ଓଡ଼ିଶା ତାଜା ନ୍ୟୁଜ (୨୭ ଅପ୍ରେଲ ମଙ୍ଗଳବାର ) ହିଞ୍ଜିଳିକାଟୁ :-  ଚୈତ୍ର ମାସ ଶେଷ ପାଳି ମଙ୍ଗଳବାର ଉପଲକ୍ଷେ ହିଞ୍ଜିଳିକାଟୁ ବ୍ଳକ ନୂଆଁ ବୁରୁପଡ଼ା ନିକଟସ୍ଥ ଶକ୍ତିପୀଠ ମା ଶ୍ୟାମଳାଇ ପୀଠ ଓ ଖରିଡ଼ା ପଂଚାୟତ ସ୍ଥିତ ମା’ କରେଇଶୁଣୀ ରେ ବିନା ଭକ୍ତ ଓ କେବଳ ନୀତିକାନ୍ତ ମଧ୍ୟରେ ଚୈତ୍ର ମଙ୍ଗଳବାର ପର୍ବ ଶେଷ ହୋଇଥିବା ଦେଖିବାକୁ ମିଳିଛି । ମଙ୍ଗଳବାର ଭୋରରୁ ମା’ଙ୍କ ମାର୍ଜଣା, ମଙ୍ଗଳ ଆଳତୀ, ସୂର୍ଯ୍ୟପୂଜା, ମଇଲମ ଓ ସମସ୍ତ ଦେବୀନୀତି ସମାପନ ପରେ ପୂଜାର୍ଚ୍ଚନା କରାଯାଇଥିଲା । ପରେ ମନ୍ଦିର ଦ୍ୱାର ଖୋଲା ଯାଇଥିଲା ।

ପ୍ରଶାସନର କୋଭିଡ଼ କଟକଣାକୁ ଯୋଗୁଁ ମନ୍ଦିର ଭିତରକୁ ଭକ୍ତଙ୍କ ପ୍ରବେଶକୁ ନିଷେଧ କରାଯାଇଥିଲା । ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସଙ୍କ ତତ୍ୱାବଧାନରେ ପୁଲିସ ବାହିନୀ ଓ ଅତିରକ୍ତ ତହସିଲଦାର ସୁନିଲ କୁମାର ପ୍ରଧାନଙ୍କ ତତ୍ୱାବଧାନରେ ବୁରୁପୋଡ଼ା ରାଜସ୍ୱ ନିରୀକ୍ଷକ ସୁଧାଂଶୁ ଶେଖର ପାଣିଗ୍ରାହୀ ମନ୍ଦିର ସମ୍ମୁଖରେ ଉପସ୍ଥିତ ରହି ଭକ୍ତଙ୍କୁ ମନ୍ଦିର ଭିତରକୁ ପ୍ରବେଶ ସକାଶେ ବାରଣ କରିଥିଲେ । ( ରିପୋର୍ଟ : ଶୁସାନ୍ତ ପ୍ରଧାନ )