• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କାଳିଆ ଯୋଜନାର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ;  ୫୩ ଲକ୍ଷରୁ ଅଧିକ ଚାଷୀ ପାଇଲେ ୧୨୭୨ କୋଟି : ମୋ ରାଜ୍ୟର ଚାଷୀ ସମ୍ମାନର ସହ ବଞ୍ଚୁ – ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
February 13, 2021
in ଓଡ଼ିଶା, ମହାନଗର, ହୋମ୍
0
କାଳିଆ ଯୋଜନାର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ;  ୫୩ ଲକ୍ଷରୁ ଅଧିକ ଚାଷୀ ପାଇଲେ ୧୨୭୨ କୋଟି : ମୋ ରାଜ୍ୟର ଚାଷୀ ସମ୍ମାନର ସହ ବଞ୍ଚୁ – ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ମୋ ରାଜ୍ୟର ଚାଷୀ ସମ୍ମାନର ସହ ବଞ୍ଚୁ – ମୁଖ୍ୟମନ୍ତ୍ରୀ

ଓଡ଼ିଶା ତାଜା ନ୍ୟୁଜ୍ (୧୨ ଫେବୃଆରୀ ଶୁକ୍ରବାର ) ଭୁବନେଶ୍ୱର :– ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ୫୩ ଲକ୍ଷରୁ ଅଧିକ ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏ କାଳିଆ ସହାୟତା ପ୍ରଦାନ କରିଛନ୍ତି । ସମୁଦାୟ ୧୨୭୨ କୋଟିରୁ ଅଧିକ ଟଙ୍କା ପ୍ରଦାନ କରାଯାଇଛି ।  ଏହି ଟଙ୍କା ଚାଷୀମାନଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀ ମାନଙ୍କୁ କୃଷି ଓ ଆନୁଷାଙ୍ଗିକ କାର୍ଯ୍ୟରେ ସହାୟତା କରିବା ପାଇଁ 2019 ମସିହାରେ କାଳିଆ ଯୋଜନା ଆରମ୍ଭ ହୋଇଥିଲା । ଏହି ଯୋଜନା ଆଜି ଜାତୀୟ ସ୍ତରରେ ଏକ ଆଦର୍ଶ ଯୋଜନା ହୋଇପାରିଛି ।

ବିଶ୍ବବ୍ୟାଙ୍କ ତଥ୍ୟ ଅନୁଯାୟୀ କାଳିଆ ଯୋଜନା କାର୍ଯ୍ୟକାରୀ ହେବା ପରେ ପୂର୍ବ ବର୍ଷ ଅପେକ୍ଷା ଚାଷୀ ମାନଙ୍କ ଋଣ ଭାର ଅପେକ୍ଷାକୃତ କମିପାରିଛି ।  ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ‘ମୁଁ ଚାହେଁ, ମୋ ରାଜ୍ୟର ଚାଷୀ ତାର ଉତ୍ପାଦିତ ଜିନିଷର ଉଚିତ୍‌ ମୂଲ୍ୟ ପାଉ। ମୁଁ ଚାହେଁ, ଚାଷୀର ରୋଜଗାର ବଢୁ । ତାର ଜୀବନଧାରଣ ମାନରେ ଉନ୍ନତି ଆସୁ। ମୁଁ ଚାହେଁ ମୋ ରାଜ୍ୟର ଚାଷୀ ସମ୍ମାନର ସହ ବଞ୍ଚୁ । ଏହି ଲକ୍ଷ୍ୟ ନେଇ ମୁଁ କାମ କରୁଛି ।’

