No Result
View All Result

ଓଡ଼ିଶା ତାଜା ନ୍ୟୁଜ (୨୯ ମଇ ଶନିବାର ) ଭୁବନେଶ୍ୱର :- ବରିଷ୍ଠ ସାମ୍ବାଦିକ ବସନ୍ତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ତାଙ୍କ ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ଵର୍ଗତ ଦାସ ଜଣେ ସ୍ତମ୍ଭକାର ତଥା ରାଜନୈତିକ ବିଶ୍ଳେଷକ ଭାବରେ ସୁନାମ କରିଥିଲେ ।ଅଦ୍ଧଶତାବ୍ଦୀ ରୁ ଅଧିକ ସମୟ ଧରି ସେ ସାମ୍ବାଦିକତା ବୃତ୍ତି ରେ ସକ୍ରିୟ ରହିଥିଲେ। ।
ସାହିତ୍ୟ ଓ ସାମ୍ବାଦିକତା ଷେତ୍ରରେ ତାଙ୍କର ଅବଦାନ ପାଇଁ ସେ ସ୍ମରଣୀୟ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍ ଗତି କାମନା କରିଛନ୍ତି ।
No Result
View All Result