• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଗାମୀ ବିଧାନସଭା ଅଧିବେଶନ ସୁରୁଖୁରୁରେ ସମ୍ପନ୍ନ ପାଇଁ ସର୍ବଦଳୀୟ ବୈଠକ – ଭୁବନେଶ୍ୱର

Proprietor Abhimanyu Maharana by Proprietor Abhimanyu Maharana
February 17, 2021
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ଆଗାମୀ ବିଧାନସଭା ଅଧିବେଶନ ସୁରୁଖୁରୁରେ ସମ୍ପନ୍ନ ପାଇଁ ସର୍ବଦଳୀୟ ବୈଠକ – ଭୁବନେଶ୍ୱର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୭ ଫେବୃଆରୀ ,ବୁଧବାର ) ଭୁବନେଶ୍ୱର :- ଷୋଡ଼ଶ ଓଡ଼ିଶା ବିଧାନସଭାର ଷଷ୍ଠ ଅଧିବେଶନ ସୁରୁଖୁରୁରେ ସମ୍ପନ୍ନ ପାଇଁ ଆଜି ବିଧାନସଭା ନୂତନ ସମ୍ମିଳନୀ କକ୍ଷରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବାଚସ୍ପତି ଡ଼ଃ. ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଆଜି ପୂର୍ବାହ୍ନ ୧୧ଟା ୩୦ ମିନିଟ୍ ରେ ଅନୁଷ୍ଠିତ ବୈଠକରେ ବିଧାନସଭା ଅଧିବେଶନ ସଂକ୍ରାନ୍ତୀୟ ବିଭିନ୍ନ ପ୍ରସଙ୍ଗ ଉପରେ ସରକାରୀ ଦଳ ଓ ବିରୋଧୀ ଦଳ ନେତା ମାନଙ୍କ ସହ ଆଲୋଚନା କରାଯାଇଥିଲା । ୧୮ ତାରିଖ ଦିନ ବିଧାନସଭାର ପ୍ରାରମ୍ଭିକ ଦିବସରେ ରାଜ୍ୟପାଳଙ୍କ ଅଭିଭାଷଣ, ଶୋକପ୍ରସ୍ତାବ, ଧନ୍ୟବାଦ ପ୍ରସ୍ତାବ ଏବଂ ସମ୍ମତି ବିଲ୍ ଗୁଡିକ ଆଗତ ପରେ ଗୃହ ସେହିଦିନ ପାଇଁ ମୁଲତବୀ ରହିବ । ଚଳିତ ଅଧିବେଶନରେ ପ୍ରଶ୍ନକାଳ କହିବ ଏବଂ ସଭ୍ୟମାନଙ୍କର ତାରକାଚିହ୍ନିତ ଓ ଅଣତାରକାଚିହ୍ନିତ ପ୍ରଶ୍ନଗୁଡିକର ଉତ୍ତର ଦିଆଯିବ । ପ୍ରାରମ୍ଭିକ ଦିବସ ଦିନ ଅଧିବେଶନ ପୂର୍ବାହ୍ନ ୧୧ଟା ବେଳେ ଆରମ୍ଭ ହେବାକୁ ଥିବା ସ୍ଥଳେ ଅନ୍ୟ ଦିବସରେ ଅଧିବେଶନ ପୂର୍ବାହ୍ନ ୧୦ଟା ୩୦ ମିନିଟ୍ ରୁ ଅପରାହ୍ନ ୧ଟା ୩୦ ମିନିଟ୍ ଏବଂ ଅପରାହ୍ନ ୪ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ।

