• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅମାନିଆଙ୍କୁ ବାଟକୁ ଆଣିବା ପାଇଁ ହିଞ୍ଜିଳି ପ୍ରଶାସନର ଅଭିନବ ପ୍ରୟାସ ; କୋଭିଡ଼ ନିୟମ ପାଳନ ପାଇଁ ହାତଯୋଡ଼ି ଅନୁରୋଧ କଲେ ପ୍ରଶାସନିକ ଅଧିକାରୀ

Proprietor Abhimanyu Maharana by Proprietor Abhimanyu Maharana
April 17, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଅମାନିଆଙ୍କୁ ବାଟକୁ ଆଣିବା ପାଇଁ ହିଞ୍ଜିଳି ପ୍ରଶାସନର ଅଭିନବ ପ୍ରୟାସ ; କୋଭିଡ଼ ନିୟମ ପାଳନ ପାଇଁ ହାତଯୋଡ଼ି ଅନୁରୋଧ କଲେ ପ୍ରଶାସନିକ ଅଧିକାରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୭ ଅପ୍ରେଲ ଶନିବାର ) ହିଞ୍ଜିଳିକାଟୁ :- ଗତ କିଛି ଦିନ ହେଲା କରୋନାର ଦ୍ୱିତୀୟ ଲହରୀ ସମସ୍ତଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି । ବିଦେଶରୁ ଆସି ପୂର୍ବ ଭାଇରସ ଠାରୁ ଅଧିକ ଶକ୍ତିଶାଳୀ ଏବଂ ମାରାତ୍ମକ ଭାଇରସ ଆମ ଦେଶରେ ପ୍ରବେଶ କରିସାରିଛି । ମହାରାଷ୍ଟ୍ର, ପଞ୍ଜାବ, କେରଳରେ ଏହି ଭାଇରସ ତାହାର ପ୍ରଭାବ ଦେଖାଇବା ପରେ ଦେଶର ପ୍ରାୟ ସମସ୍ତ ରାଜ୍ୟ ନିଜ ନିଜ ରାଜ୍ୟରେ ସ୍ୱତନ୍ତ୍ର କୋଭିଡ଼ ଗାଇଡ଼ ଲାଇନ ପ୍ରସ୍ତୁତ କରି ଏହାକୁ କଡ଼ାକଡ଼ି ଭାବେ ପାଳନ କରୁଥିବାର ଦେଖିବାକୁ ମିଳିଛି । ଗଞ୍ଜାମ ଜିଲ୍ଲାର ବହୁ ପ୍ରବାସୀ ବାହାର ରାଜ୍ୟରେ କାର୍ଯ୍ୟ କରୁଥିବାରୁ କରୋନାର ଦ୍ୱିତୀୟ ଲହରୀ ଗଞ୍ଜାମ ଜିଲ୍ଲା ସକାଶେ ବାଧକ ହୋଇପାରେ ବୋଲି ଆଶଙ୍କା କରାଯାଉଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ଏସଓପି ଜାରି କରାଯିବା ସହ କଡ଼ାକଡ଼ି ଭାବେ ପାଳନ କରିବାକୁ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଉଛି । ସ୍ଥାନୀୟ ପ୍ରଶାସନ ପକ୍ଷରୁୂ ଡ଼ାକବାଜି ଯନ୍ତ୍ର ସହାୟତାରେ ସଚେତନ କାର୍ଯ୍ୟକ୍ରମ ଜାରି ରହିଛି । ତଥାପି କିଛି ଅମାନିଆଙ୍କ ଯୋଗୁଁ ସ୍ଥାନୀୟ ଅଂଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଗଞ୍ଜାମ ଜିଲ୍ଲାପାଳଙ୍କ ସମେତ ଜିଲ୍ଲା ପ୍ରଶାସନ ବିଭିନ୍ନ ସମୟରେ ହିଞ୍ଜିଳି ଗ୍ରସ୍ତରେ ଆସି ସ୍ଥାନୀୟ ଅଂଚଳର ଜନସାଧାରଣଙ୍କୁ ସଚେତନ କରିବା ସହ କୋଭିଡ଼ କଟକଣାକୁ ପାଳନ କରିବା ଏବଂ ମାନି ଚଳିବା ପାଇଁ ପରାମର୍ଶ ଦେଇଥିବା ନଜିର ରହିଛି । ତଥାପି ପ୍ରଶାସନର ପରାମର୍ଶକୁ ଖାତିର ନକରି କିଛି ଅମାନିଆ ବିନା ମାସ୍କରେ ବାହାରେ ବୁଲିବା ସହ ଅକାରଣରେ ବିଭିନ୍ନ ଛକ ସ୍ଥାନରେ ଗହଳି କରି ଗୁଲିଖଟି କରି ସଂକ୍ରମଣ ବଢାଉଥିବା ଦେଖିବାକୁ ମିଳିଛି । ଅମାନିଆଙ୍କୁ ସାବାଡ଼ କରିବା ପାଇଁ ସ୍ଥାନୀୟ ପୁଲିସ, ପୌର ପ୍ରଶାସନ ଆକ୍ସନ ମୁଡ଼ରେ ପଂହଚି ବିନା ମାସ୍କରେ ବାହାରେ ବୁଲୁଥିବା ଓ ସାମାଜିକ ଦୂରତ୍ୱ ରକ୍ଷା କରୁନଥିବା ଓ ପଂଚସୂତ୍ରୀ ନିୟମ ପାଳନ କରୁନଥିବା ବ୍ୟବସାୟିକ ପ୍ରତିଷ୍ଠାନ ମାଲିକ ମାନଙ୍କ ଠାରୁ ଜରିମାନା ଆଦାୟ କରିଥିଲା ।

