• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରତିଟି ଜୀବନ ମୂଲ୍ୟବାନ, ପ୍ରତି ଜୀବନ ରକ୍ଷା ପାଇଁ ଆମର ସର୍ବୋତ୍ତମ ଚେଷ୍ଟା ଜାରି ରହିଛି – ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
April 27, 2021
in ଓଡ଼ିଶା, କରୋନା, ମହାନଗର, ହୋମ୍
0
ପ୍ରତିଟି ଜୀବନ ମୂଲ୍ୟବାନ, ପ୍ରତି ଜୀବନ ରକ୍ଷା ପାଇଁ ଆମର ସର୍ବୋତ୍ତମ ଚେଷ୍ଟା ଜାରି ରହିଛି – ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ଗୋଟିଏ ସଂକ୍ରମଣ କମିଲେ, ଗୋଟିଏ ICU ଓ ବେଡ୍‌ ଉପରୁ ଚାପ କମିବ, ଜୀବନମରଣ ପରିସ୍ଥିତିର ଯନ୍ତ୍ରଣାକୁ ଦୂରେଇ ହେବ ,ପର୍ଯ୍ୟାପ୍ତ ଜରୁରୀ ଔଷଧ ମହଜୁବ ଓ ଅକ୍‌ସିଜେନ ଯୋଗାଣ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୂତ୍ବ ,ଗୋଷ୍ଠୀକୁ ସାଥିରେ ନେଇ ତ୍ରୁଟିଶୂନ୍ୟ ଯୋଜନା ପ୍ରସ୍ତୁତ ପାଇଁ ଜିଲ୍ଲାପାଳ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଓଡ଼ିଶା ତାଜା ନ୍ୟୁଜ (୨୭ ଅପ୍ରେଲ ମଙ୍ଗଳବାର)  ଭୁବନେଶ୍ବର :- ପ୍ରତିଟି ଜୀବନ ମୂଲ୍ୟବାନ ଏବଂ ଗୋଟିଏ ଗୋଟିଏ ଜୀବନ ରକ୍ଷା ପାଇଁ ଆମେ ସର୍ବୋତ୍ତମ ଚେଷ୍ଟା ଜାରି ରଖିଛୁ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର କୋଭିଡ ପରିସ୍ଥିତି ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ବିରୁଦ୍ଧରେ ଲଢେଇ ଏକ ଲମ୍ବା ଲଢେଇ। ତେଣୁ ଏ ଲଢେଇ ଜିତିବାକୁ ହେଲେ ଆମ ସମସ୍ତଙ୍କୁ ଦାୟିତ୍ବର ସହ କାମ କରିବାକୁ ହେବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗୋଟିଏ ସଂକ୍ରମଣ କମିଲେ, ଗୋଟିଏ ICU ଓ ଗୋଟିଏ ବେଡ୍‌ ଉପରୁ ଚାପ କମିଥାଏ । ଯାହାଦ୍ବାରା ଜୀବନ ମରଣ ପରିସ୍ଥିତିର ଯନ୍ତ୍ରଣାକୁ ଦୂରେଇ ହୋଇଥାଏ । ରାଜ୍ୟ ସରକାର କୋଭିଡ ରୋଗୀ ମାନଙ୍କୁ ସର୍ବୋତ୍ତମ ସ୍ବାସ୍ଥ୍ୟ ସୁବିଧା ଯୋଗାଇ ଦେବା ପାଇଁ ଉଦ୍ୟମ ଜାରି ରଖିଛନ୍ତି ଏବଂ ଆମର ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ମାନେ ଦିନରାତି ଏକ କରି ସେବା ଜାରି ରଖିଛନ୍ତି । ଏଥିପାଇଁ ସ୍ବାସ୍ଥ୍ୟ ବ୍ୟବସ୍ଥା ଉପରେ ଯେପରି ଚାପ କମ୍‌ ରହିବ, ସେଥିପାଇଁ ଆମକୁ ଦାୟିତ୍ବପୂର୍ଣ୍ଣ ଭାବରେ କାମ କରିବାକୁ ହେବ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସାରା ଦେଶ ବର୍ତ୍ତମାନ ଏକ ଗୁରୁତର ସଂକଟ ମଧ୍ୟ ଦେଇ ଗତି କରୁଛି । ବଡ ବଡ ସହର ଓ ମେଟ୍ରୋ ମାନଙ୍କରେ ସ୍ବାସ୍ଥ୍ୟ ସେବା ସଂପୂର୍ଣ୍ଣ ଚାପଗ୍ରସ୍ତ । ଏହାକୁ ଦୃଷ୍ଟିରେ ରଖି ପରିସ୍ଥିତିର ମୁକାବିଲା ପାଇଁ ଆମକୁ ସତର୍କ ରହିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ । ସଂକ୍ରମଣ ସଂଖ୍ୟା ବୃଦ୍ଧି ସତ୍ତ୍ବେ ଆମେ ନିରନ୍ତର ଭାବେ ସେବା କରିଚାଲିଛୁ । କିନ୍ତୁ କେତେକ ଜିଲ୍ଲାରେ ସଂକ୍ରମଣର ସ୍ଥିତି ଆମ ପାଇଁ ଉଦ୍‌ବେଗ ସୃଷ୍ଟି କରିଛି । ଭାଇରସ୍‌ର double ଓ triple mutant ଦ୍ରୁତ ଗତିରେ ବ୍ୟାପୁଛି ଏବଂ ଏହି ଦ୍ବିତୀୟ ଲହରରେ ଆମର ଯୁବଗୋଷ୍ଠୀ ବିଶେଷ ଭାବରେ ସଂକ୍ରମିତ ହେଉଛନ୍ତି । କେତେକ କ୍ଷେତ୍ରରେ ସେମାନଙ୍କ ସ୍ବାସ୍ଥ୍ୟ ଜଟିଳତା ଦେଖା ଦେଉଛି ବୋଲି ମୁଖ୍ୟମନ୍ତ୍ରୀ ଉଦ୍‌ବେଗ ପ୍ରକାଶ କରିଥିଲେ ।

ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ସମୟରେ ଆମେ ଯେଉଁ ନୀତି ଅବଲମ୍ବନ କରିଆସିଛେ, ସେହିପରି କୋଭିଡର ମୁକାବିଲାରେ ସବୁଠାରୁ ଖରାପ ପରିସ୍ଥିତିକୁ ସାମ୍‌ନା କରିବା ପାଇଁ ଆମ ପ୍ରସ୍ତୁତ ରହିବା ଦରକାର । ଏହି ପରିପ୍ରେକ୍ଷୀରେ ତୃଣମୂଳ ସ୍ତରରେ ପରିସ୍ଥିତିର ଆକଳନ କରି ତ୍ରୁଟିଶୂନ୍ୟ ଯୋଜନା ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ଓ ଏସ୍‌.ପି ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ସେହିପରି ପର୍ଯ୍ୟବେକ୍ଷକ ମାନେ ଏଥିପ୍ରତି ଯତ୍ନବାନ ହେବେ ବୋଲି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏସବୁ ବିଷୟ ନିୟମିତ ସମୀକ୍ଷା କରି ପରବର୍ତ୍ତୀ ବୈଠକରେ ତାଙ୍କୁ ଅବଗତ କରିବା ପାଇଁ ମୁଖ୍ୟମନ୍ତ୍ରୀ, ମୁଖ୍ୟଶାସନ ସଚିବଙ୍କୁ ପରାମର୍ଶ ଦେଇଥିଲେ।

କୋଭିଡ ନିୟନ୍ତ୍ରଣରେ ବିଭିନ୍ନ ଜିଲ୍ଲାର ବଣିକ ସଂଗଠନ ମାନେ ଯେପରି ସ୍ବେଚ୍ଛାକୃତ ଭାବରେ ଆଗେଇ ଆସି ବ୍ୟବସାୟ ସମୟକୁ ସୀମିତ କରିଛନ୍ତି ଏବଂ କେତେକ ସ୍ଥାନରେ ସ୍ବେଚ୍ଛାକୃତ ଭାବରେ ଦୋକାନ ବନ୍ଦ କରିଛନ୍ତି, ତାହା ସ୍ବାଗତଯୋଗ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ତେଣୁ ଆମର କୋଭିଡ ନିୟନ୍ତ୍ରଣ କାର୍ଯ୍ୟକ୍ରମକୁ ଫଳପ୍ରଦ କରିବା ପାଇଁ ସମସ୍ତ ଆବାସିକ ସଂଘ, ବଣିକ ସଂଘ ଏବଂ ଅନ୍ୟାନ୍ୟ ଗୋଷ୍ଠୀଭିତ୍ତିକ ସଂଗଠନ ମାନଙ୍କ ସହିତ ସହଭାଗିତା ଭିତ୍ତିରେ କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

