• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୧୪ତମ ଗୁରୁ ଦେବପ୍ରସାଦ ପୁରସ୍କାର ଉତ୍ସବ ଓଡ଼ିଶୀ ନୃତ୍ୟ ଡ୍ରାମା ସହିତ ଅନୁପ ଜଲୋଟାଙ୍କ ସୁମଧୁର ଭଜନ ଓ ଗଜଲରେ ଉଦ୍‍ଘାଟିତ

Proprietor Abhimanyu Maharana by Proprietor Abhimanyu Maharana
February 14, 2021
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
୧୪ତମ ଗୁରୁ ଦେବପ୍ରସାଦ ପୁରସ୍କାର ଉତ୍ସବ ଓଡ଼ିଶୀ ନୃତ୍ୟ ଡ୍ରାମା ସହିତ ଅନୁପ ଜଲୋଟାଙ୍କ ସୁମଧୁର ଭଜନ ଓ ଗଜଲରେ ଉଦ୍‍ଘାଟିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୪ ଫେବ୍ରୁଆରି,ରବିବାର )ଭୁବନେଶ୍ୱର :- ୧୪ତମ ଗୁରୁ ଦେବପ୍ରସାଦ ପୁରସ୍କାର ଉତ୍ସବ ତ୍ରିଧାରା ଅନୁଷ୍ଠାନ ଦ୍ୱାରା ଆଜି ଏକ ବର୍ଣ୍ଣାଢ୍ୟ ପରିବେଶରେ ଉଦ୍‍ଘାଟିତ ହୋଇଯାଇଅଛି । ଏହି ଉତ୍ସବ ୧୩ ତାରିଖରୁ ଆରମ୍ଭ ହୋଇ ୧୫ ତାରିଖ ପର୍ଯ୍ୟନ୍ତ ରବିନ୍ଦ୍ର ମଣ୍ଡପରେ ଆୟୋଜିତ ହେବ । ତ୍ରିଧାରା ଏକ ଅଗ୍ରଣୀ ଅନୁଷ୍ଠାନ ଯାହା ଗୁରୁ ଦେବପ୍ରସାଦ ଦାସଙ୍କ ଅନନ୍ୟ ଶୈଳୀକୁ ସମର୍ଥନ କରେ ।

ଏହି ଉତ୍ସବର ଆୟୋଜନ କରିବାର ଉଦ୍ଦେଶ୍ୟ ହେଉଛି ଓଡ଼ିଶୀ ନୃତ୍ୟକୁ ଆଦିବାସୀ ତଥା ଲୋକ ପରମ୍ପରାର ଆଭିମୁଖ୍ୟକୁ ନେଇ ଏକ ଅନନ୍ୟ ଶୈଳୀରେ ପ୍ରଦର୍ଶନ ଏବଂ ପ୍ରୋତ୍ସାହିତ କରିବା । ପ୍ରାରମ୍ଭରେ ସମ୍ମାନିତ ଅତିଥି ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତ କ୍ଷେତ୍ରରେ ଜୀବନ ଅବଦାନ ପାଇଁ ଭଜନ ସମ୍ରାଟ ପଦ୍ମଶ୍ରୀ ପଣ୍ଡିତ ଅନୁପ ଜଲୋଟାଙ୍କୁ ଆଜୀବନ ଆଚିଭମେ ଆୱାର୍ଡ ପ୍ରଦାନ କରାଯାଇଥିଲା । ଉଦ୍‌‌ଘାଟନୀ ସନ୍ଧ୍ୟାରେ ପ୍ରଥମ ଉପସ୍ଥାପନା ଥିଲା ତ୍ରିଧାରାର ବରିଷ୍ଠ ନୃତ୍ୟଶିଳ୍ପୀମାନଙ୍କ ଦ୍ୱାରା ଓଡ଼ିଶୀ ଡ୍ୟାନ୍ସ ଡ୍ରାମା  ସଂକ୍ଷିପ୍ତ ରାମାୟଣ ।

