No Result
View All Result
ଓଡ଼ିଶା ତାଜା ନ୍ୟୁଜ (୧୯ ଫେବୃଆରୀ ଶୁକ୍ରବାର ) ଭୁବନେଶ୍ୱର :- ଆଜି ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ସଂଜୟ କୁମାର ଦାସବର୍ମାଙ୍କ ଅଧ୍ୟକ୍ଷତାରେ ସେଚ ସଦନ ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମଗିରି ବ୍ଳକ୍ର ନରସିଂହପାଟଣାଠାରେ ସୁନାମୁହିଁ ନଦୀ ଉପରେ ଏକ କଣ୍ଟ୍ରୋଲ୍ ଷ୍ଟ୍ରକଚର ନିର୍ମାଣ ପାଇଁ ଆଜି ନିଷ୍ପତ୍ତି ନିଆଯାଇଛି । ଏହି କଣ୍ଟ୍ରୋଲ୍ ଷ୍ଟ୍ରକଚର ନିର୍ମାଣ ହେଲେ ସମୁଦ୍ରର ଲୁଣାପାଣି ଦ୍ୱାରା କ୍ଷତିଗ୍ରସ୍ତ ହେଉଥିବା ନରସିଂହପାଟଣା, ଜଗନ୍ନାଥପାଟଣା, ବଳଭଦ୍ରପାଟଣା ଓ ବରୁଡ଼ି ଭଳି ୬/୭ ଖଣ୍ଡ ମଉଜାର ଦୁଇ ହଜାର ପାଖାପାଖି ଚାଷଜମିର ଚାଷୀମାନେ ଉପକୃତ ହୋଇପାରିବେ । ସେହିପରି ଭାର୍ଗବୀ ନଦୀ ଉପରେ ପୁରୀ ସଦର ବ୍ଲକ୍ର ପ୍ରତାପ ପୁରୁଷୋତ୍ତମପୁର ଗ୍ରାମପଞ୍ଚାୟତର ମାଳିସାହିଠାରେ ନିର୍ମାଣାଧୀନ ବି୍ରଜକୁ ପୂର୍ଣ୍ଣାଙ୍ଗ କରିବା ପାଇଁ ପାଇଁ ରାଜ୍ୟ ଯୋଜନାବୋର୍ଡ ଉପାଧ୍ୟକ୍ଷ ଶ୍ରୀ ଦାସବର୍ମା ଗୁରୁତ୍ୱ ଦେଇଛନ୍ତି ।
ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଏହି ଦୁଇଟି ପ୍ରକଳ୍ପକୁ ପୂର୍ଣ୍ଣାଙ୍ଗ କରିବା ସହିତ ଚଳିତ ବଜେଟ ପରେ ସମସ୍ତ ପ୍ରଶାସନିକ ଓ ବୈଷୟିକ ନିଷ୍ପତ୍ତିକୁ ଚୂଡ଼ାନ୍ତ କରି ଦୀର୍ଘଦିନ ଧରି ଅବହେଳିତ ପ୍ରକଳ୍ପର କାର୍ଯ୍ୟ ସଂପୂର୍ଣ୍ଣ କରିବା ଉପରେ ଶ୍ରୀ ଦାସବର୍ମା ଗୁରୁତ୍ୱ ଦେଇଛନ୍ତି । ଏହି ବୈଠକରେ ଜଳସଂପଦ ସର୍ବୋଚ୍ଚ ଯନ୍ତ୍ରୀ ଶ୍ରୀ ଜ୍ୟୋତିର୍ମୟ ରଥ, ଡ୍ରେନେଜ ବିଭାଗ ମୁଖ୍ୟ ଯନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ସ୍ୱାଇଁ, ମହାନଦୀ ନିମ୍ନ ଅବବାହିକା ମୁଖ୍ୟଯନ୍ତ୍ରୀ ଶ୍ରୀ ଭକ୍ତରଞ୍ଜନ ମହାନ୍ତି, କେନ୍ଦ୍ରୀୟ ଜଳସେଚନ ସର୍କଲର ସୁପରିଟେଣ୍ଡେଣ୍ଟ ଇଂଜିନିୟର ଶ୍ରୀ ଚିନ୍ମୟ ରଞ୍ଜନ ରାଉତ, ରାଜ୍ୟ ଯୋଜନା ଓ ସଂଯୋଜନ ବିଭାଗ ଉପଶାସନ ସଚିବ ଶ୍ରୀ ଅଭୟ କୁମାର ମହାନ୍ତି, ପୁରୀ ଜଳସେଚନର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଶ୍ରୀ ପ୍ରଶାନ୍ତ କୁମାର ଦାସ ଏବଂ ଡ୍ରେନେଜ୍ ଡିଭିଜନ୍, ପୁରୀର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଭଗବାନ ଚନ୍ଦ୍ର ଦାସଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।
No Result
View All Result