କୋଭିଡ ରୋଗର ଚିକିତ୍ସାରେ ଅକ୍‌ସିଜେନର ଗୁରୁତ୍ବ ସବୁଠାରୁ ଅଧିକ । ତେଣୁ ଅକ୍‌ସିଜେନ ଯୋଗାଣ ଯେପରି ସୁବ୍ୟବସ୍ଥିତ ଭାବରେ ଜାରି ରହିବ, ତାହାର ତଦାରଖ କରିବା ସହିତ ଠିକ୍‌ ସମୟରେ ପର୍ଯ୍ୟାପ୍ତ ପରିମାଣର ଅକ୍‌ସିଜେନ ଯେପରି ରୋଗୀ ପାଖରେ ପହଞ୍ଚି ପାରିବ, ସେଥିପ୍ରତି ଯତ୍ନବାନ ହେବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ । ଏହାସହିତ ଜରୁରୀ ଔଷଧ ମହଜୁଦ ରଖିବା ଏବଂ ତାହାର ଯୋଗାଣ ବ୍ୟବସ୍ଥାକୁ ତ୍ରୁଟିଶୂନ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

କୋଭିଡର ଏହି ଦ୍ବିତୀୟ ଲହର ଆମକୁ ସୂଚାଇ ଦେଇଛି ଯେ ଏ ସଂକଟ ଦୀର୍ଘ ଦିନର ଏବଂ ଏଥିପାଇଁ ଆମକୁ ସବୁବେଳେ ପ୍ରସ୍ତୁତ ରହିବାକୁ ହେବ । ଏଣୁ ଯଦି ଆମେ କୋଭିଡ ନିୟମାବଳୀକୁ ଠିକ୍‌ ଭାବରେ ପାଳନ କରିବା, ତେବେ କୋଭିଡର ପରାଜୟ ସୁନିଶ୍ଚିତ । ଏ ବିପତ୍ତି ସମୟରେ ନିଷ୍ଠାର ସହ ସେବା ଯୋଗାଉ ଥିବା ଆମର frontline covid warrior ମାନଙ୍କର ଯତ୍ନ ନିଆଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ । ସବୁବେଳେ ଠିକ୍‌ ଭାବରେ ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ଓ ହାତ ଧୋଇବା ଆଦି କୋଭିଡ ନିୟମାବଳୀର ସଠିକ୍‌ ଅନୁପାଳନ ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ । ରୋଗୀର ଜୀବନ ରକ୍ଷା ପାଇଁ ଆମର ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀମାନେ କଠିନ ପରିଶ୍ରମ କରୁଛନ୍ତି । ତେଣୁ ଆମେ ପ୍ରତ୍ୟେକ ଯଦି ଦାୟିଦ୍ବବାନ ହେବା, ତେବେ କୋଭିଡ ଯୁଦ୍ଧରେ ଆମେ ନିଶ୍ଚିତ ବିଜୟୀ ହେବା ବୋଲି ମୁଖ୍ୟମନ୍ତ୍ରୀ ଦୃଢୋକ୍ତି ପ୍ରକାଶ କରିଥିଲେ ।

ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ବରିଷ୍ଠ ଅଧିକାରୀମାନେ ପରିସ୍ଥିତି ଉପରେ ତୀକ୍ଷଣ ନଜର ରଖିଛନ୍ତି। କୋଭିଡ କେୟାର ସେଣ୍ଟର ଗୁଡିକୁ କ୍ରିୟାଶୀଳ କରାଯିବା ସହିତ ସମସ୍ତ କୋଭିଡ ହସ୍‌ପିଟାଲ ଗୁଡିକୁ କାର୍ଯ୍ୟକ୍ଷମ କରାଯାଇଛି । ମେଡିକାଲ କଲେଜ ଗୁଡିକରେ ଶଯ୍ୟା ସଂଖ୍ୟା ବୃଦ୍ଧି ସହିତ ନୂଆ ବେସରକାରୀ ହସ୍‌ପିଟାଲ ଗୁଡିକୁ କୋଭିଡ ହସ୍‌ପିଟାଲରେ ପରିଣତ କରିବା ପାଇଁ ପଦକ୍ଷେପ ନିଆଯାଉଛି। ୩୦ ପ୍ରତିଶତ ଶଯ୍ୟାରେ ଅକ୍‌ସିଜେନ ବ୍ୟବସ୍ଥା କରାଯାଇଛି ଏବଂ ଏହାକୁ ୩୫ ପ୍ରତିଶତକୁ ବୃଦ୍ଧି କରିବା ପାଇଁ ପଦକ୍ଷେପ ନିଆଯାଉଛି ବୋଲି ସେ କହିଥିଲେ । ପଡୋଶୀ ରାଜ୍ୟ ଗୁଡିକରେ ଅଧିକ କୋଭିଡ ସଂଖ୍ୟା ଥିବାରୁ ସେ ସବୁ ରାଜ୍ୟରୁ ଲୋକଙ୍କ ଚଳାଚଳ ଉପରେ ତୀକ୍ଷଣ ନଜର ରଖାଯାଇଛି। ଖୁବଶୀଘ୍ର ଶଯ୍ୟା ଉପଲବ୍ଧତାକୁ ସୁବ୍ୟବସ୍ଥିତ କରିବା ପାଇଁ ଏକ Online Real-time Bed Management System କାର୍ଯ୍ୟକାରୀ କରାଯିବ ବୋଲି ସେ କହିଥିଲେ ।

ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର କୋଭିଡ ପରିସ୍ଥିତି ଉପରେ ଏକ ଉପସ୍ଥାପନା ରଖି କହିଥିଲେ ଯେ ବର୍ତ୍ତମାନ ରାଜ୍ୟରେ ୫୦,୯୫୮ active case ରହିଛି ଏବଂ ୭ଟି ଜିଲ୍ଲାରେ ୬୦ ପ୍ରତିଶତ active case ରହିଛି । ସେ କହିଥିଲେ ଯେ ବର୍ତ୍ତମାନ ରାଜ୍ୟରେ ସମୁଦାୟ ୩୧,୪୭୧ଟି ବେଡ୍‌ ରହିଛି ଏବଂ ICU bed ବ୍ୟତୀତ ୧୭,୪୯୫ଟି ବେଡ୍‌ରେ ଅକ୍‌ସିଜେନର ବ୍ୟବସ୍ଥା କରାଯାଇଛି। ଉଭୟ ସରକାରୀ ଓ ବେସରକରୀ କୋଭିଡ ହସ୍‌ପିଟାଲ ଗୁଡିକରେ ଶଯ୍ୟା ସଂଖ୍ୟା ବୃଦ୍ଧି ସହିତ ଅଧିକ ସଂଖ୍ୟକ ଶଯ୍ୟାରେ ଅକ୍‌ସିଜନ ବ୍ୟବସ୍ଥା କରିବା ପାଇଁ ପଦକ୍ଷେପ ନିଆଯାଉଛି ବୋଲି ସେ କହିଥିଲେ । ରାଜ୍ୟରେ ବର୍ତ୍ତମାନ ଦୈନିକ ୪୨.୧୦ ମେଟ୍ରିକ ଟନ୍‌ ଅକ୍‌ସିଜେନ ବ୍ୟବହାର କରାଯାଉଛି ବୋଲି ସୂଚନା ଦେବା ସହିତ Remdesivir ଓ Favipiravir ଆଦି ସମସ୍ତ ଜରୁରୀ ଔଷଧ ଯଥେଷ୍ଟ ଭାବରେ ଉପଲବ୍‌ଧ ରହିଛି ବୋଲି ସେ କହିଥିଲେ ।

ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ କୋଭିଡ ନିୟମାବଳୀର ଅନୁପାଳନ ଦିଗରେ ପୋଲିସର ପଦକ୍ଷେପ ସଂପର୍କରେ ସୂଚନା ଦେବା ସହିତ କହିଥିଲେ ଯେ ଆଜି ସୁଦ୍ଧା ୮ଟି ରାଜ୍ୟକୁ ୯୦ଟି ଟ୍ୟାଙ୍କର ଜରିଆରେ ୧୬୭୫.୮୧ ଟନ୍‌ ଅକ୍‌ସିଜେନ ପଠାଯାଇଛି । ବିଭିନ୍ନ କୋଭିଡ ଚିକିତ୍ସାଳୟରେ ଅଗ୍ନି ନିୟନ୍ତ୍ରଣ ସଂପର୍କରେ ନିଆଯାଉଥିବା ପଦକ୍ଷେପ ଉପରେ ଅଗ୍ନିଶମ ସେବା ମହାନିର୍ଦ୍ଦେଶକ ସୂଚନା ଦେଇଥିଲେ ।

ବୈଠକରେ ସୁନ୍ଦରଗଡ, ଝାରସୁଗୁଡା, ବାଲେଶ୍ବର ଓ ଖୋର୍ଦ୍ଧା ଜିଲ୍ଲାର ଜିଲ୍ଲାପାଳ ମାନେ ଜିଲ୍ଲାର କୋଭିଡ ପରିସ୍ଥିତି ଓ ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ । ମୁଖ୍ୟମନ୍ତୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକକୁ ସଂଯୋଜନା କରିଥିଲେ । ବୈଠକରେ ଉନ୍ନୟନ କମିଶନର ଶ୍ରୀ ପି.କେ ଜେନା, ପଞ୍ଚାୟତିରାଜ ବିଭାଗର ପ୍ରମୁଖ ସଚିବ ଶ୍ରୀ ଡି.କେ. ସିଂହ ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

April 26, 2026
ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

April 26, 2026
ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

April 26, 2026

Recent News

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

April 26, 2026
ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

April 26, 2026
ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

April 26, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

April 26, 2026
ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version