• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସମଲେଇ ଯୋଜନା ଥଇଥାନ ଓ ପୁନର୍ବାସ ପ୍ୟାକେଜ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
April 9, 2021
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ସମଲେଇ ଯୋଜନା ଥଇଥାନ ଓ ପୁନର୍ବାସ ପ୍ୟାକେଜ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ସମସ୍ତଙ୍କ ପାଇଁ ଆକର୍ଷଣୀୟ କ୍ଷତିପୂରଣ ବ୍ୟବସ୍ଥା ପୂଜାରୀଙ୍କ ପାଇଁ ଜମି ବଦଳରେ ଜମି ଓ ଘର ପାଇଁ ସହାୟତା ପ୍ରକଳ୍ପ କୁ ଆଗେଇ ନେବା ପାଇଁ ସମସ୍ତ ଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ ।

ଓଡ଼ିଶା ତାଜା ନ୍ୟୁଜ୍ (୦୯ ଏପ୍ରି ୨୦୨୧, ଶୁକ୍ରବାର ) ଭୁବନେଶ୍ୱର  :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି  ସମଲେଇ ବିକାଶ ଯୋଜନା ଅନ୍ତର୍ଗତ ଥଇଥାନ ଓ ପୁନର୍ବାସ ପ୍ୟାକେଜକୁ ଅନୁମୋଦନ କରିଛନ୍ତି। ଏଥିରେ ଉଭୟ ସରକାରୀ ଓ ବେସରକାରୀ ଜମିରେ ଘର ବା ଦୋକାନ କରିଥିବା ଲୋକଙ୍କ ପାଇଁ ସଂପୂର୍ଣ୍ଣ ଥଇଥାନ ବ୍ୟବସ୍ଥା କରାଯାଇଛି। ପ୍ୟାକେଜକୁ ଅନୁମୋଦନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମା ସମଲେଶ୍ବରୀଙ୍କ କ୍ଷେତ୍ରର ଉନ୍ନତି ପାଇଁ ସ୍ଥାନୀୟ ଜନସାଧାରଣ ଯେଉଁ ତ୍ୟାଗ କରିଛନ୍ତି, ତାକୁ ଯୁଗ ଯୁଗ ଧରି ଆମର ଉତ୍ତରପୀଢି ମନେରଖିବେ। ଏହା ସହିତ ପ୍ରକଳ୍ପ କୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତ ଙ୍କ ସହଯୋଗ କାମନା କରିଥିଲେ

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ସମ୍ବଲପୁରର ପ୍ରସିଦ୍ଧ ମା ସମଲେଶ୍ବରୀ ମନ୍ଦିର ତଥା ଆଖପାଖ ଅଞ୍ଚଳର ବିକାଶ ପାଇଁ ସମଲେଇ ଯୋଜନା (Samaleswari Temple Area Management and Local Economic Initiative) କାର୍ଯ୍ୟକାରୀ କରାଯାଉଛି। ଏହି ଯୋଜନା ପାଇଁ ଜନସାଧାରଣଙ୍କ ଠାରୁ ମତାମତ ସଂଗ୍ରହ କରାଯାଇଥିଲା । ଏଥିରେ ଡିଜାଇନ, ପରିବହନ, ନଦୀ ସମ୍ମୁଖଭାଗର ଉନ୍ନତିକରଣ ଓ ଅନ୍ୟାନ୍ୟ ବ୍ୟବସ୍ଥା ସହିତ ଆକର୍ଷଣୀୟ ଥଇଥାନ ବ୍ୟବସ୍ଥା ପାଇଁ ମଧ୍ୟ ପ୍ରସ୍ତାବ ଆସିଥିଲା । ଏହିସବୁ ପ୍ରସ୍ତାବକୁ ଦୃଷ୍ଟିରେ ରଖି ଥଇଥାନ ଓ ପୁନର୍ବାସ ପ୍ୟାକେଜ କରାଯାଇଛି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସମସ୍ତ କାର୍ଯ୍ୟ ପାଇଁ ଲୋକଙ୍କ ଠାରୁ ମତାମତ ସଂଗ୍ରହ ଜାରି ରହିଛି । ଆବଶ୍ୟକସ୍ଥଳେ ଲୋକଙ୍କ ମତାମତା ଅନୁଯାୟୀ ଏହାକୁ ଆହୁରି ଆକର୍ଷଣୀୟ କରାଯିବ। ସଂପୂର୍ଣ୍ଣ ସମଲେଇ ଯୋଜନାକୁ ମଇ ୧୫ ତାରିଖ ସୁଦ୍ଧା ପ୍ରସ୍ତୁତ କରିବାପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏହି ବୈଠକରେ ଥଇଥାନ ଓ ପୁନର୍ବାସ ପ୍ୟାକେଜରେ ନିମ୍ନଲିଖିତ ବ୍ୟବସ୍ଥା କରାଯାଇଛି ।

