• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କୋଭିଡ଼ ହସ୍ପିଟାଲରେ ଅକ୍ସିଜେନ ବ୍ୟବସ୍ଥା ଓ ଅଗ୍ନି ସୁରକ୍ଷା ଉପରେ ସତର୍କ ଦୃଷ୍ଟି ରଖିବାକୁ – ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Proprietor Abhimanyu Maharana by Proprietor Abhimanyu Maharana
May 11, 2021
in ଓଡ଼ିଶା, ମହାନଗର, ହୋମ୍
0
କୋଭିଡ଼ ହସ୍ପିଟାଲରେ ଅକ୍ସିଜେନ ବ୍ୟବସ୍ଥା ଓ ଅଗ୍ନି ସୁରକ୍ଷା ଉପରେ ସତର୍କ ଦୃଷ୍ଟି ରଖିବାକୁ – ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
Share on FacebookShare on TwitterWhatsapp

1. କୋଭିଡ଼ ଚିକିତ୍ସା କରୁଥିବା ଘରୋଇ ଡାକ୍ତର ଖାନା ନିର୍ଧାରିତ ଫି ଠାରୁ ଅଧିକ ନେଲେ ଦୃଢ଼ କାର୍ଯାନୁଷ୍ଠାନ

2. ତୃତୀୟ ଲହରୀ ପାଇଁ ଏବେ ଠାରୁ ସତର୍କ ଦୃଷ୍ଟି ରଖିବାକୁ ପରାମର୍ଶ

3. ସ୍ବାଭାବିକ ଅବସ୍ଥା ଫେରାଇବା ପାଇଁ ସମସ୍ତ ଙ୍କ ଟୀକାକରଣ ଉପରେ ଗୁରୁତ୍ୱ ।

 
ଓଡ଼ିଶା ତାଜା ନ୍ୟୁଜ (୧୧ ମଇ ମଙ୍ଗଳବାର) ଭୁବନେଶ୍ୱର :- ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ ପରିଚାଳନା ସଂପର୍କିତ ବୈଠକରେ ଅଧ୍ୟକ୍ଷତା କରି ରାଜ୍ୟ ପ୍ରଶାସନକୁ ୭ ସୂତ୍ରୀ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର କାର୍ଯ୍ୟକ୍ରମରେ କୋଭିଡ ପରିଚାଳନା ସଂପର୍କରେ ରାଜ୍ୟ ସରକାର ଫିଡ୍‌ବ୍ୟାକ୍‌ ସଂଗ୍ରହ କରିଛନ୍ତି । ଏହି ତଥ୍ୟ ଭିତ୍ତିରେ ନିମ୍ନୋକ୍ତ ବିଷୟ ଉପରେ ଗୁରୁତ୍ବ ଆରୋପ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

୧. ଜିଲ୍ଲାସ୍ତରରେ କୋଭିଡ ଚିକିତ୍ସା କେନ୍ଦ୍ର ଗୁଡିକରେ ଅଗ୍ନି ସୁରକ୍ଷା ବ୍ୟବସ୍ଥା ଏବଂ ମେଡିକାଲ ଅକ୍‌ସିଜେନ ସୁବିଧା (logistics) ସବୁଠାରୁ ବଡ ପ୍ରାଥମିକତା। ଏହା ଉପରେ ୨୪ ଘଣ୍ଟିଆ ତଦାରଖ କରାଯିବା ଆବଶ୍ୟକ ।

୨. ଅଧିକ କୋଭିଡ ସଂଖ୍ୟା ଥିବା ଅଞ୍ଚଳ ଗୁଡିକରେ testing, tracing ଓ containmentକୁ ଜୋରଦାର କର।

୩. ICU ଓ HDU ଦାୟିତ୍ବରେ ଥିବା ଡାକ୍ତରମାନଙ୍କ ଠାରୁ ସିଧାସଳଖ ଫିଡବ୍ୟାକ୍ ନେଇ ସେମାନଙ୍କ ମତାମତ ଭିତ୍ତିରେ ପଦକ୍ଷେପ ନିଅ ।

୪. ଟୀକାକରଣ କାର୍ଯ୍ୟକ୍ରମ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ଏଥିପାଇଁ ତ୍ରୁଟି ଶୂନ୍ୟ ବ୍ୟବସ୍ଥା କରାଯାଉ ।

