ଓଡ଼ିଶା ତାଜା ନ୍ୟୁଜ୍ (୦୯ ଜୁନ ବୁଧବାର ) ବାଙ୍କୀ :- ବାଙ୍କୀ ଉପଖଣ୍ଡର ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ସୁବର୍ଣ୍ଣ ପୁର ସ୍ୱାସ୍ଥ୍ୟ କେନ୍ଦ୍ର ଓ ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟ ରୁ ୨୦୮ ଜଣଙ୍କ ଠାରୁ ସ୍ୱାବ ସଂଗ୍ରହ ୮ଜଣ କରୋନା ପଜିଟିଭ୍ ଚିହ୍ନଟ ୪୯୩ ଜଣଙ୍କୁ କରୋନା ପ୍ରତିଷେଧକ ଟିକା କରଣ କରାଯାଇଛି।ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟରେ ୫୯ଜଣଙ୍କର ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ ହୋଇ ପରୀକ୍ଷା କରାଯାଇ ଥିଲା ସେଥିମଧ୍ୟରୁ ୩ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୧୬ଜଣଙ୍କର ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠା ଯାଇଥିଲା । ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ୬୩ ଜଣଙ୍କ ଠାରୁ ଆଣ୍ଟିଜେନ ସ୍ୱାବ ସଂଗ୍ରହ ହୋଇ ପରୀକ୍ଷା କରାଯାଇ ଥିଲା ସେଥିମଧ୍ୟରୁ ୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୧୫ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠା ଯାଇଥିଲା ।

ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ଆଜି ୩୩ଜଣଙ୍କ ଠାରୁ ଆଣ୍ଟିଜେନ୍ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା ସେଥି ମଧ୍ୟରୁ ୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୨୨ଜଣଙ୍କ ଠାରୁ ଆର୍ଟିପିସିଆର ସ୍ୱାବ୍ ସଂଗ୍ରହ କରାଯାଇ କଟକ ପରୀକ୍ଷା ପାଇଁ ପଠା ଯାଇଥିଲା ।ବାଙ୍କୀ:ଆଜି ବାଙ୍କୀ ଉପଖଣ୍ଡ ଡମପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟରେ ୪୯୩ଜଣଙ୍କୁ କରୋନା ପ୍ରତିଷେଧକ ଟିକା ପ୍ରଦାନ କରାଯାଇଛି ।















