No Result
View All Result
ଓଡ଼ିଶା ତାଜା ନ୍ୟୁଜ (୦୪ ଜୁନ ଶୁକ୍ରବାର ) ବାଙ୍କୀ :- ବାଙ୍କୀ ଉପଖଣ୍ଡର ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର , ସୁବର୍ଣ୍ଣପୁର ସ୍ୱାସ୍ଥ୍ୟ କେନ୍ଦ୍ର ଓ ଉପଖଣ୍ଡ ଚିକିତ୍ସାଲୟ ର ୨୮୧ ଜଣଙ୍କ ଠାରୁ ସ୍ୱାବ ସଂଗ୍ରହ କରାଯାଇଛି ସେଥିମଧ୍ୟରୁ ୩୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ୩୦୦ ଜଣଙ୍କୁ ଟିକାକରଣକରାଯାଇଛି। ବାଙ୍କୀ ଉପଖଣ୍ଡ ଚିିକିତ୍ସାଳୟରେ ୯୦ ଜଣଙ୍କ ଠାରୁ ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥିମଧ୍ୟରୁ୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସ୍ୱାସ୍ଥ୍ୟ କେନ୍ଦ୍ର ରେ୨୨ ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ କଟକ ପାଠ ଯାଇଛି। ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ୨୭ ଜଣଙ୍କର ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥିମଧ୍ୟରୁ୧ ଜଣ ଙ୍କ ରିପୋର୍ଟ ପଜେଟିଭ ଚିହ୍ନଟ ହୋଇଛନ୍ତି । ୪୪ ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହକରାଯାଇ ପରୀକ୍ଷା ନିମନ୍ତେ କଟକ ପଠାଯାଇଛି ।

ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ଉପସ୍ବାସ୍ଥ୍ୟ କେନ୍ଦ୍ର ରେ ୧୭ ଜଣଙ୍କର ଆର୍ଟିପିସିଆର ସ୍ୱାବ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠାଯାଇଛି ଓ୮୧ ଜଣଙ୍କର ଆଣ୍ଟିଜେନ୍ ସ୍ୱାବ୍ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।ସୁବର୍ଣ୍ଣପୁର ସ୍ୱାସ୍ଥ୍ୟକେନ୍ଦ୍ରଅଧିକାରୀ ଡାକ୍ତର ଅମରେଶ ସାହୁ ଙ୍କ ତତ୍ୱାବଧାନରେ ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ଆଜି୧୫୦ ଜଣଙ୍କୁ କଳାପଥର ଉପ ସ୍ୱାସ୍ଥ୍ୟ କେନ୍ଦ୍ରରେ ୧୫୦ ଜଣଙ୍କୁ କରୋନା ପ୍ରତିଷେଧକ ଟିକା ପ୍ରଦାନ କରାଯାଇଛି । (ରିପୋର୍ଟ/ଗୌତମ ମିଶ୍ର)
No Result
View All Result