• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ଜିଲ୍ଲାର କୃଷି ଅଧିକାରୀଙ୍କ ସହିତ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀଙ୍କ ଆଲୋଚନା

Proprietor Abhimanyu Maharana by Proprietor Abhimanyu Maharana
April 6, 2020
in Uncategorized, ଓଡ଼ିଶା, ଦେଶ, ବାଣିଜ୍ୟ, ହୋମ୍
0
ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ଜିଲ୍ଲାର କୃଷି ଅଧିକାରୀଙ୍କ ସହିତ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀଙ୍କ ଆଲୋଚନା
Share on FacebookShare on TwitterWhatsapp

ଜିଲ୍ଲାପାଳମାନଙ୍କ ପରାମର୍ଶ କ୍ରମେ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡ଼ିଓର ଅବଲମ୍ବନ କରି କୃଷି କାର୍ଯ୍ୟ କରିବା ପାଇଁ ଜିଲ୍ଲା କୃଷି ଅଧିକାରୀମାନଙ୍କୁ ମନ୍ତ୍ରୀ ଡ. ସାହୁ ପରାମର୍ଶ ଦେଇଛନ୍ତି । କୃଷି କାର୍ଯ୍ୟ ଯେପରି ଠିକ୍‌ ସମୟରେ ହୋଇପାରିବ ସେଥି ନିମନ୍ତେ ଉଭୟ ସ୍ୱଳ୍ପ ମିଆଦି ଓ ଦୀର୍ଘ ମିଆଦି ଯୋଜନା ପ୍ରସ୍ତୁତ କରିବା ଉପରେ ମନ୍ତ୍ରୀ ଡ. ସାହୁ ଗୁରୁତ୍ୱ ଦେଇଛନ୍ତି ।

ଭୁବନେଶ୍ୱର, ରିପୋର୍ଟ (ଓଡିଶା ତାଜାନ୍ୟୁଜ୍ ) ଭୁବନେଶ୍ୱର କୃଷି ଓ କୃଷକ ସଶକ୍ତିକରଣ 6.4.2020 :– କରୋନା ଭୂତାଣୁ ସଂକ୍ରମଣ (କୋଭିଡ୍‌-୧୯)ର ମୁକାବିଲା କରିବା ଲାଗି ଓଡ଼ିଶା ସମେତ ସାରା ଦେଶରେ ଲକ୍‌ ଡାଉନ୍‌ (ତାଲାବନ୍ଦ) ଜାରି କରାଯାଇଛି । ଏହି କାରଣରୁ ରାଜ୍ୟରେ ସ୍ୱାଭାବିକ କୃଷି କାର୍ଯ୍ୟ ଯେପରି ବାଧାପ୍ରାପ୍ତ ନହୁଏ ସେଥିପାଇଁ ପଦକ୍ଷେପ ନେବା ପାଇଁ ଜିଲ୍ଲାସ୍ତରୀୟ କୃଷି ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସରକାରଙ୍କ ଦ୍ୱାରା ଧାର୍ଯ୍ୟ କରାଯାଇଥିବା ସାମାଜିକ ଦୂରତ୍ୱକୁ ରକ୍ଷା କରି କୃଷି କାର୍ଯ୍ୟ ଜାରି ରଖିବା ଓ ଖାଦ୍ୟଶସ୍ୟ ଅମଳ ଓ ବିକି୍ରବଟାକୁ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ଆଜି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ସମସ୍ତ ଜିଲ୍ଲାର ମୁଖ୍ୟ କୃଷି ଅଧିକାରୀ, ଉଦ୍ୟାନ କୃଷିର ଉପନିର୍ଦ୍ଦେଶକ, ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଏବଂ ନିୟନ୍ତ୍ରିତ ବଜାର କମିଟିର ସଂପାଦକମାନଙ୍କ ସହ ଆଲୋଚନା କରିଛନ୍ତି ।