ଦିନେ ଦୁଇଦିନ ସର୍ତକତା ଅବଲମ୍ବନ କରିବା ପରେ ଅମାନିଆ ମାନେ ପୁଣି ପୂର୍ବ ସ୍ଥିତିକୁ ଦୋହରାଇବାରେ ଲାଗିଲେ । ମାସ୍କକୁ ମୁହଁରେ ଲଗାଇଥିବା ବେଳେ ନାକ ଓ ମୁହଁରେ ରହିବା ପରିବର୍ତେ ଓଠ ତଳକୁ ରହିଥିବାର ଦେଖିବାକୁ ମିଳିଥିଲା । ବିଭିନ୍ନ ଛକ ସ୍ଥାନରେ ଅଯତାରେ ଭିଡ଼ ଜମାଉଥିବାର ଦେଖିବାକୁ ମିଳିଥିଲା । ପୌର ଅଧିକାରୀ କିମ୍ବା ପୁଲିସକୁ ଦେଖିଲେ ମାସ୍କକୁ ସଠିକ ଢଙ୍ଗରେ ବ୍ୟବହାର କରୁଥିଲେ ପୁଣି ଅଧିକାରୀ ମାନେ ସେହି ସ୍ଥାନ ଛାଡ଼ିବା ପରେ ପୁଣି ଅମାନିଆ ମାନେ ସମାନ ଅବସ୍ଥାକୁ ଫେରୁଥିବାର ଦେଖିବାକୁ ମିଳିଛି । ଅମାନିଆ ମାନଙ୍କୁ ବାଟକୁ ଆଣିବା ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଶନିବାର ଅଭିନବ ପ୍ରୟାସ ଆରମ୍ଭ କରାଯାଇଛି । ଶନିବାର ଅପରାହ୍ନରେ ସ୍ଥାନୀୟ ପୁଲିସ ଓ ପୌର ପ୍ରଶାସନର ମିଳିତ ସହଯୋଗରେ ପୁଲିସ ଓ ପୌର କର୍ମଚାରୀ ମାନେ ହାତରେ କରୋନା ସଚେତନତା ପ୍ଳା-କାର୍ଡ଼ ଧରି ଏବଂ ଡ଼ାକବାଜି ଯନ୍ତ୍ର ସହାୟତାରେ ସ୍ଥାନୀୟ ପୌରାଂଚଳ ବୁଲି ବିନା ମାସ୍କରେ ବାହାରେ ବୁଲୁଥିବା, ସାମାଜିକ ଦୁରତା ରକ୍ଷା କରୁନଥିବା ଲୋକ ଏବଂ ପଂଚସୂତ୍ରୀ ନିୟମ ପାଳନ କରୁନଥିବା ବ୍ୟବସାୟିକ ପ୍ରତିଷ୍ଠାନର ମାଲିକଙ୍କୁ ହାତଯୋଡ଼ି କୋଭିଡ଼ ଗାଇଡ଼ ଲାଇନକୁ ପାଳନ କରିବା ପାଇଁ ଅନୁରୋଧ କରୁଥିବାର ଦେଖିବାକୁ ମିଳିଛି । ଅନୁରୂପ ଭାବେ ବିଭିନ୍ନ ଯାତ୍ରୀବାହୀ ବସରେ ବିନା ମାସ୍କରେ ଯାତ୍ରା କରୁଥିବା ଯାତ୍ରୀଙ୍କୁ ହାତ ଯୋଡ଼ି ବିନା ମାସ୍କରେ ଯାତ୍ରା ନକରିବା