• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

“କୃଷି ଓଡ଼ିଶା-୨୦୨୧” ର ଉଦ୍‌ଯାପନୀ ସମାରୋହ; କୃଷକଙ୍କ ପ୍ରତ୍ୟେକ ଉତ୍ପାଦ ଜାତୀୟ ଉତ୍ପାଦ ଭାବରେ ଗ୍ରହଣ କରିବା ଉଚିତ : ରାଜ୍ୟପାଳ

Proprietor Abhimanyu Maharana by Proprietor Abhimanyu Maharana
March 20, 2021
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
“କୃଷି ଓଡ଼ିଶା-୨୦୨୧” ର ଉଦ୍‌ଯାପନୀ ସମାରୋହ; କୃଷକଙ୍କ ପ୍ରତ୍ୟେକ ଉତ୍ପାଦ ଜାତୀୟ ଉତ୍ପାଦ ଭାବରେ ଗ୍ରହଣ କରିବା ଉଚିତ : ରାଜ୍ୟପାଳ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୯ ମାର୍ଚ୍ଚ ଶୁକ୍ରବାର ) ଭୁବନେଶ୍ୱର  :- କୃଷି, ଗୋପାଳନ ଓ କୁଟୀର ଶିଳ୍ପ ହେଉଛି ଭାରତୀୟ ଅର୍ଥନୀତିର ଆଧାର । ଯାହାର ପ୍ରତୀକ ହେଉଛନ୍ତି ହଳଧର, ଗୋପାଳ ଓ ସୁଭଦ୍ରା । ଏହାର ଅଭିବୃଦ୍ଧି ହେବା ଦରକାର ଏବଂ ଏ କ୍ଷେତ୍ରରେ ସରକାରଙ୍କ ଭୂମିକା ବେଶ୍‌ ଉତ୍ସାହପ୍ରଦ । ଗ୍ରାମ୍ୟ ଅର୍ଥନୀତିର ସୁଦୃଢ଼ୀକରଣ ଓ କୃଷିର ଉନ୍ନତି ଦେଶର ଅର୍ଥନୈତିକ ବିକାଶଧାରାରେ ପ୍ରାଥମିକତା ପାଇବା ଦରକାର । କୃଷକଙ୍କ ପ୍ରତ୍ୟେକ ଉତ୍ପାଦ ଜାତୀୟ ଉତ୍ପାଦ ଭାବରେ ଗ୍ରହଣ କରିବା ଉଚିତ । ଗ୍ରାମ୍ୟ ସ୍ୱରାଜ୍ୟର ସ୍ୱପ୍ନକୁ ସଂକଳ୍ପରେ ପରିଣତ କରି ଆଗେଇବା ଆବଶ୍ୟକ ବୋଲି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କହିଛନ୍ତି । ଆଜି ” କୃଷି ଓଡ଼ିଶା-୨୦୨୧ “ର ଉଦ୍‌ଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ପ୍ରଫେସର ଲାଲ କହିଲେ ଯେ କୃଷକଙ୍କ ପ୍ରତ୍ୟେକ ଉତ୍ପାଦର ଜାତୀୟକରଣ ଭାବଧାରାରେ ଗ୍ରହଣ କରିବା ଆବଶ୍ୟକ ।

କୃଷକଙ୍କ ପାଇଁ ସହଜ ଋଣ ବ୍ୟବସ୍ଥା, ନିୟନ୍ତ୍ରଣମୁକ୍ତ ପରିବେଶ, ବଜାର ସୁବିଧା ଓ ଯୋଗାଣ ଉପରେ ଗୁରୁତ୍ୱ ଦିଆଯାଉ । ରାଜ୍ୟ ସରକାରଙ୍କ କାଳିଆ ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ପାଇଁ ନିଆଯାଇଥିବା କାର୍ଯ୍ୟକ୍ରମର ଭୂୟସୀ ପ୍ରଶଂସା କରିବା ସହ ସେ ଚାଷରେ ବିବିଧତା ଆଣିବା ପାଇଁ ଚାଷୀଙ୍କୁ ପ୍ରୋତ୍ସାହିତ କରିବାକୁ ପରାମର୍ଶ ଦେଇଥିଲେ । ଓଡ଼ିଶାର ମିଶନ ଶକ୍ତି ରାଜ୍ୟର ସାମାଜିକ ଓ ଅର୍ଥନୈତିକ ଜୀବନକୁ ସଶକ୍ତ କରିଛି । ଏଥିରେ ଏକ କୋଟି ମହିଳାଙ୍କୁ ସାମିଲ କରାଯିବାର ଲକ୍ଷ୍ୟ ରଖାଯାଇଛି । ଏକ ସୁସ୍ଥ କ୍ରିୟାଶୀଳ ପରିବେଶ ପାଇଁ ବ୍ୟକ୍ତିର ମର୍ଯ୍ୟାଦା ଓ ସମ୍ମାନକୁ ଅଗ୍ରାଧିକାର ଦେବାକୁ ରାଜ୍ୟପାଳ ପ୍ରଫେସର ଲାଲ କହିଥିଲେ ।

