No Result
View All Result
ଓଡ଼ିଶା ତାଜା ନ୍ୟୁଜ (୦୪ ଜୁନ ଶୁକ୍ରବାର ) ଭୁବନେଶ୍ୱର :- ଆଜି ରାଜ୍ୟ ସରକାର ପକ୍ଷରୁ କରୋନା ମହାମାରୀ ଭୟାବହତା ସମୟରେ ରାଜ୍ୟର ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷର ଦ୍ଵାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଛି । ତତ୍ ସହିତ ଦ୍ଵାଦଶ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ଦକ୍ଷତାର ମୂଲ୍ୟାୟନ ବିଶେଷଜ୍ଞମାନଙ୍କ ପରାମର୍ଶ କ୍ରମେ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ମୂଲ୍ୟାୟନ କରିବାପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ପ୍ରାଧାନ୍ୟ ଦେବା ସହ ଛାତ୍ରଛାତ୍ରୀ ଏବଂ ଅବିଭାବକମାନଙ୍କ ଦୃଢ଼ ମନୋବଳ ଓ ଧୈଯ୍ୟର ପ୍ରଶଂସା କରିଛନ୍ତି ।
ଏହି ଅବସରରେ ରାଜ୍ୟ ସରକାରଙ୍କ ଏହି ସମୋୟାଚିତ ନିଷ୍ପତ୍ତିକୁ ସ୍ଵାଗତ ଜଣାଇଛି ବିଜୁ ଛାତ୍ର ଜନତା ଦଳ । ତତ୍ ସହିତ ଏହି ସମୋୟାଚିତ ପଦକ୍ଷେପ ନିମନ୍ତେ ପ୍ରାୟ ସାଢେ଼ ତିନି ଲକ୍ଷ ଦ୍ଵାଦଶ ଶ୍ରେଣୀର ଛାତ୍ରଛାତ୍ରୀ ମାନେ ଉପକୃତ ହେବେ । ଏହି ପରିପ୍ରେକ୍ଷୀରେ ବିଜୁ ଛାତ୍ର ଜନତା ଦଳ ରାଜ୍ୟ ସଭାପତି ଶ୍ରୀ ଦେବୀ ରଞ୍ଜନ ତ୍ରିପାଠୀ କହିଛନ୍ତି ଯେ ରାଜ୍ୟ ସରକାର ଙ୍କ ଏହି ପଦକ୍ଷେପ ନିଶ୍ଚିତ ଭାବେ ସ୍ବାଗତଯୋଗ୍ୟ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ସଦାସର୍ବଦା ଛାତ୍ରଛାତ୍ରୀମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ପ୍ରାଧାନ୍ୟ ଦେଇଆସିଛନ୍ତି
ଯାହା ଏହି ନିଷ୍ପତ୍ତିରେ ପ୍ରତିଫଳିତ ହୋଇଛି । ଏଣୁ ନିଶ୍ଚିତ ଭାବେ ଏହି ପଦକ୍ଷେପ ଛାତ୍ରଛାତ୍ରୀମାନଙ୍କ ସହ ଅଭିଭାବକମାନଙ୍କୁ ଆଶ୍ୱସ୍ତି ପ୍ରଦାନ କରିବ । ଏଣୁ ରାଜ୍ୟ ସରକାରଙ୍କ ଏହି ସମୟାଚିତ ପଦକ୍ଷେପକୁ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ସ୍ଵାଗତ ଜଣାଇବା ସହ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଛାତ୍ରଛାତ୍ରୀମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପ୍ରତି ପ୍ରାଧାନ୍ୟ ଦେଇଥିବା ହେତୁ ଅଶେଷ ଅଶେଷ ଧନ୍ୟବାଦ୍ ଓ କୃତଜ୍ଞତା ଜ୍ଞାପନ କରୁଛୁ ।
No Result
View All Result