୧. ବେସରକାରୀ ଜାଗାରେ ଘର

• ବେସରକାରୀ ଜାଗାରେ ଘର କରିଥିବା ଲୋକଙ୍କ ଜମିକୁ ସିଧାସଳଖ କିଣାଯାଇ ଅଧିଗ୍ରହଣ କରାଯିବ ଏବଂ Right to Fair Compensation and transparency of land acquisition, rehabilitation and resettlement Act 2013 ଅନୁଯାୟୀ କ୍ଷତିପୂରଣ ପ୍ରଦାନ କରାଯିବ।
• ମନ୍ଦିରର ପୂଜାରୀ ମାନଙ୍କୁ ଜମି ବଦଳରେ ଜମି ପ୍ରଦାନର ସୁବିଧା ରହିବ । ଯଦି ପ୍ରଦାନ କରାଯାଉଥିବା ଜମିର ମୂଲ୍ୟ ପୂଜାରୀଙ୍କ ମୂଳ ଜମିର ବଜାର ଦର ଠାରୁ କମ୍‌ ରୁହେ, ତେବେ ମୂଲ୍ୟର ପାର୍ଥକ୍ୟ ଅନୁଯାୟୀ କ୍ଷତିପୂରଣ ଟଙ୍କା ଆକାରରେ ମଧ୍ୟ ପ୍ରଦାନ କରାଯିବ। ଏହା ସହିତ ପୂଜାରୀ ମାନଙ୍କୁ ୨୦ ଲକ୍ଷ ଟଙ୍କାର ପୁନର୍ବାସ ଭତ୍ତା କିମ୍ବା ତାଙ୍କ ଘରର ମୂଲ୍ୟ, ଯାହା ଅଧିକ ଥିବ, ତାକୁ ପ୍ରଦାନ କରାଯିବ ।
• ପରିବହନ ଓ ଅନ୍ୟାନ୍ୟ ସୁବିଧା ପାଇଁ ୧ ଲକ୍ଷ ଟଙ୍କା ତୁରନ୍ତ ପ୍ରଦାନ କରାଯିବ।
• ପ୍ରତ୍ୟେକ ପରିବାରକୁ ୧୨ ମାସ ପାଇଁ ୧୦ ହଜାର ଟଙ୍କା ଘରଭଡା ଦିଆଯିବ।
• ଯେଉଁ ପୂଜାରୀ ମାନଙ୍କର ଘର ନଥିବ, ସେମାନଙ୍କ ପାଇଁ ଜିଲ୍ଲାପାଳଙ୍କ ସହ ଆଲୋଚନା ଜରିଆରେ ଉପଯୁକ୍ତ ପୁନର୍ବାସ ପ୍ୟାକେଜ ଦିଆଯିବ।

