• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାଗର ଯାତ୍ରାରେ କୋଭିଡ଼ କଟକଣା ନମାନିଲେ କାର୍ଯ୍ୟାନୁଷ୍ଠାନ

Proprietor Abhimanyu Maharana by Proprietor Abhimanyu Maharana
March 10, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଜାଗର ଯାତ୍ରାରେ କୋଭିଡ଼ କଟକଣା ନମାନିଲେ କାର୍ଯ୍ୟାନୁଷ୍ଠାନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୦ ମାର୍ଚ୍ଚ ବୁଧବାର ) ହିଞ୍ଜିଳିକାଟୁ :- ଗତ କିଛି ଦିନ ହେଲା କରୋନାର ଦ୍ୱିତୀୟ ଲହରୀ ସମସ୍ତଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି । ବିଦେଶରୁ ଆସି ପୂର୍ବ ଭାଇରସ୍ ଠାରୁ ଅଧିକ ଶକ୍ତିଶାଳୀ ଏବଂ ମାରାତ୍ମକ ଭାଇରସ୍ ଆମ ଦେଶରେ ପ୍ରବେଶ କରିସାରିଛି । ମହାରାଷ୍ଟ୍ର, ପଞ୍ଜାବ ଏବଂ କେରଳରେ ଏହି ଭାଇରସ୍ ତାହାର ପ୍ରଭାବ ଦେଖାଇବା ପରେ ଦେଶର ପ୍ରାୟ ସମସ୍ତ ରାଜ୍ୟ ସର୍ତକତା ଅବଲମ୍ବନ କରିଲେଣି । ପ୍ରତ୍ୟେକ ରାଜ୍ୟ ନିଜ ନିଜ ରାଜ୍ୟରେ ସ୍ୱତନ୍ତ୍ର କୋଭିଡ଼ ଗାଇଡ଼ ଲାଇନ ପ୍ରସ୍ତୁତ କରି ଏହାକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ଆରମ୍ଭ କଲେଣି । ଗଞ୍ଜାମ ଜିଲ୍ଲା ଏକଦା ରାଜ୍ୟର ରେଡ଼୍ ଜୋନ ହୋଇ ରହିଥିଲା । ଗଞ୍ଜାମ ଜିଲ୍ଲାର ବହୁ ପ୍ରବାସୀ ବାହାର ରାଜ୍ୟରେ କାର୍ଯ୍ୟ କରୁଥିବାରୁ କରୋନାର ଦ୍ୱିତୀୟ ଲହରୀ ଗଞ୍ଜାମ ଜିଲ୍ଲା ସକାଶେ ବାଧକ ହୋଇପାରେ ବୋଲି ଆଶଙ୍କା କରାଯାଉଛି । ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ସ୍ୱତନ୍ତ୍ର ଗାଇଡ଼ ଲାଇନ ପ୍ରସ୍ତୁତ କରି ବହୁ ସମୟରେ ହିଞ୍ଜିଳି ଗ୍ରସ୍ତରେ ଆସି ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କ ସହ ମିଶି ସ୍ଥାନୀୟ ପୌରାଂଚଳ ସମେତ ବ୍ଳକର ବିଭିନ୍ନ ଗ୍ରାମାଂଚଳ ବୁଲି ଲୋକଙ୍କୁ ସଚେତନ କରଥିବାର ଦେଖିବାକୁ ମିଳିଛି । ଏହା ସତ୍ୱେ ମଧ୍ୟ ହିଞ୍ଜିଳିକାଟୁ ପୌରାଂଚଳ ସମେତ ନିକଟବର୍ତି ଅଂଚଳର ଜନ ସାଧାରଣ ଆଦୌ ସଚେତନ ହେଉନଥିବା ଦେଖିବାକୁ ମିଳୁଛି । ନିଜ ସ୍ୱାସ୍ଥ୍ୟର ଦାୟିତ୍ୱ ନିଜେ ଯତ୍ନ ନେବା ପାଇଁ ଜିଲ୍ଲାପାଳଙ୍କ ସମେତ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ମାନେ ପରାମର୍ଶ ଦେଇ ଆସୁଥିଲେ ମଧ୍ୟ ସ୍ଥାନୀୟ ସହରର ସମସ୍ତ ଜନଗହଳି ପୁର୍ଣ୍ଣ ଅଂଚଳ ଗୁଡ଼ିକ ପୂର୍ବଭଳି ବେପାରୁଆ ହୋଇ ରହିଛି । 

