• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କୋଭିଡ ମୁକାବିଲା , ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ 

Proprietor Abhimanyu Maharana by Proprietor Abhimanyu Maharana
April 6, 2021
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
କୋଭିଡ ମୁକାବିଲା , ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ 
Share on FacebookShare on TwitterWhatsapp

ଅଧିକ ପ୍ରଭାବିତ ଅଞ୍ଚଳ ଗସ୍ତ କରିବେ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀ ହସ୍‌ପିଟାଲ, ପର୍ଯ୍ୟାପ୍ତ ଆମ୍ବୁଲାନସ୍‌ ପ୍ରସ୍ତୁତ ରଖ କୋଭିଡ ନିୟମାବାଳୀ ଅନୁପାଳନ ପାଇଁ ପୋଲିସ ପକ୍ଷରୁ ୧୦ ଦିନିଆ ଅଭିଯୋନ ହେବ, ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ହାତକୁ ନିଆଯିବ

ଓଡ଼ିଶା ତାଜା ନ୍ୟୁଜ୍ (୬ ଏପ୍ରିଲ ମଙ୍ଗଳବାର ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ବରିଷ୍ଠ ଅଧିକାରୀ, ଜିଲ୍ଲାପାଳ ଓ ଏସ୍‌.ପି ମାନଙ୍କ ସହିତ ଏକ ବୈଠକରେ କୋଭିଡ ପରିସ୍ଥିତିର ସମୀକ୍ଷା କରି ତୃଣମୂଳସ୍ତରରେ କୋଭିଡ ପରିଚାଳନା ବ୍ୟବସ୍ଥାକୁ ପୁନଃକାର୍ଯ୍ୟକ୍ଷମ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଲୋକଙ୍କ ମନରେ ଯେପରି ଭରସା ସୃଷ୍ଟି ହେବ, ସେଥିପାଇଁ  ସମସ୍ତଙ୍କ ଦୃଷ୍ଟିଗୋଚର ହେବା ଭଳି ପଦକ୍ଷେପ ନେବା ପାଇଁ ସେ ପରାମର୍ଶ ଦେଇଛନ୍ତି । ପରିସ୍ଥିତିର ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ନିମ୍ନୋକ୍ତ ନିର୍ଦ୍ଦେଶ ଦେଇଛନ୍ତି । ଛତିଶଗଡ ସୀମାନ୍ତବର୍ତ୍ତୀ ଜିଲ୍ଲାଗୁଡିକ ଉପରେ ସତର୍କ ନଜର ରଖାଯିବ। ପଶ୍ଚିମ ଓଡିଶାର ଅଧିକ ପ୍ରଭାବିତ ଅଞ୍ଚଳକୁ ମୁଖ୍ୟ ଶାସନ ସଚିବ, ଓ ବରିଷ୍ଠ ଅଧିକାରୀମାନେ ଗସ୍ତ କରିବେ ଏବଂ ପରିସ୍ଥିତିର ଆକଳନ କରି ଜରୁରୀ ପଦକ୍ଷେପ ଗ୍ରହଣ କରିବେ ।

ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପଶ୍ଚିମ ଓଡିଶାର ପ୍ରଭାବିତ ଜିଲ୍ଲାମାନଙ୍କରେ ସ୍ଥିତି ଆକଳନ କରି ଦରକାର ଅନୁସାରେ ଡାକ୍ତର, ପାରାମେଡିକ୍‌ସ, ଲାବ୍‌ ଟେକ୍‌ନିସିଆନ ମାନଙ୍କୁ ନିୟୋଜିତ କରି ସେଠାରେ ମାନବ ସମ୍ବଳକୁ ମଜବୁତ କରାଯିବ। ଆବଶ୍ୟକସ୍ଥଳେ ହସ୍‌ପିଟାଲ ଗୁଡିକରେ ପର୍ଯ୍ୟାପ୍ତ ପଦକ୍ଷେପ ଗ୍ରହଣ କରାଯିବ। ଅକ୍‌ସିଜେନ ସୁବିଧା ସହିତ ପର୍ଯ୍ୟାପ୍ତ ପରିମାଣର ଆମ୍ବୁଲାନ୍‌ସକୁ ମୁତୟନ କରାଯିବ।  ଜରୁରୀ କଲ୍‌ ଗୁଡିକୁ ଗୁରୁତର ସହ ନେଇ ତତ୍ପରତାର ସହ ଯେପରି ପଦକ୍ଷେପ ନିଆଯିବ, ସେଥିପାଇଁ ତଦାରଖ ବ୍ୟବସ୍ଥାକୁ ସୁଦୃଢ କରାଯିବ । କୋଭିଡ ନିୟମାବଳୀର କଡାକଡି ଅନୁପାଳନ ନିମନ୍ତେ ରାଜ୍ୟ ପୋଲିସ ପକ୍ଷରୁ ବ୍ୟାପକ ମୁତୟନ କରାଯାଇ ୧୦ ଦିନ ପାଇଁ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରାଯିବ। ହାତ ଧୋଇବା, ମାସ୍କ ପିନ୍ଧିବା ଓ ସାମାଜିକ ଦୂରତ୍ବ ବିଷୟରେ ବ୍ୟାପକ ସଚେତନତା ପାଇଁ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯିବ ।

