• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ହିଞ୍ଜିଳି ପୌରାଞ୍ଚଳରେ 28 କୋଟିରୁ ଉର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ ଛୋଟ ଛୋଟ ସହରର ବିକାଶ ଉପରେ – ସ୍ବତନ୍ତ୍ର ଗୁରୁତ୍ୱ ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
February 11, 2021
in ଓଡ଼ିଶା, ଖୋର୍ଦ୍ଧା, ଦେଶ, ମହାନଗର, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ହିଞ୍ଜିଳି ପୌରାଞ୍ଚଳରେ 28 କୋଟିରୁ ଉର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ ଛୋଟ ଛୋଟ ସହରର ବିକାଶ ଉପରେ – ସ୍ବତନ୍ତ୍ର ଗୁରୁତ୍ୱ ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୧ ଫେବୃଆରୀ ଗୁରୁବାର ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ହିଞ୍ଜିଳି ପୌର ପରିଷଦ ଅଞ୍ଚଳରେ 28କୋଟି ଟଙ୍କାରୁ ଉର୍ଦ୍ଧ୍ବ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପିଲାମାନେ ହେଉଛନ୍ତି ଏ ଜାତିର, ଏ ଦେଶର ଭବିଷ୍ୟତ । ଶିକ୍ଷା ହେଉଛି ପରିବର୍ତ୍ତନର ଚାବିକାଠି। ଶିକ୍ଷା ହେଉଛି ପ୍ରକୃତ ସଶକ୍ତିକରଣ। ତେଣୁ ହିଞ୍ଜିଳିରେ ଶିକ୍ଷାର ବିକାଶ ଉପରେ ସେ ଗୁରୁତ୍ବ ଦେଇଆସିଛନ୍ତି ବୋଲି ପ୍ରକାଶ କରି ହିଞ୍ଜିଳିକୁ ଶିକ୍ଷା କ୍ଷେତ୍ରରେ ଏକ ଆଗୁଆ ଅଞ୍ଚଳ ଭାବେ ବିକଶିତ କରିବା ତାଙ୍କର ଲକ୍ଷ୍ୟ ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ମହାମାରୀ ଯୋଗୁ ସେ ବହୁତ ଦିନ ହେଲା ହିଞ୍ଜିଳି ଯାଇପାରି ନାହାନ୍ତି । ଏବେ ପରିସ୍ଥିତିରେ ଉନ୍ନତି ଆସିଥିବାରୁ ସେ ଖୁବ ଶୀଘ୍ର ହିଞ୍ଜିଳି ଗସ୍ତ କରି ଜନସାଧାରଣଙ୍କୁ ଭେଟିବେ । କୋଭିଡ ଯୁଦ୍ଧରେ ଗଞ୍ଜାମବାସୀଙ୍କ ଭୂମିକାକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ “କରୋନା ମହାମାରୀ ସହ ଆପଣମାନେ ଯେପରି ଲଢିଲେ, ଗଞ୍ଜାମ ଯେପରି ଲଢିଲା, ତାହା ସାରା ବିଶ୍ବ ଦେଖିଛି । ଆପଣମାନଙ୍କ ସହଯୋଗରେ ଆଜି କରୋନାକୁ ନିୟନ୍ତ୍ରଣ କରିବାରେ ଆମେ ସଫଳ ହୋଇଛୁ। ଏ ଦିଗରେ ଗଞ୍ଜାମର ସଫଳତା ସାରା ବିଶ୍ବର ପ୍ରଶଂସା ପାଇଥିଲା । ସେଥିପାଇଁ ମୁଁ ଆପଣମାନଙ୍କୁ ସମସ୍ତଙ୍କୁ, ଆମର ପଞ୍ଚାୟତ ପ୍ରତିନିଧି ମାନଙ୍କୁ, ମିଶନ ଶକ୍ତିର ମା ମାନଙ୍କୁ ଓ କୋଭିଡ ଯୋଦ୍ଧା ମାନଙ୍କୁ ଧନ୍ୟବାଦ ଜଣାଉଛି। ଟୀକାକରଣ ଆରମ୍ଭ ହୋଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ବିପଦ ପୁରା ଦୂର ହୋଇନାହିଁ ।

ତେଣୁ ଆମକୁ ସାବଧାନ ରହିବାକୁ ହେବ ।” ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ହିଞ୍ଜିଳିର ଜନସାଧାରଣଙ୍କ ସୁଖଦୁଃଖ, ସବୁଥିରେ ସେ ସେମାନଙ୍କ ସହିତ ରହିଛନ୍ତି ଓ ରହିଥିବେ । ସାରା ଓଡିଶା ସହିତ ହିଞ୍ଜିଳି ନିର୍ବାଚନମଣ୍ଡଳୀ ଅଞ୍ଚଳର ବିକାଶ ଉପରେ ସେ ନଜର ରଖିଛନ୍ତି ବୋଲି କହିଥିଲେ । ହିଞ୍ଜିଳି ସହରର ବିକାଶ ପାଇଁ 28କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଆରମ୍ଭ କରାଗଲା ବୋଲି ପ୍ରକାଶ କରି ସେ କହିଥିଲେ ଯେ ଆଧୁନିକ ସହର ମାନଙ୍କରେ ମିଳୁଥିବା ବିଭିନ୍ନ ସୁବିଧା ହିଞ୍ଜିଳିବାସୀ ଯେପରି ପାଇପାରିବେ, ସେଥିପାଇଁ ସେ ଉଦ୍ୟମ ଜାରି ରଖିଛନ୍ତି। ରାଜ୍ୟର ଛୋଟ ଛୋଟ ସହରର ବିକାଶ ଉପରେ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି ବୋଲି ସେ ପ୍ରକାଶ କରିଥିଲେ। ଏହି ଅବସରରେ ହିଞ୍ଜିଳିର ନୂତନ ପ୍ରକଳ୍ପ ଗୁଡିକ ସଂପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ଆସ୍କା ସାଂସଦ ଶ୍ରୀମତୀ ପ୍ରମିଳା ବିଷୋଇ, ପୋଲସରା ବିଧାୟକ ଶ୍ରୀ ଶ୍ରୀକାନ୍ତ ସାହୁ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର, ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଜି. ମାଥିଭାତନନ୍, ଗଞ୍ଜାମ ଜିଲ୍ଲାପାଳ ଓ ଉଚ୍ଚପଦସ୍ଥ ଅଧିକାରୀମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

May 2, 2026
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

May 2, 2026
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version