ଗୁରୁବାର ଜାଗରଯାତ୍ରା ପାଳନ କରାଯାଉଥିବା ବେଳେ କୋରନା ସଂକ୍ରମଣ ଆଶଙ୍କା କରି ସ୍ଥାନୀୟ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ଗାଇଡ଼ ଲାଇନ ଜାରି କରାଯାଇଛି । ପ୍ରତ୍ୟେକ ମନ୍ଦିର ସମ୍ମୁଖରେ ମାସ୍କ ନାହିଁ ତ ମନ୍ଦିର ମଧ୍ୟକୁ ପ୍ରବେଶ ନାହିଁ ର ବୋର୍ଡ଼ ଲଗାଇବା, ବିନା ମାସ୍କରେ ମନ୍ଦିରଭିତରକୁ ପ୍ରବେଶ କରାଯିବାକୁ ବାରଣ, ୬୦ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କ ଓ ୧୦ବର୍ଷରୁ କମ୍ ବୟସର ଶିଶୁ ମାନଙ୍କୁ ମନ୍ଦିର ଭିତରକୁ ପ୍ରବେଶ ବାରଣ କରାଯାଇଛି । ମନ୍ଦିର ସମ୍ମୁଖରେ ସାନିଟାଇଜର ଓ ଥର୍ମାଲ ସ୍କ୍ରିନିଂର ବ୍ୟବସ୍ଥା ଗ୍ରହଣ କରିବାକୁ ମନ୍ଦିର ପରିଚାଳନା କମିଟି ବୃନ୍ଦଙ୍କୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି । ମନ୍ଦିର ପରିସରରେ ସାମାଜିକ ଦୂରତ୍ୱ ରକ୍ଷାକୁ ଗୁରୁତ୍ୱ ପ୍ରଦାନ କରିବା ସହ ମନ୍ଦିର ପରିସରରେ ପ୍ରସାଦ ସେବନ, ସାଂସ୍କୃତିକ କାର୍ଯ୍ୟକ୍ରମକୁ ସମ୍ପୁର୍ଣ୍ଣ ବାରଣ କରାଯାଇଛି । ମନ୍ଦିର ନିକଟସ୍ଥ ଅଂଚଳରେ ଫଳ ଓ ପ୍ରସାଦ ବିକ୍ରିକୁ ବାରଣ କରାଯାଇଛି । ସଂପୃକ୍ତ କୋଭିଡ଼ ନିୟମକୁ ଅବମାନାନା କଲେ ସଂପୃକ୍ତ ମନ୍ଦିର ପରିଚାଳନା କମିଟି ବୃନ୍ଦଙ୍କ ବିରୋଧରେ କୋଭିଡ଼ ଗାଇଡ଼ ଲାଇନ ନିୟମ ଭଙ୍ଗକୁ ନେଇ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ହିଞ୍ଜିଳିକାଟୁ ତହସିଲଦାର ପ୍ରଭାତ କୁମାର ପରିଡ଼ା, ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼. ମନୋରଂଜନ ସାହୁ, ବିଡ଼ିଓ ପ୍ରସନ କୁମାର ପାତ୍ର, ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ କହିଛନ୍ତି । ବୁଧବାର ଏ ନେଇ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଡ଼ାକବାଜି ଯନ୍ତ୍ର ସହାୟତାରେ ସଚେତନ କରାଯାଇଛି । ଜାଗରଯାତ୍ରାରେ ଶାନ୍ତି ଶୃଙ୍ଖଳା ସକାଶେ ଥାନା ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବା ନେଇ ଥାନା ଆଇଆଇସି ଦାସ ସୂଚନା ପ୍ରଦାନ କରିଛନ୍ତି ।  ( ରିପୋର୍ଟ – ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

ସ୍ୱଦେଶୀ ଗୁରୁତ୍ୱପୂର୍ଣ୍ଣ ଖଣିଜ ପ୍ରଯୁକ୍ତିର ବିକାଶକୁ ତ୍ୱରାନ୍ୱିତ କରିବା ଳକ୍ଷ ନେଇ ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ଇଞ୍ଜିନିୟର୍ସ ଇଣ୍ଡିଆ ଲିମିଟେଡ୍ ଏବଂ ଲୋହମ୍‌ ମଧ୍ୟରେ ଶିଳ୍ପ ସହଭାଗିତା

July 27, 2026

ଲବଣଗିରି ପାହାଡ଼ରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ବାହୁଡ଼ାଯାତ୍ରା ଅନୁଷ୍ଠିତ ହୋଇଯାଇଛି

ଲବଣଗିରି ପାହାଡ଼ରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ବାହୁଡ଼ାଯାତ୍ରା ଅନୁଷ୍ଠିତ ହୋଇଯାଇଛି

July 27, 2026
ମହାପ୍ରଭୁଙ୍କ ଅଧରଚୁମ୍ବୀ ତୁମ୍ବାକୃତି ମାଟିହାଣ୍ଡିରେ ଅର୍ପଣ ହେଲା ଅଧରପଣା

ମହାପ୍ରଭୁଙ୍କ ଅଧରଚୁମ୍ବୀ ତୁମ୍ବାକୃତି ମାଟିହାଣ୍ଡିରେ ଅର୍ପଣ ହେଲା ଅଧରପଣା

July 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

ସ୍ୱଦେଶୀ ଗୁରୁତ୍ୱପୂର୍ଣ୍ଣ ଖଣିଜ ପ୍ରଯୁକ୍ତିର ବିକାଶକୁ ତ୍ୱରାନ୍ୱିତ କରିବା ଳକ୍ଷ ନେଇ ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ଇଞ୍ଜିନିୟର୍ସ ଇଣ୍ଡିଆ ଲିମିଟେଡ୍ ଏବଂ ଲୋହମ୍‌ ମଧ୍ୟରେ ଶିଳ୍ପ ସହଭାଗିତା

July 27, 2026
CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

July 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version