• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ସତର୍କତା ଅବଲମ୍ବନ ହିଁ କରୋନା ଭୂତାଣୁ ସଂକ୍ରମଣର ମୁଖ୍ୟ ପ୍ରତିଷେଧକ ।

Proprietor Abhimanyu Maharana by Proprietor Abhimanyu Maharana
March 12, 2020
in Uncategorized, ଓଡ଼ିଶା, ହୋମ୍
0
ସତର୍କତା ଅବଲମ୍ବନ ହିଁ କରୋନା ଭୂତାଣୁ ସଂକ୍ରମଣର ମୁଖ୍ୟ ପ୍ରତିଷେଧକ ।
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର ତା-12.3.2020 :- ସଂପ୍ରତି ବିଶ୍ୱର ଅନେକ ଦେଶ କରୋନା ଭୂତାଣୁ(କୋଭିଡ୍‌-୧୯) ର ସଂକ୍ରମଣରେ ପ୍ରଭାବିତ ହୋଇଛନ୍ତି । ସତର୍କତା ଅବଲମ୍ବନ ହିଁ କରୋନା ଭୂତାଣୁ ସଂକ୍ରମଣର ମୁଖ୍ୟ ପ୍ରତିଷେଧକ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ପ୍ରକାଶ କରିଛନ୍ତି । ଏହି ପରିପ୍ରେକ୍ଷୀରେ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ସମ୍ମିଳନୀ କକ୍ଷରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସୂଚନା ଦେଇ ଶ୍ରୀ ଧଳ କହିଛନ୍ତି ଯେ, ଓଡିଶାରେ ସମ୍ଭାବ୍ୟ କରୋନା ସଂକ୍ରମଣ ପ୍ରତିରୋଧ କ୍ଷେତ୍ରରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇ ଜନସାଧାରଣଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଆବଶ୍ୟକ ପରାମର୍ଶ ଜାରି କରାଯାଉଛି । ଏହାକୁ ଅବଲମ୍ବନ କରିବାକୁ ବିଭାଗ ତରଫରୁ ଅନୁରୋଧ କରାଯାଇଛି । ସୂଚନା ଯୋଗ୍ୟଯେ, ଆମ ରାଜ୍ୟରେ ଅଦ୍ୟାବଧି କେହି କରୋନା ସଂକ୍ରମଣରେ ଆକ୍ରାନ୍ତ ହୋଇନାହାଁନ୍ତି ।

ଆଜି ସୁଦ୍ଧା ସଂଗୃହୀତ ୧୭ ଟି ରକ୍ତ ନମୂନାରୁ ସମସ୍ତ ରିପୋର୍ଟ କରୋନା ନେଗେଟିଭ୍ ଥିବା ଜଣା ପଡିଛି । ପ୍ରତିଷେଧକମୂଳକ ପଦକ୍ଷେପ ସ୍ୱରୂପ ନିୟମିତ ଭାବରେ ସାବୁନ ବା ଜୀବାଣୁ ନାଶକ ଦ୍ରବଣ ଦ୍ୱାରା ହାତକୁ ପରିସ୍କାର କରିିବା ସହ ଆଖି କିମ୍ବା ମୁହଁକୁ ସ୍ପର୍ଶ ନକରିବା, ଛିଙ୍କିବା ସମୟରେ ରୁମାଲ ବା ଟିସୁ ପେପର ବ୍ୟବହାର କରିବା, ଜନଗହଳି ସ୍ଥାନଠାରୁ ଯଥା ସମ୍ଭବ ନିଜକୁ ଦୂରେଇ ରଖିବା ପାଇଁ ପରାମର୍ଶ ଦିଆଯାଇଛି । ସେହିପରି ସୁସ୍ଥ ଲୋକମାନେ ମାସ୍କ ବ୍ୟବହାର କରିବା ଜରୁରୀ ଆବଶ୍ୟକତା ନାହିଁ । କରୋନା ଭୂତାଣୁ ସଂକ୍ରମଣରୁ ଏଡାଇବା ପାଇଁ ଜ୍ୱର, ଥଣ୍ଡା, କାଶ, ଛିଙ୍କ ଭଳି ଲକ୍ଷଣ ଦେଖାଗଲେ ଡାକ୍ତରଙ୍କ ପରାମର୍ଶ ଗ୍ରହଣ କରିବା ସହ ନିଜେ ସତର୍କ ରୁହନ୍ତୁ । ସନ୍ଦିଗ୍‌ଧ କରୋନା ରୋଗୀମାନଙ୍କୁ ୧୪ ଦିନ ପାଇଁ ପୃଥକ୍ ଭାବରେ ରଖି ଡାକ୍ତରଙ୍କ ପରାମର୍ଶ ଅନୁସାରେ ଚିକିତ୍ସା କରିବା ଆବଶ୍ୟକ ବୋଲି ଶ୍ରୀ ଧଳ ପ୍ରକାଶ କରିଛନ୍ତି । ସେହିପରି ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ କ୍ଷେତ୍ରରେ ଥଣ୍ଡା, କାଶ, ଛିଙ୍କ ବା ସ୍ୱାସକ୍ରିୟାରେ କଷ୍ଟ ହେଉଥିଲେ ସେମାନେ ତୁରନ୍ତ ଅଭିଭାବକଙ୍କୁ ଜଣାଇବା ସହ ଡାକ୍ତରଙ୍କ ପରାମର୍ଶ କରିବା, ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, କର୍ମଚାରୀମାନଙ୍କର ଏହିପରି ଲକ୍ଷଣ ଦେଖାଦେଲେ ବିଦ୍ୟାଳୟକୁ ନ ଆସି ଚିକିତ୍ସାରେ ରହିବା, ସମୂହ ବ୍ୟବହାର୍ଯ୍ୟ ବସ୍ତୁ ଯଥା କବାଟ, ଝରକା, ଟେବୁଲ, ଚୌକି, ଟେଲିଫୋନ୍‌, କମ୍ପୁଟର ଆଦିକୁ ଜୀବାଣୁ ନାଶକ ଦ୍ରବଣରେ ପୋଛିବା, ଶୌଚାଳୟରେ ସାବୁନ୍ ଓ ପାଣିର ବ୍ୟବସ୍ଥାକୁ ସୁନିଶ୍ଚିତ କରିବା, ଘୋଡଣି ଥିବା ଡଷ୍ଟବିନ୍ ଶ୍ରେଣୀଗୃହ ଏବଂ ଶୌଚାଳୟରେ ରଖିବା, ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀ ଏବଂ କର୍ମଚାରୀମାନେ ନିୟମିତଭାବେ ସ୍ୱାସ୍ଥ୍ୟ ପରୀକ୍ଷା କରାଇବା ଓ ସଂକ୍ରମଣ ସନ୍ଦେହ ହେଲେ ନିକଟସ୍ଥ ଡାକ୍ତରଖାନାରେ ପରୀକ୍ଷା କରାଇବାକୁ ପରାମର୍ଶ ଦିଆଯାଇଛି । ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଡି.ଏମ୍‌.ଇ.ଟି ପ୍ରଫେସର ଡାକ୍ତର ସି.ବି.କେ ମହାନ୍ତି, ଡି.ପି.ଏଚ୍‌. ଡାକ୍ତର ଅଜିତ୍ କୁମାର ମହାନ୍ତି, ଡି.ଏଚ୍‌.ଏସ୍‌. ଡାକ୍ତର ବିଜୟ କୁମାର ମହାପାତ୍ର, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଡାକ୍ତର ନିହାର ରାୟ, ସୂଚନା ଓ ଲୋକ ସଂପର୍କ ବିଭାଗ ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ବରଦା ପ୍ରସନ୍ନ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version