ବୟସ୍କ, ମହିଳା ଓ ଦୁର୍ବଳ ଶ୍ରେଣୀର ଲୋକଙ୍କର ଯତ୍ନ ନିଆଯାଉ । ଯେତେଶୀଘ୍ର ସମ୍ଭବ ଅଧିକ ସଂଖ୍ୟକ ଟୀକା ସଂଗ୍ରହ ପାଇଁ ଆମର ଉଦ୍ୟମ ଜାରି ରହିଛି ।

୫. କୋଭିଡ ଚିକିତ୍ସା କରୁଥିବା ବେସରକାରୀ ମେଡିକାଲ ଉପରେ ସତର୍କ ଦୃଷ୍ଟି ରଖ । ସେମାନେ ସରକାରଙ୍କ ନିର୍ଦ୍ଧାରିତ ମୂଲ୍ୟ ଭିତରେ ଲୋକଙ୍କ ଠାରୁ ଅର୍ଥ ସଂଗ୍ରହ କରିବାକୁ ବାଧ୍ୟ । ଯଦି ସେମାନେ ଏହା ନ କରନ୍ତି, ତେବେ ସଂପୃକ୍ତ ହସ୍‌ପିଟାଲ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କର ।

୬. କୋଭିଡ ହସ୍‌ପିଟାଲ ଗୁଡିକରେ ହେଲ୍‌ପ ଲାଇନ ଗୁଡିକୁ ଅଧିକ କ୍ରିୟାଶୀଳ କରାଯାଉ ଏବଂ ରୋଗୀଙ୍କ ପରିବାର ବର୍ଗଙ୍କୁ ନିୟମିତ ସୂଚନା ଦିଆଯାଉ ।

୭. ଏଭଳି କଠିନ ସମୟରେ ଦୁଃଖ ଓ ଦୈନ୍ୟରେ ଥିବା ଲୋକମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ବ୍ୟବହାର କରି ସାହାଯ୍ୟ କର ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ ଏକ ମାସ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କୋଭିଡ ସଂଖ୍ୟା ବହୁ ପରିମାଣରେ ବଢିଥିଲେ ମଧ୍ୟ କୋଭିଡ ଯୋଦ୍ଧା ମାନଙ୍କର ଦୃଢ ପରିଶ୍ରମ ଓ ଜନସାଧାରଣଙ୍କ ସହଯୋଗ ଯୋଗୁ ପରିସ୍ଥିତିକୁ ଠିକ୍‌ ଭାବରେ ପରିଚାଳନା କରାଯାଇପାରିଛି ।  ତଥାପି ଆହ୍ବାନ ବହୁତ ବଡ ଏବଂ ଏହି ଯୁଦ୍ଧ ବହୁତ ଲମ୍ବା । ପରିସ୍ଥିତିକୁ ନିୟନ୍ତ୍ରଣରେ ଆଣିବା ପାଇଁ ଲକ୍‌ଡାଉନ ଲାଗୁ କରାଯାଇଛି । ଏହା ଠିକ୍‌ ଚାଲିଥିଲେ ମଧ୍ୟ କେତେକ ସ୍ଥାନରେ ଏଥିରେ ଅଧିକ ଉନ୍ନତିର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ଥାନୀୟ ଜନସାଧାରଣଙ୍କ ସହଯୋଗରେ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଆମେ ସଫଳତା ପାଇଛୁ ଏବଂ ଏହି କୋଭିଡ ମହାମାରୀ କ୍ଷେତ୍ରରେ ମଧ୍ୟ ଏହା ହିଁ ଉପଯୁକ୍ତ ପନ୍ଥା । ତେଣୁ ସହରାଞ୍ଚଳରେ ସ୍ଥାନୀୟ ଜନସାଧାରଣ ଏବଂ ବିଭିନ୍ନ ଅନୁଷ୍ଠାନ ଓ ଗ୍ରାମାଞ୍ଚଳରେ ପଞ୍ଚାୟତ ପ୍ରତିନିଧି ମାନଙ୍କ ସକ୍ରିୟ ସହଯୋଗରେ ଲୋକଙ୍କ ସହାୟତା କରଯିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଦେଶର ଅଳ୍ପ କେତେକ ରାଜ୍ୟଙ୍କ ମଧ୍ୟ ରେ ଓଡିଶା ହେଉଛି ଏକ ରାଜ୍ୟ ଯେଉଁ ଠାରେ କି କୋଭିଡର ପରୀକ୍ଷା ଠାରୁ ଆରମ୍ଭ କରି ଚିକିତ୍ସା, ରହିବା ସୁବିଧା, ଖାଦ୍ୟ ଓ ଔଷଧ ପର୍ଯ୍ୟନ୍ତ ସବୁକିଛି ସରକାର ମାଗଣାରେ ଦେଉଛନ୍ତି ।

