No Result
View All Result
ଓଡ଼ିଶା ତାଜା ନ୍ୟୁଜ (୦୬ ଜୁନ୍ ରବିବାର )ହିଞ୍ଜିଳିକାଟୁ :- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିବ୍ଳକ ଓ ପୋୖରାଞ୍ଚଳରେ ବହୁ ଉନ୍ନୟନ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି।ନିଜ ନିର୍ବାଚନ ମଣ୍ଡଳୀର ଜନସାଧାରଣଙ୍କ ସର୍ବନିମ୍ନ ମୌଳିକ ସୁବିଧା ସୁଯୋଗର ଆବଶ୍ୟକତା ଅନୁସାରେ ବିଭିନ୍ନ ବିଭାଗରେ ବହୁ ଉନ୍ନୟନ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଛି।ଲୋକଙ୍କ ଅଭାବ ଓ ଆବଶ୍ୟକତା ପୂରଣ କରିବା ଦିଗରେ ପ୍ରକଳ୍ପ ଗୁଡିକର କାର୍ଯ୍ୟକାରିତା, ଉପଯୋଗୀତା ଏବଂ ଅନ୍ୟାନ୍ୟ ସୁବିଧା ଓ ଅସୁବିଧା କଣ ରହିଛି ସେନେଇ ଜିଲ୍ଲାପାଳ ସମୀକ୍ଷା କରିଥିଲେ । ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବ୍ଲକ ଅଧ୍ୟକ୍ଷ ଏନ ରଘୁନାଥ ଓ ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି ପ୍ରତିନିଧି ଶରତ ଚନ୍ଦ୍ର ମହାପାତ୍ର ଯୋଗ ଦେଇଥିଲେ।ହିଞ୍ଜିଳି ପୌର ଓ ବ୍ଳକ ଅଞ୍ଚଳରେ ଚାଲିଥିବା ଉନ୍ନୟନ ପ୍ରକଳ୍ପର ବିଭାଗୀୟ ଅଧିକାରୀଙ୍କ ସହ ବିସ୍ତୃତ ଭାବରେ ଆଲୋଚନା କରିଥିଲେ। କେଉଁ କେଉଁ ସବୁ ଉନ୍ନୟନ ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଛି ଏବଂ କେଉଁ ସବୁ ପ୍ରକଳ୍ପ ନିର୍ମାଣାଧୀନ ରହିଛି ତାହା ଆଲୋଚନା କରିଥିଲେ।

କେଉଁ ସବୁ ପ୍ରକଳ୍ପ କାର୍ଯ୍ୟକାରୀ କରିବା ପାଇଁ ଅସୁବିଧା ସୃଷ୍ଟି ହେଉଛି ଏବଂ ଲୋକଙ୍କ ସୁବିଧା ପାଇଁ କେଉଁ ସବୁ ଉନ୍ନୟନ ପ୍ରକଳ୍ପର ଜରୁରୀ ଆବଶ୍ୟକତା ରହିଛି ସେ ସମ୍ପର୍କରେ ଜିଲ୍ଲାପାଳ ଲାଇନ ବିଭାଗର ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ।ସମୀକ୍ଷା ବୈଠକରେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ(ପ୍ରୋବେସନ)ମଧୁମିତା, ତହସିଲଦାର ପ୍ରଭାତ କୁମାର ପରିଡା, ବିଡ଼ିଓ ସୁବ୍ରତ କୁମାର ଜେନା, ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡଃ ମନୋରଞ୍ଜନ ସାହୁ, ଉପଖଣ୍ଡ ଚିକିତ୍ସାଳୟ ଅଧିକ୍ଷକ ଡାକ୍ତର ପ୍ରତିଭା ପାତ୍ର,ଡାକ୍ତର ଅନୀଲ କୁମାର ରଥ,ଡାକ୍ତର ଦୁର୍ଗା ପ୍ରସାଦ ପଣ୍ଡା,ଗୋଷ୍ଠୀ କୃଷି ଅଧିକାରୀ ବଳରାମ ସୁବୁଦ୍ଧି,ସହକାରୀ କୃଷି ଅଧିକାରୀ ଅମର ପ୍ରସାଦ ସାହୁ,ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀ ସରୋଜ କୁମାର ମିଶ୍ର,ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ଉମା ଚରଣ ପାଢ଼ୀ, ଜଳ ସମ୍ପଦ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ ସନ୍ତୋଷ କୁମାର ଚୌଧୁରୀ, ସହକାରୀ ଯନ୍ତ୍ରୀ ପରମାନନ୍ଦ ସାହୁ,ବିଦ୍ୟୁତ ବିଭାଗ ସହକାରୀ ଯନ୍ତ୍ରୀ ଇଂ ସତ୍ୟ ନାରାୟଣ ଦାଶ, ସିଡିପିଓ ଶୁଭଶ୍ରୀ ପାତ୍ର, ସହକାରୀ ଉଦ୍ୟାନ କୃଷି ଅଧିକାରୀ ଶୁଭ୍ରସ୍ମିତା ସାହୁ, ଯୋଗାଣ ନିରୀକ୍ଷକ ପୁରଞ୍ଜୟ ସାହୁ,ଜଳ ଯୋଗାଣ ବିଭାଗ କନିଷ୍ଠ ଯନ୍ତ୍ରୀ ରବୀନ୍ଦ୍ର ନାୟକ ଓ ଏବିଇଓ ପ୍ରମୁଖ ଉପସ୍ଥିତ ଥିଲେ। ( ରିପୋର୍ଟ:ଶୁସାନ୍ତ ପ୍ରଧାନ )
No Result
View All Result