ଉତ୍ସବରେ ଅଧ୍ୟକ୍ଷତା କରି କୃଷି ଓ କୃଷକ ସଶକ୍ତିକରଣ, ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଲେ ଯେ ରାଜ୍ୟ ସମ୍ମୁଖୀନ ହେଉଥିବା ସବୁ ପ୍ରାକୃତିକ ବିପର୍ଯ୍ୟୟ ସତ୍ତ୍ୱେ ଚାଷୀ କର୍ତ୍ତବ୍ୟର ବିରତ ନହୋଇ ବର୍ଦ୍ଧିତ ଜନସଂଖ୍ୟାର ଖାଦ୍ୟ ନିରାପତ୍ତାକୁ ସୁନିଶ୍ଚିତ କରିପାରିଛି । କୋଭିଡ୍‌-୧୯ ସଂକ୍ରମଣ ସମୟରେ ଚାଷୀଭାଇମାନେ ଭାଙ୍ଗି ନପଡ଼ି ରେକର୍ଡ ପରିମାଣର ଶସ୍ୟ ଉତ୍ପାଦନ କରିବାକୁ ସକ୍ଷମ ହୋଇଛନ୍ତି । ରାଜ୍ୟ ସରକାରଙ୍କ ସମୟୋପଯୋଗୀ କୃଷି ନୀତି ଓ ଯୋଜନା ଯୋଗୁଁ ରାଜ୍ୟ ଚାଉଳ ଉତ୍ପାଦନରେ ବଳକା ରାଜ୍ୟ ହେବା ସହିତ ଅନେକ କ୍ଷେତ୍ରରେ ସ୍ୱାବଲମ୍ବୀ ହୋଇପାରିଛି । କୃଷିର ସାମଗ୍ରିକ ବିକାଶ ନିମନ୍ତେ ପାରମ୍ପରିକ ଚାଷ ବଦଳରେ ସମନ୍ୱିତ ଚାଷକୁ ଆପଣାଇବାକୁ ପଡ଼ିବ ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ ।

ଉତ୍ସବରେ ସମ୍ମାନିତ ଅତିଥି ଭାବେ ଯୋଗଦେଇ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଲେ ଯେ ରାଜ୍ୟରେ କୃଷି ସହିତ ଆନୁଷଙ୍ଗିକ କୃଷିର ବିକାଶ ଦିଗରେ ବ୍ୟାପକ ସୁଯୋଗ ରହିଛି, ଯାହାର ସୁବିନିଯୋଗ ହେବା ଆବଶ୍ୟକ । ଫଳ ଓ ପନିପରିବା ଚାଷ ସହିତ କୁକୁଡ଼ା ପାଳନ, ଗୋପାଳନ ଏବଂ ମାଛଚାଷ କ୍ଷେତ୍ରରେ ଉନ୍ନତି ଆଣି ରାଜ୍ୟକୁ ସବୁ କ୍ଷେତ୍ରରେ ସ୍ୱାବଲମ୍ବୀ କରିବା ସମସ୍ତଙ୍କର ଲକ୍ଷ୍ୟ ହେବା ଉଚିତ । ଚାଷ ଜମିକୁ ଜଳସେଚନର ସୁବିଧା ଓ କୃଷି କ୍ଷେତ୍ରକୁ ପର୍ଯ୍ୟାପ୍ତ ଋଣ ପ୍ରଦାନ ନିମନ୍ତେ ସର୍ବାଧିକ ଗୁରୁତ୍ୱ ପ୍ରଦାନ କରାଯାଉଛି ବୋଲି ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର କହିଥିଲେ ।

ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ସୌରଭ ଗର୍ଗ ସ୍ୱାଗତ ଭାଷଣ ପ୍ରଦାନ କରି କହିଲେ ଯେ କହିଲେ ଯେ ତୃଣମୂଳ ସ୍ତରରେ ଚାଷୀମାନଙ୍କ ସମସ୍ୟାର ସମାଧାନ ନିମନ୍ତେ ନିୟମିତ ପଞ୍ଚାୟତ ଓ ବ୍ଲକ୍‌ ସ୍ତରରେ ବୈଠକ ଆୟୋଜନ କରାଯାଉଛି । ଏଥି ସହିତ ଆମ କୃଷିି ଟୋଲଫିର୍ ମୋବାଇଲ୍‌ ସେବା ମାଧ୍ୟମରେ କୃଷକ ମାନଙ୍କୁ ଆବଶ୍ୟକୀୟ ପରାମର୍ଶ ଦିଆଯାଇପାରୁଛି ଓ ଚାଷୀମାନେ ଏହାର ଅଧିକରୁ ଅଧିକ ଉପଯୋଗ କରିବା ପାଇଁ ଡ. ଗର୍ଗ ପରାମର୍ଶ ଦେଇଥିଲେ ।

ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ଫିକିର ଓଡ଼ିଶା ଷ୍ଟେଟ୍‌ କାଉନ୍‌ସିଲର ଅଧ୍ୟକ୍ଷା ମୋନିକା ନାୟାର ପଟ୍ଟନାୟକ ଉଦ୍‌ବୋଧନ ଦେଇଥିବା ବେଳେ ମୁଖ୍ୟ ନିର୍ଦ୍ଦେଶକ ଶ୍ରୀ ମଧୁସୂଦନ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀମାନଙ୍କୁ ଉଲ୍ଲେଖନୀୟ କାର୍ଯ୍ୟ ନିମନ୍ତେ ସମ୍ବର୍ଦ୍ଧିତ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version