ଏହାଦ୍ବାରା ସବୁବର୍ଗର ଲୋକ, ବିଶେଷ କରି ଗରିବ ଲୋକମାନେ ଭଲ ଭଲ ଡାକ୍ତରଖାନାରେ ଚିକିତ୍ସିତ ହେବା ପାଇଁ ନିର୍ଭୟରେ ଆଗେଇ ଆସୁଛନ୍ତି । ଏଥିପାଇଁ ସରକାର ତାଙ୍କ ସମ୍ବଳର ଏକ ବଡ ଅଂଶ ଖର୍ଚ୍ଚ କରୁଛନ୍ତି । ତେଣୁ ଲୋକଙ୍କୁ ଉତ୍ତମ ମାନର ସେବା ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ମହାମାରୀକୁ ନିୟନ୍ତ୍ରଣ କରିବାକୁ ଟୀକାକରଣ ହେଉଛି ଆମର ମୁଖ୍ୟ ରଣନୀତି । ପରିସ୍ଥିତିରେ ସୁଧାର ଆସିବା ପର୍ଯ୍ୟନ୍ତ ସମସ୍ତଙ୍କୁ ସତର୍କ ହେବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ମାସ୍କ ବ୍ୟବହାର, ହାତ ଧୁଆ ଓ ସାମାଜିକ ଦୂରତ୍ବ ବଜାୟ ରଖିବା ସହିତ ଅନାବଶ୍ୟକ ଭାବେ ବାହାରେ ନ ବୁଲି ଘରେ ରହିବାକୁ ଜନସାଧାରଣଙ୍କୁ ନିବେଦନ କରିଥିଲେ । ବୈଠକରେ ଆଲୋଚନା ସମୟରେ ତୃତୀୟ ଲହରୀର ସମ୍ଭାବନା ସଂପର୍କରେ ତଥ୍ୟ ସଂଗ୍ରହ ସହିତ ସମ୍ଭାବ୍ୟ ମୁକାବିଲା ବ୍ୟବସ୍ଥା ପାଇଁ ପ୍ରସ୍ତୁତ ହେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ପୁରୀରେ ରଥଯାତ୍ରା ପୂର୍ବରୁ ସମସ୍ତ ସେବାୟତ ଓ ସେମାନଙ୍କ ପରିବାରବର୍ଗଙ୍କ ସଂପୂର୍ଣ୍ଣ ଟୀକାକରଣ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।  ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ କୋଭିଡ ହସ୍‌ପିଟଲ ଗୁଡିକରେ ଚିକିତ୍ସାରେ ଉନ୍ନତି ଆଣିବା ପାଇଁ ପଦକ୍ଷେପ ନିଆଯାଇଛି । କୋଭିଡ ଅବଜରଭର ମାନେ ପରିସ୍ଥିତି ଉପରେ ନଜର ରଖିଛନ୍ତି । ଅକ୍‌ସିଜେନ ବ୍ୟବସ୍ଥାର ୨୪ ଘଣ୍ଟିଆ ତଦାରଖ କରାଯାଉଛି । କୋଭିଡ କେୟାର କେନ୍ଦ୍ର ଗୁଡିକରେ ଅଧିକ ICU ଓ ଭେଣ୍ଟିଲେଟର ଶଯ୍ୟାର ବ୍ୟବସ୍ଥା କରାଯାଇଛି ଏବଂ ଆହୁରି ଅଧିକ ଶଯ୍ୟା ପାଇଁ ପଦକ୍ଷେପ ଜାରି ରହିଛି ।

ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର କୋଭିଡ ପରିସ୍ଥିତି ଉପରେ ଏକ ଉପସ୍ଥାପନା ରଖି କହିଥିଲେ ଯେ ସାରା ବିଶ୍ବରେ ବର୍ତ୍ତମାନ ଭାରତର କୋଭିଡ ସଂକ୍ରମଣ ସଂଖ୍ୟା ୫୪ ପ୍ରତିଶତ ରହିଛି । ଓଡିଶାରେ ବର୍ତ୍ତମାନର ସ୍ଥିତି ସଂପର୍କରେ ଆଲୋକପାତ କରି ସେ କହିଥିଲେ ଯେ ଓଡିଶାର କୋଭିଡ ସଂଖ୍ୟା ବର୍ତ୍ତମାନ ଦେଶର କୋଭିଡ ସଂଖ୍ୟାର ୨.୭ ପ୍ରତିଶତ ରହିଛି । ସର୍ବଭାରତୀୟ ସ୍ତରରେ ମୃତ୍ୟୁ ହାର (CFR) ୧.୦୯ ଥିବାବେଵେ, ଓଡିଶାରେ ଏହା ୦.୪୦ ରହିଛି। ଖୋର୍ଦ୍ଧା ଓ କଟକ ଜିଲ୍ଲା ବ୍ୟତୀତ ଛତିଶଗଗଡ ସୀମାରେ ଜିଲ୍ଲା ଗୁଡିକରେ ଅଧିକ ପଜିଟିଭ କେସ୍‌ ରହୁଛି ବୋଲି ସେ କହିଥିଲେ ।