୨. ବେସରକାରୀ ଜାଗାରେ ଦୋକାନ ଘର

• ଜାଗାର ପଟ୍ଟା ଥିବା ସବୁ ଦୋକାନ ମାଲିକ ମାନଙ୍କ ଠାରୁ ଜମିକୁ ସିଧାସଳଖ କିଣାଯିବ।
• କ୍ଷତିପୂରଣ ଆଇନ ୨୦୧୩ ଅନୁଯାୟୀ କ୍ଷତିପୂରଣ ପ୍ରଦାନ କରାଯିବ।
• ଦୋକାନକୁ ଅନ୍ୟଜାଗାରେ ଅବସ୍ଥାପିତ କରିବା ପାଇଁ ୧ ଲକ୍ଷ ଟଙ୍କାର ସହାୟତା ଦୁଇଟି ସମାନ କିସ୍ତିରେ ପ୍ରଦାନ କରାଯିବ। ଉଚ୍ଥେଦପ୍ରକ୍ରିୟା ଆରମ୍ଭରୁ ଗୋଟିଏ କିସ୍ତି ଏବଂ ସଂପତ୍ତି ଅଧିଗ୍ରହଣ ପରେ ଆଉ ଏକ କିସ୍ତି ପ୍ରଦାନ କରାଯିବ।

୩. ସରକାରୀ ଜାଗାରେ ବସ୍ତିରେ ଥିବା ଅନଧିକୃତ ଘର

• ଛୋଟ ଛୋଟ କଚ୍ଚା ଘର କିମ୍ବା ଆଂଶିକ ପକ୍କା ଘର ଥିବା ପରିବାରକୁ ଏକକାଳୀନ ୫୦ ହଜାର ଟଙ୍କା କିମ୍ବା ଘରର ମୂଲ୍ୟ, ଯାହା ଅଧିକ ଥିବା ତାହା ଦିଆଯିବ। ଏହାସହିତ ଲୋକଙ୍କ ପୁନର୍ବାସ ପାଇଁ ୬୫୦ ବର୍ଗଫୁଟ ଅଞ୍ଚଳର ଜାଗା ଦିଆଯିବ। ବଡ ବଡ ପକ୍କା ଘର ଥିବା ବସ୍ତିର ପରିବାର ଗୁଡିକୁ ଘରର ମୂଲ୍ୟ ଏବଂ ୬୫୦ ବର୍ଗଫୁଟର ଜାଗା ଦିଆଯିବ।
• ସମ୍ବଲପୁର ମହାନଗର ନିଗମ ଦ୍ବାରା ପରିବହନ, ୮ ଦିନ ପାଇଁ ଖାଦ୍ୟ ଓ ଅନ୍ୟାନ୍ୟ ମୌଳିକ ସୁବିଧା ଯୋଗାଇ ଦିଆଯିବ।

୪. ବସ୍ତି ବ୍ୟତୀତ ଅନ୍ୟ ଜାଗାରେ ଥିବା ବେସରକାରୀ ଜାଗାରେ ଅନଧିକୃତ ଘର

• ପ୍ରତ୍ୟେକ ପରିବାର ପାଇଁ ଘରର ବଜାର ଦର ଅନୁଯାୟୀ କ୍ଷତିପୂରଣ
• ପ୍ରତ୍ୟେକ ପରିବାର ପାଇଁ ୨,୫୭,୪୭୫ ଟଙ୍କା ପୁନର୍ବାସ ସହାୟତା
• ଅନ୍ୟସ୍ଥାନକୁ ଯିବା ପାଇଁ ପରିବାର ପିଚ୍ଛା ଏକକାଳୀନ ୫୦ ହଜାର ଟଙ୍କା ସହାୟତା

୫. ସରକାରୀ ଜାଗାରେ ଥିବା ଅନଧିକୃତ ଦୋକାନ ଘର

• ଆଶିଂକ ପକ୍କା ଘର ଥିବା ଦୋକାନ ଘର ଏକକାଳୀନ ୩୦ ହଜାର ଟଙ୍କା ଓ ସଂପୂର୍ଣ୍ଣ ପକ୍କା ଘର ପାଇଁ ଏକକାଳୀନ ୫୦ ହଜାର ଟଙ୍କା ସହାୟତା ଦିଆଯିବ।

