ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା ,ରଥଯାତ୍ରା ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ମହାପ୍ରଭୁଙ୍କ ନୀତିକାନ୍ତି ତଥା କୋଭିଡ ନିୟମ ପାଳନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ଵ ମହାପ୍ରଭୁଙ୍କ ଆଶୀର୍ବାଦ ଓ ସମସ୍ତଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ତାଜା ନ୍ୟୁଜ୍ (୦୮ ଜୁଲାଇ ଗୁରୁବାର ) ଭୁବନେଶ୍ୱର :- ଚଳିତ ବର୍ଷ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରାର ସୁପରିଚଳନା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ରଥଯାତ୍ରା ପ୍ରସ୍ତୁତି ବୈଠକରୁ ଏହା ଜଣା ଯାଇଛି । ଗତବର୍ଷ ସମସ୍ତଙ୍କ ସହଯୋଗରେ ରଥଯାତ୍ରା ସୁରୁଖୁରୁରେ ଅନୁଷ୍ଠିତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଦେଇ ଏବର୍ଷ ମଧ୍ୟ ଯେପରି ରଥଯାତ୍ରା ସୁଚାରୁ ରୂପେ ପାଳିତ ହେବ ଏବଂ ଭକ୍ତ ମାନେ ଘରେ ରହି ମହାପ୍ରଭୁଙ୍କ ଘୋଷଯାତ୍ରା ଦେଖିବେ ସେଥିପାଇଁ ମୁଖ୍ୟମନ୍ତ୍ରୀ ପୁରୀ ସହରବାସୀ, ସେବାୟତ ମାନଙ୍କର ସହଯୋଗ କାମନା କରିଥିଲେ।