ଓଡିଶାର ବର୍ତ୍ତମାନ ଟେଷ୍ଟ ପଜିଟିଭିଟି ଗତ ୧୫ ଦିନ ଧରି ୨୦.୨ ରହିଛି । ଓଡିଶାରେ ଅକ୍‌ସିଜେନ ଉପଲବ୍ଧତା ଉପରେ ସୂଚନା ଦେଇ ସେ କହିଥିଲେ ଯେ ରାଜ୍ୟରେ ବର୍ତ୍ତମାନ ଦୈନିକ ୫୨.୯ ମେଟ୍ରିକ ଟନ୍‌ ଅକ୍‌ସିଜେନ ଖର୍ଚ୍ଚ ହେଇଛି। ରାଜ୍ୟରେ ଟୀକାର ଉପଲବ୍ଧତା ଓ ବ୍ୟବହାର ସଂପର୍କରେ ମଧ୍ୟ ସେ ସୂଚନା ଦେଇଥିଲେ।

ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ କୋଭିଡ ନିୟମାବଳୀର ଅନୁପାଳନ ଦିଗରେ ପୋଲିସର ପଦକ୍ଷେପ ସଂପର୍କରେ ସୂଚନା ଦେବା ସହିତ କହିଥିଲେ ଯେ କୋଭିଡ ନିୟମାବଳୀର ଉଲଘଂନ ପାଇଁ ବର୍ତ୍ତମାନ ସୁଦ୍ଧା ୨୮ କୋଟି ୯୧ ଲକ୍ଷ ଟଙ୍କା ଜୋରିମାନା ଆଦାୟ କରାଯାଇଛି । ବିଭିନ୍ନ କୋଭିଡ ଚିକିତ୍ସାଳୟରେ ଅଗ୍ନି ନିୟନ୍ତ୍ରଣ ସଂପର୍କରେ ନିଆଯାଉଥିବା ପଦକ୍ଷେପ ଉପରେ ଅଗ୍ନିଶମ ସେବା ମହାନିର୍ଦ୍ଦେଶକ ସୂଚନା ଦେଇଥିଲେ । ବୈଠକରେ ସମ୍ବଲପୁର, ବରଗଡ, ପୁରୀ, କଟକ ଓ ଭୁବନେଶ୍ବର ମହାନଗର ନିଗମରେ କୋଭିଡ ପରିଚାଳନା ସଂପର୍କରେ ଜିଲ୍ଲାପାଳ ଓ କମିଶନର ମାନେ ସୂଚନା ଦେଇଥିଲେ । ମୁଖ୍ୟମନ୍ତୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକକୁ ସଂଯୋଜନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

May 8, 2026
ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

May 8, 2026
ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟlଳୟ ଦ୍ବାରା ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟlଳୟ ଦ୍ବାରା ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

ସିଆଇଆଇ ଓଡିଶା ପକ୍ଷରୁ ଓଡିଶାରେ ଶିଳ୍ପ ଅଭିବୃଦ୍ଧି ଓ ସ୍ଥାୟୀ ବିିକାଶ ପାଇଁ ଏକ ରୋଡମ୍ୟାପ ସହିତ ୨୦୨୬ – ୨୭ ପାଇଁ ନୂଆ ନେତୃତ୍ୱ ଘୋଷଣା

May 8, 2026

Recent News

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

May 8, 2026
ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

May 8, 2026
ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟlଳୟ ଦ୍ବାରା ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟlଳୟ ଦ୍ବାରା ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

ସିଆଇଆଇ ଓଡିଶା ପକ୍ଷରୁ ଓଡିଶାରେ ଶିଳ୍ପ ଅଭିବୃଦ୍ଧି ଓ ସ୍ଥାୟୀ ବିିକାଶ ପାଇଁ ଏକ ରୋଡମ୍ୟାପ ସହିତ ୨୦୨୬ – ୨୭ ପାଇଁ ନୂଆ ନେତୃତ୍ୱ ଘୋଷଣା

May 8, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

May 8, 2026
ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version