ଏହି ନୃତ୍ୟ ନାଟିକାକୁ ସଂରଚନା କରିଥିଲେ ଗୁରୁ ଗଜେନ୍ଦ୍ର କୁମାର ପଣ୍ଡା ଏବଂ ଏହାର ସଂଗୀତ ସଂଯୋଜନା କରିଥିଲେ ଗୁରୁ ପଣ୍ଡିତ ହରମୋହନ । ତ୍ରିଧାରାର ନୃତ୍ୟଶିଳ୍ପୀମାନଙ୍କର ନୃତ୍ୟାନୁଗ୍ରହ, ଶରୀରର ଗତିବିଧି ଦ୍ୱାରା ଚମତ୍କାର ସଠିକତା ଏବଂ ଚିତ୍ତାକର୍ଷକ ଅଙ୍ଗଭଙ୍ଗୀ ନୃତ୍ୟ ମାଧ୍ୟମରେ ବେଶ୍‍ ବାରିହେଉଥିଲା ଯାହା ପ୍ରେକ୍ଷାଳୟରେ ଉପସ୍ଥିତ ଦର୍ଶକମାନଙ୍କର କରତାଳି ସାଉ ବାରେ ସକ୍ଷମ ହୋଇଥିଲା । ସନ୍ଧ୍ୟାର ଦ୍ୱିତୀୟ ଉପସ୍ଥାପନା ଥିଲା ଭଜନ ସମ୍ରାଟ ପଦ୍ମଶ୍ରୀ ପଣ୍ଡିତ ଅନୁପ ଜଲୋଟାଙ୍କ ଦ୍ୱାରା ଭଜନ ଏବଂ ଗଜଲ ପରିବେଶଣ । ସେ ତାଙ୍କର କିଛି ଲୋକପ୍ରିୟ ଭଜନ ଯଥା ଐସି ଲାଗି ଲଗନ୍‌, ମେନ୍ ନାହି ମାଖନ୍ ଖାୟୋ, ରଙ୍ଗ ଦେ ଚୁନରିୟା, ଜାଗ୍ ମେ ସୁନ୍ଦର ହେ ଦୋ ନାମ ଇତ୍ୟାଦି ପରିବେଶଣ କରିଥିଲେ ।

ସନ୍ଧ୍ୟାର ସଂଗୀତ କାର୍ଯ୍ୟକ୍ରମର ଉତ୍କୃଷ୍ଟ ଉପସ୍ଥାପନା ଦ୍ୱାରା କଳା ସଂଯୋଜକମାନେ ଆକର୍ଷିତ ହୋଇଥିଲେ ଏବଂ ଶେଷ ପର୍ଯ୍ୟନ୍ତ ଉପସ୍ଥିତ ରହି ପଣ୍ଡିତ ଅନୁପ ଜଲଟାଙ୍କ ଭଜନ ଓ ଗଜଲକୁ ମନଭରି ଉପଭୋଗ କରିଥିଲେ । ତାଙ୍କୁ ତବଲାରେ ପଣ୍ଡିତ ପ୍ରଶନଜିତ୍‍ ପୋଡ଼ାର, ବଂଶିରେ ପ୍ରଫେସର ଜବାହାର ମିଶ୍ର, ସାରଙ୍ଗିରେ ପଣ୍ଡିତ ରାମଲାଲ ମିଶ୍ର, କିବୋଡ଼ରେ କୌଶିକ୍‍ ମୁଖାର୍ଜୀ ଓ ଗିଟାରରେ ଅରିନ୍ଧମ୍‍ ଘୋଷ ସହଯୋଗ କରିଥିଲେ ।

ଉଦ୍‍ଘାଟନୀ ଉତ୍ସବର ଅତିଥିମାନେ ଥିଲେ ଭାରତ ସରକାରଙ୍କ ପୂର୍ବତନ ପ୍ରଶାସନିକ ଅଧିକାରୀ ସୁରେଶ ଚନ୍ଦ୍ର ପଣ୍ଡା ; ପ୍ରମୁଖ ଆୟକର କମିଶନର ଧୀରେନ୍ଦ୍ର କୁମାର ମିଶ୍ର ; ଲୋକ ସେବକ ମଣ୍ଡଳର ସଚିବ ତଥା ସମାଜ ଖବର କାଗଜର ପ୍ରକାଶକ ନିରଞ୍ଜନ ରଥ ; ଟିମ୍‍ ଆର୍ଡ଼ ମାର୍କର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ନିଶିକାନ୍ତ ମିଶ୍ର ; କାଦମ୍ବିନୀ ପତ୍ରିକାର ସମ୍ପାଦକ ଡ଼. ଇତି ସାମନ୍ତ ; ତ୍ରିଧାରାର କାର୍ଯ୍ୟରତ ସମ୍ପାଦକ ସିମାଞ୍ଚଳ ପଣ୍ଡା ଏବଂ ତ୍ରିଧାରାର ନିର୍ଦ୍ଦେଶକ ଗୁରୁ ଗଜେନ୍ଦ୍ର କୁମାର ପଣ୍ଡା । କାର୍ଯ୍ୟକ୍ରମକୁ ସଂଚାଳନା କରିଥିଲେ ଡ଼. ଇ. ଶ୍ରୀନିବାସ ଘଟୁଆରୀ । (ପୁରୀ ଜିଲ୍ଳା ନ୍ୟୁଜ୍ ବ୍ୟୁରୋ /ବିଶ୍ଵନାଥ ମିଶ୍ର )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version