ତେବେ ରାଜ୍ୟପାଳଙ୍କ ଧନ୍ୟବାଦ ପ୍ରସ୍ତାବ, ଆପ୍ରୋପ୍ରିଏସନ୍ ବିଲ୍, ବଜେଟ୍ ଉତ୍ତର, ଗୃହ, ସାଧାରଣ ପ୍ରଶାସନ, ରାଜସ୍ୱ ବିଭାଗର ଖର୍ଚ୍ଚଦାବୀ ଆଲୋଚନା ଏବଂ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ଦିନ ଗୃହର ଅପରାହ୍ନ ଅଧିବେଶନ ଅପରାହ୍ନ ୪ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି । କେବଳ ରବିବାରକୁ ଛାଡି ଶନିବାର ସମେତ ସମସ୍ତ ସରକାରୀ କାର୍ଯ୍ୟ ଦିବସରେ ଅଧିବେଶନ ବସିବ । ବିରୋଧୀ ଦଳ ସଭ୍ୟମାନଙ୍କ ମୁଲତବୀ ପ୍ରସ୍ତାବର ଆଲୋଚନା ୯୦ ମିନିଟ୍ ପାଇଁ ଧାର୍ଯ୍ୟ କରାଯାଇଛି ଏବଂ ବିରୋଧୀଦଳ ସଦସ୍ୟମାନଙ୍କ ପାଇଁ ୫୫ ମିନିଟ୍ ଧାର୍ଯ୍ୟ କରାଯାଇଥିବା ସ୍ଥଳେ ସରକାରୀ ଦଳ ସଦସ୍ୟ ଓ ମନ୍ତ୍ରୀମାନଙ୍କ ଉତ୍ତର ପାଇଁ ୩୫ ମିନିଟ୍ ସମୟସୀମା ଧାର୍ଯ୍ୟ କରାଯାଇଛି । କରୋନା କଟକଣାକୁ ପୂର୍ବ ଥର ଭଳି ଏଥର ମଧ୍ୟ କଡାକଡି କରାଯାଇଛି ।

ସାମାଜିକ ଦୂରତ୍ୱ ମାନି ବିଧାୟକମାନଙ୍କର ଆସନ ବ୍ୟବସ୍ଥା ଗ୍ରହଣ କରାଯାଇଛି । ବିଧାନସଭା ସଭ୍ୟ ଏବଂ ମନ୍ତ୍ରୀମାନେ ଠିଆହୋଇ କିମ୍ୱା ବସି ବିଧାନସଭାର ଆଲୋଚନାରେ ଭାଗ ନେଇପାରିବେ । ଓକାକ୍ ଭୁବନେଶ୍ୱର, ଲୋକସେବା ସଦନର ଦ୍ୱିତୀୟ ମହଲା ସମ୍ମିଳନୀ କକ୍ଷ, ମୁଖ୍ୟମନ୍ତ୍ରୀଙ୍କ ଆବାସିକ କାର୍ଯ୍ୟାଳୟ, ବିରୋଧୀ ଦଳ ନେତା ଏବଂ ବିଧାୟକଙ୍କ କାର୍ଯ୍ୟାଳୟ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରଭୃତିରୁ ଭିଡିଓ କନଫେରେନ୍ସିଂ ମାଧ୍ୟମରେ ଆଲୋଚନାରେ ଭାଗ ନେଇପାରିବେ । ଚଳିତ ଥର ବିଧାନସଭା ଅଧିବେଶନକୁ ଇ-ବିଧାନସଭା ଅଧିବେଶନ କରିବା ପାଇଁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି । କେବଳ ସଂଶୋଧନ ବିଲ୍, ବଜେଟ୍ ଦଲିଲ ଏବଂ ମନ୍ତ୍ରୀମାନଙ୍କ ଉତ୍ତର ହିଁ ବିବରଣୀ ଆକାରରେ ସଭ୍ୟମାନଙ୍କୁ ଯୋଗାଇ ଦିଆଯିବ । ଅନ୍ୟଥା କାଗଜ ଆକାରରେ ଅନ୍ୟ ବିବରଣୀ ଗୃହରେ ପ୍ରଦାନ ନ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଉକ୍ତ ସର୍ବଦଳୀୟ ବୈଠକରେ ଜଙ୍ଗଲ ଓ ପରିବେଶ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ଭାରତୀୟ ଜାତୀୟ କଂଗ୍ରେସ ଦଳ ନେତା ନରସିଂହ ମିଶ୍ର, ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ, ବିଧାୟକ ଦେବୀ ପ୍ରସାଦ ମିଶ୍ର, ପ୍ରଣବ ପ୍ରକାଶ ଦାଶ ପ୍ରମୁଖ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version