ସକାଶେ ଅନୁରୋଧ କରୁଥିବାର ଦେଖିବାକୁ ମିଳିଥିଲା । ଏଭଳି ସ୍ଥିତିରେ ଅମାନିଆ ମାନେ ବାଟକୁ ନଆସିଲେ ପ୍ରଶାସନ ପକ୍ଷରୁ ବାଧ୍ୟ ହୋଇ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ. ମନୋରଞ୍ଜନ ସାହୁ, ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ, ଥାନା ଏସ.ଆଇ . ବାସୁଦେବ ଭୋଇ, ରାଘବ ପ୍ରଧାନ, ହାବିଲଦାର ପ୍ରମୋଦ କୁମାର ଗନ୍ତାୟତ, କନେଷ୍ଟବଳ ବସନ୍ତ ଉପାଧ୍ୟାୟ, ମନୋଜ ଗଉଡ଼, ରମାଶଙ୍କର ସ୍ୱାଇଁ, କେଦାରେ ନାୟକ, ରାମଚନ୍ଦ୍ର ସାହୁ, ଓଏପିଏଫ ଷ୍ଟାପ, ସାନୁ ଦଳାଇ, ପୌର ପରିମଳ ଅଧିକାରୀ ଅଭିଜିତ ପୁରୋହିତ,ମାନସ ରଞ୍ଜନ ଦିଗାଲ, ଛବି ନାରାୟଣ ପଣ୍ଡା, ବିବେକାନନ୍ଦ ପ୍ରଧାନ, ଅରୁଣ ପାଢି, ସୁରେନ୍ଦ୍ର ଗଉଡ଼, ଏ. ମୋହନ ରାଓ ଆଚାରୀ, ସୁବାଷ ପଟ୍ଟନାୟକ, ରବିନ୍ଦ୍ର ନାହାକ, ଲାଲମୋହନ ସେଠି, ଭାସ୍କର ସାହୁଙ୍କ ସମେତ ବହୁ ପୁଲିସ ଓ ପୌର କର୍ମଚାରୀ ଅଂଶ ଗ୍ରହଣ କରିଥିଲେ । ( ରିପୋର୍ଟ : ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

May 8, 2026
ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

May 7, 2026
Taneira celebrates Savitri Vrata with the Inaya collection and exclusive festive offers

ସାବିତ୍ର ଉପଲକ୍ଷେ ତନେଇରା ପକ୍ଷରୁ ‘ଇନାୟା’ କଲେକ୍ସନ : ଆକର୍ଷଣୀୟ ଅଫର ପାଇବେ ଗ୍ରାହକ

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version