yatra

Navi Mumbai’s Kharghar Temple Hosts Bahuda Yatra

July 25, 2026
ରାୟପୁର ଜଗନ୍ନାଥ ମନ୍ଦିରରେ ବାହୁଡ଼ା ଯାତ୍ରା ସମ୍ପନ୍ନ

Raipur’s Jagannath Temple Hosts Bahuda Yatra

July 25, 2026
ରାୟପୁର ଜଗନ୍ନାଥ ମନ୍ଦିରରେ ବାହୁଡ଼ା ଯାତ୍ରା ସମ୍ପନ୍ନ

ରାୟପୁର ଜଗନ୍ନାଥ ମନ୍ଦିରରେ ବାହୁଡ଼ା ଯାତ୍ରା ସମ୍ପନ୍ନ

July 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Navi Mumbai’s Kharghar Temple Hosts Bahuda Yatra

ନଭିମୁମ୍ବାଇର ଖାରଘରଠାରେ ବାହୁଡା଼ ଯାତ୍ରାର ଆୟୋଜନ

July 25, 2026
Navi Mumbai’s Kharghar Temple Hosts Bahuda Yatra

Navi Mumbai’s Kharghar Temple Hosts Bahuda Yatra

July 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version