୬. ସରକାରୀ ଜାଗାରେ ଥିବା ଉଠାଦୋକାନୀ

• ଉଠାଦୋକାନୀ ମାନଙ୍କୁ ୩୦ ହଜାର ଟଙ୍କା ଦୁଇଟି ସମାନ କିସ୍ତିରେ ପ୍ରଦାନ କରାଯିବ।
• ସେମାନଙ୍କ ପାଇଁ ଏକ Street Vending Plan କରାଯିବ ଏବଂ କ୍ଷତିଗ୍ରସ୍ତ ଦୋକାନୀ ମାନଙ୍କୁ ଦୋକାନ ପାଇଁ ଜାଗା ଦିଆଯିବ।

୭. ସରକାରୀ କାର୍ଯ୍ୟାଳୟ ଓ ଅନ୍ୟାନ୍ୟ ସଂସ୍ଥାକୁ ସହାୟତା

• ସମ୍ବଲପୁର ଜିଲ୍ଲାପାଳ ସରକାରୀ କାର୍ଯ୍ୟାଳୟ ଗୁଡିକ ପାଇଁ ଅନ୍ୟତ୍ର ସାମୟିକ ବ୍ୟବସ୍ଥା କରିବେ ଏବଂ ସେମାନଙ୍କୁ ସରକାରୀ ଜାଗାରେ ଅଫିସ ବିଲ୍ଡିଂ କରିବା ପାଇଁ ସ୍ଥାନ ଯୋଗାଇ ଦେବେ ।

୮. ଭିକ୍ଷାବୃତ୍ତି କରୁଥିବା ଲୋକଙ୍କ ଥଇଥାନ

• ପ୍ରକଳ୍ପ ଅଞ୍ଚଳରେ ଭିକ୍ଷାବୃତ୍ତି କରୁଥିବା ଲୋକଙ୍କ ପାଇଁ ଜିଲ୍ଲାପାଳଙ୍କ ଦ୍ବାରା ଏକ ସଂପୂର୍ଣ୍ଣ ଥଇଥାନ ଯୋଜନା କରାଯିବ। ଏହାକୁ ସମ୍ବଲପୁର ମହାନଗର ନିଗମ ଦ୍ବାରା କାର୍ଯ୍ୟକାରୀ କରାଯିବ। ଏଥିରେ vocational training, ଆର୍ଥିକ ସହାୟତା, ସ୍ବାସ୍ଥ୍ୟ ସହାୟତା, ରେସନ କାର୍ଡ ବ୍ୟବସ୍ଥା, ସ୍ଥାନୀୟ ସମ୍ବଳର ଉପଯୋଗ, ଆଶ୍ରୟ ଘର ଏବଂ MBPY ଅନ୍ତର୍ଭୁକ୍ତ କରିବା ପାଇଁ ବ୍ୟବସ୍ଥା ରହିବ ।

୯. ସରକାରୀ ଜମିରେ ଥିବା ଧାର୍ମିକ ଅନୁଷ୍ଠାନ ଓ କ୍ଲବ

• ଏହିସବୁ ସଂସ୍ଥାଗୁଡିକୁ ଏକକାଳୀନ ୧ ଲକ୍ଷ ଟଙ୍କା କ୍ଷତିପୂରଣ ଦିଆଯିବ । ଆଲୋଚନାରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଅସିତ ତ୍ରିପାଠୀ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଯୋଗ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସନଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026
ଭାରତୀୟ କ୍ରିକେଟ ଦଳ ବିଜୟୀ ପାଇଁ ବାଲୁକା ଆନିମେସନ

ଭାରତୀୟ କ୍ରିକେଟ ଦଳ ବିଜୟୀ ପାଇଁ ବାଲୁକା ଆନିମେସନ

March 10, 2026

Recent News

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026
ଭାରତୀୟ କ୍ରିକେଟ ଦଳ ବିଜୟୀ ପାଇଁ ବାଲୁକା ଆନିମେସନ

ଭାରତୀୟ କ୍ରିକେଟ ଦଳ ବିଜୟୀ ପାଇଁ ବାଲୁକା ଆନିମେସନ

March 10, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version