ଏଥି ନିମନ୍ତେ ଜିଲ୍ଲାପାଳମାନଙ୍କ ପରାମର୍ଶ କ୍ରମେ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡ଼ିଓର ଅବଲମ୍ବନ କରି କୃଷି କାର୍ଯ୍ୟ କରିବା ପାଇଁ ଜିଲ୍ଲା କୃଷି ଅଧିକାରୀମାନଙ୍କୁ ମନ୍ତ୍ରୀ ଡ. ସାହୁ ପରାମର୍ଶ ଦେଇଛନ୍ତି । କୃଷି କାର୍ଯ୍ୟ ଯେପରି ଠିକ୍‌ ସମୟରେ ହୋଇପାରିବ ସେଥି ନିମନ୍ତେ ଉଭୟ ସ୍ୱଳ୍ପ ମିଆଦି ଓ ଦୀର୍ଘ ମିଆଦି ଯୋଜନା ପ୍ରସ୍ତୁତ କରିବା ଉପରେ ମନ୍ତ୍ରୀ ଡ. ସାହୁ ଗୁରୁତ୍ୱ ଦେଇଛନ୍ତି । ଖରିଫ୍‌ ଚାଷ ପାଇଁ ଧାନ ବିହନର ପ୍ରକି୍ରୟାକରଣ ଓ ପରୀକ୍ଷଣର ସଦ୍ୟତମ ସ୍ଥିତି ସଂପର୍କରେ ବୈଠକରେ ଆଲୋଚନା କରାଯାଇଥିଲା । ଖରିଫ୍‌ ନିମନ୍ତେ ଚାଷୀମାନେ ଯେପରି ସୁବିଧାରେ ବିହନ, ସାର ଓ କୀଟନାଶକ ପାଇପାରିବେ ସେଥି ନିମନ୍ତେ ଆଗୁଆ ପ୍ରସ୍ତୁତି କରିବା ପାଇଁ ମନ୍ତ୍ରୀ କହିଥିଲେ । ପର୍ଯ୍ୟାପ୍ତ ପରିମାଣର ଧାନ ବିହନ ଚାଷୀମାନଙ୍କ ପାଇଁ ବିହନ ବିକ୍ରୟ କେନ୍ଦ୍ରରେ ଉପଲବ୍ଧ କରାଇବା ସହିତ ଆବଶ୍ୟକ ସାର ଓ କୀଟନାଶକ ଔଷଧ ଆଦି ମହଜୁଦ ରଖିବା ଉପରେ ଗୁରୁତ୍ୱ ଦିଆଯାଇଥିଲା ।

ଏଥି ସହିତ ସମସ୍ତ କୃଷି ଯନ୍ତ୍ରପାତି ଯେପରି ସହଜରେ ଉପଲବ୍ଧ ହୋଇପାରିବ ସେଥି ନିମନ୍ତେ ଆଗୁଆ ପଦକ୍ଷେପ ନେବା ପାଇଁ କୁହାଯାଇଥିଲା । ରାଜ୍ୟର ବିଭିନ୍ନ ସ୍ଥାନରେ ଡାଲି, ତୈଳବୀଜ, କପା ଆଦି ରବି ଫସଲର ଅମଳ ସହିତ ଏହାର ସଂଗ୍ରହ ନିମନ୍ତେ ମଣ୍ଡି ଖୋଲିବା ନିମନ୍ତେ ସମସ୍ତ ପ୍ରକାର ବନ୍ଦୋବସ୍ତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା । କୃଷିଜାତ ଦ୍ରବ୍ୟ ବିଶେଷ କରି ପନିପରିବା ଯେପରି ଚାଷୀମାନେ ସହଜରେ ବିକି୍ର କରିପାରିବେ ସେଥି ନିମନ୍ତେ ବଜାର ସୁବିଧା ଯୋଗାଇଦେବା ପାଇଁ କୁହାଯାଇଥିଲା । ଚାଷୀମାନଙ୍କ ଉତ୍ପାଦିତ ଦ୍ରବ୍ୟର ସିଧାସଳଖ ବିକି୍ର ସହିତ ଇ-ନାମ ପୋର୍ଟାଲ ଜରିଆରେ ବିକି୍ର ବ୍ୟବସ୍ଥା ଉପରେ ଗୁରୁତ୍ୱ ଦିଆଯାଇଥିଲା । ନିର୍ଦ୍ଧାରିତ ସ୍ଥାନଗୁଡ଼ିକରେ ପର୍ଯ୍ୟାପ୍ତ ପରିମାଣର ସାର ଯୋଗାଣ ଓ ଏହାର ପରିବହନକୁ ନିଶ୍ଚିତ କରିବା ପାଇଁ ମନ୍ତ୍ରୀ ଡ. ସାହୁ ନିର୍ଦ୍ଦେଶ ଦେଇଥିଲେ । ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ସମେତ ଅନ୍ୟାନ୍ୟ ଯୋଜନାରେ ଉଦ୍ୟାନ କୃଷି କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ଆଲୋଚନା କରାଯାଇଥିଲା । ଏଥି ସହିତ ଫାର୍ମପଣ୍ଡ ଯୋଜନାକୁ ତ୍ୱରାନ୍ୱିତ କରିବା ପାଇଁ ଗୁରୁତ୍ୱ ଦିଆଯାଇଥିଲା । ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ସୌରଭ ଗର୍ଗ, ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଡ. ଏମ୍‌. ମୁଥୁକୁମାର, ମୃର୍ତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ନିର୍ଦ୍ଦେଶକ ଶ୍ରୀ ହେମନ୍ତ କୁମାର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 8, 2026
ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

March 8, 2026
ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

March 8, 2026
ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 8, 2026
ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version