ସଚେତନତା ତଥା କୋବିଡ ନିୟମର ଅନୁପାଳନ ନିମନ୍ତେ ଜିଲ୍ଲାପାଳ ମାନେ ସମାଜର ସବୁ ବର୍ଗର ଜନସାଧାରଣ, ବିଶେଷତଃ ପଞ୍ଚାୟତ ପ୍ରତିନିଧି, ମିଶନ ଶକ୍ତି ଗ୍ରୁପ ଆଦିଙ୍କୁ ନେଇ ବ୍ୟାପକ କାର୍ଯ୍ୟକ୍ରମ ତୁରନ୍ତ ଆରମ୍ଭ କରିବେ। ବ୍ୟକ୍ତିଗତ ତଥା ଆନୁଷ୍ଠାନିକ ସ୍ତରରେ (Office, Educational Institutions, Business Establishment etc.) କୋଭିଡ ନିୟମ ପାଳନକୁ  କଡାକଡି ପାଳନ ପାଇଁ ତଦାରଖ ବ୍ୟବସ୍ଥାକୁ ମଜବୁତ କରାଯିବ। କୋଭିଡର ପ୍ରଥମ ଲହରୀ ଆମେ ସମସ୍ତେ ଅନୁଭବ କରିଛୁ । ଯେହେତୁ ଏହା ଲୋକଙ୍କ ଜୀବନମରଣ ସହ ଜଡିତ, ତେଣୁ ପରିସ୍ଥିତିର ଗମ୍ଭୀରତାକୁ ଦୃଷ୍ଟିରେ ରଖି ଜନସାଧାରଣ ସତର୍କ ରହିବା ସହ କୋଭିଡ ନିୟମାବଳୀ ପାଳନ କରିବା ଏବଂ ସଂକ୍ରମଣ ନିୟନ୍ତ୍ରଣରେ ସରକାରଙ୍କ ସହ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଥିଲେ ।

ନବରଙ୍ଗପୁରର ଖ୍ରୀଷ୍ଟିଆନ ହସ୍‌ପିଟାଲରେ ଖୋଲା ଯାଇଥିବା କୋଭିଡ ହସ୍‌ପିଟାଲର ପ୍ରାପ୍ୟ ୪୫ ଲକ୍ଷ ୬୦ ହଜାର ଟଙ୍କା ଏପର୍ଯ୍ୟନ୍ତ ନାଲ୍‌କୋ ପକ୍ଷରୁ ପଇଠ କରାଯାଇ ନଥିବାରୁ, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତୁରନ୍ତ ମଞ୍ଜୁର କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ନିର୍ଦ୍ଦେଶ ଦେଇଥିଲେ। ଆଲୋଚନାରେ ଅଂଶଗ୍ରହଣ କରି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ରାଜ୍ୟର ସମସ୍ତ ସୀମାନ୍ତବର୍ତ୍ତୀ ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ସତର୍କ କରାଯିବା ସହିତ ଅନ୍ୟ ରାଜ୍ୟରୁ ଆସୁଥିବା ଲୋକମାନଙ୍କ ଟେଷ୍ଟିଂ ପାଇଁ ପରାମର୍ଶ ଦିଆଯାଇଛି । ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ୍ତ କୁମାର ମହାପାତ୍ର ରାଜ୍ୟରେ ବର୍ତ୍ତମାନ କୋଭିଡର ସ୍ଥିତି ଏବଂ ସ୍ବାସ୍ଥ୍ୟ ବିଭାଗର ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ ପାଣ୍ଡିଆନ୍ ଏହି କାର୍ଯ୍ୟକ୍ରମକୁ ସଂଚାଳନ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଏବଂ ଭୁବନେଶ୍ବର-କଟକର ମ୍ୟୁନିସପାଲ କମିଶନର ମାନଙ୍କ ସହିତ ସେମାନଙ୍କର ସ୍ବାସ୍ଥ୍ୟ ଭିତ୍ତିଭୂମି, ମାନବ ସମ୍ବଳ ତଥା କୋଭିଡ ନିୟମର ଅନୁପାଳନ ଆଦି ସଂପର୍କରେ ବିସ୍ତୃତ ଆଲୋଚନା କରିଥିଲେ । ଏହି ବୈଠକରେ ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର, ପୋଲିସ ମହାନିର୍ଦ୍ଦେଶକ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

     

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026

Recent News

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version