କୃଷି ଆମ ଅର୍ଥନୀତିର ମୁଖ୍ୟ ଶକ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କରୋନା ସମୟରେ ଅର୍ଥନୀତିର ସବୁ କ୍ଷେତ୍ର ଗୁରୁତର ଭାବେ ପ୍ରଭାବିତ ହୋଇଥିଲା । କିନ୍ତୁ, ଆମର ଚାଷୀଭାଇ ମାନଙ୍କ ସାହସ ଓ ପରିଶ୍ରମ କୃଷି କ୍ଷେତ୍ରରେ ଉନ୍ନତି ଆଣିଛି ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀଭାଇ ସଂଜୀବନୀ ପରି ଦେଶର ଅର୍ଥନୀତିକୁ ରକ୍ଷା କରିପାରିଛି । ‘ଚାଷୀର ତ୍ୟାଗକୁ, ତାର ପରିଶ୍ରମକୁ ମୁଁ ପ୍ରଣାମ କରୁଛି’ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଚାଷୀଙ୍କ ପାଇଁ ଆରମ୍ଭରୁ ସେ କାମ କରିଆସିଛନ୍ତି ଏବଂ କରିଚାଲିବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ ଭଲ ରହିଲେ ଦେଶ ଓ ସମାଜ ଭଲରେ ରହିବ। ଏହି ଲକ୍ଷ୍ୟ ନେଇ ରାଜ୍ୟ ସରକାର ଚାଷୀଭାଇ ପାଇଁ ବିଭିନ୍ନ ଯୋଜନା କରିଆସୁଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ MSPକୁ ଦୁଇ ଗୁଣ କରିବା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ନିକଟରେ ବାରମ୍ବାର ଦାବୀ କରିଆସୁଛନ୍ତି । ଏହାସହିତ କୃଷିଜାତ ଜିନିଷ ପାଇଁ Marketing Infrastructureକୁ ସୁଦୃଢ କରିବା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ବୋଲି ସେ କହିଥିଲେ । ଚାଷୀଭାଇମାନେ ସରକାରଙ୍କ ବିଭିନ୍ନ କୃଷି କଲ୍ୟାଣ ଯୋଜନାର ସୁବିଧା ନେବେ ଏବଂ ରାଜ୍ୟର ବିକାଶ ଧାରାକୁ ଆଗେଇ ନେବେ ବୋଲି ସେ ଆଶାପ୍ରକାଶ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜିଲ୍ଲାରେ ଉପସ୍ଥିତ ଥିବା ଚାଷୀମାନଙ୍କ ସହିତ କାଳିଆ ସହାୟତା ସଂପର୍କରେ ଆଲୋଚନା କରିଥିଲେ । ସୁନ୍ଦରଗଡ,ର କୁମାରୀ ମାରାଇ ବରଗଡ,ମାଣିକ ପ୍ରଧାନ ନବରଂଗପୁର, ର ଘନ ପାଇକ ନୟାଗଡ ର ଦାଶରଥି ସାହୁ ଓ ମୟୁରଭଂଜର ଚାଷୀମାନେ କାଳିଆ ସହାୟତା ଦ୍ବାରା କିପରି ଚାଷ ସହିତ ଛେଳିପାଳନ ଓ ଅନ୍ୟ ଆନୁଷଙ୍ଗିକ କୃଷି କାମ କରି ସେମାନେ କିପରି ଲାଭବାନ୍‌ ହୋଇଛନ୍ତି, ସେ ବିଷୟରେ କହି କାଳିଆ ଯୋଜନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ।

ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅରୁଣ ସାହୁ କହିଥିଲେ ଯେ ଅନେକ ପ୍ରାକୃତିକ ବିପର୍ଯ୍ୟୟ ଓ ବର୍ତ୍ତମାନର କୋଭିଡ ପରିସ୍ଥିତି ସତ୍ତ୍ବେ ଚାଷୀମାନେ ଭଲ ଫସଲ ଅମଳ କରି ଓଡିଶାକୁ ଆଗକୁ ନେଇପାରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ନେତୃତ୍ବ ଯୋଗୁ ରାଜ୍ୟ କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ଅଗ୍ରଗତି କରିପାରିଛି ବୋଲି ସେ କହିଥିଲେ । ଏହି ଅବସରରେ କାଳିଆ ଯୋଜନା ସଂପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । କୃଷି ବିଭାଗର ପ୍ରମୁଖ ସଚିବ ଶ୍ରୀ ସୌରଭ ଗର୍ଗ ସ୍ବାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ । ମୁଖ୍ୟଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିଶନର ଶ୍ରୀ ଆର୍‌.କେ. ଶର୍ମା ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

May 3, 2026
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

May 3, 2026
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version