• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କୃଷି ଓ ସମବାୟ ବିଭାଗର ମନ୍ତ୍ରୀ ସ୍ତରୀୟ ଯୁଗ୍ମ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
July 16, 2021
in ଓଡ଼ିଶା, ମହାନଗର, ହୋମ୍
0
କୃଷି ଓ ସମବାୟ ବିଭାଗର ମନ୍ତ୍ରୀ ସ୍ତରୀୟ ଯୁଗ୍ମ ବୈଠକ
Share on FacebookShare on TwitterWhatsapp

1. ନିୟମିତ ଭାବେ ପ୍ରତିମାସରେ ଉଭୟ ବିଭାଗର ବରିଷ୍ଠ ଅଧିକାରୀ ସ୍ତରରେ ମିଳିତ ବୈଠକ ଉପରେ ଗୁରୁତ୍ୱ

2. ତ୍ୱରିତ ସମାଧାନ ପାଇଁ ଜିଲ୍ଲା ଓ ବ୍ଲକ୍‌ ସ୍ତରରେ ନିୟମିତ ଯୁଗ୍ମ ବୈଠକ ଉପରେ ଗୁରୁତ୍ୱ

3. ଖରିଫ ଧାନ ସଂଗ୍ରହ ନମନ୍ତେ ନିର୍ଭୁଲ ନାମ ପଂଜୀକରଣ ଦିଗରେ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି ଓ ସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରାଯିବ

4. ପ୍ୟାକ୍ସରେ ଠିକ୍‌ ସମୟରେ ବିହନ ଓ ସାର ଯୋଗାଣ ଦିଗରେ ପଦକ୍ଷେପ

5. କୃଷି କାର୍ଯ୍ୟରେ ବୈଷୟିକ ଜ୍ଞାନକୌଶଳର ବହୁଳ ବ୍ୟବହାର ଉପରେ ଗୁରୁତ୍ୱ

6. ଯୁଗ୍ମ ଦେୟ ଗୋଷ୍ଠୀ ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଉପରେ ଗୁରୁତ୍ୱ

ଓଡ଼ିଶା ତାଜା ନ୍ୟୁଜ (୧୬ ଜୁଲାଇ ଶୁକ୍ରବାର) ଭୁବନେଶ୍ୱର :- କୃଷି ଓ କୃଷକର ଉନ୍ନତି ନିମନ୍ତେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ସମବାୟ ବିଭାଗ ମହତ୍ତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଥିବା ପରିପ୍ରେକ୍ଷୀରେ ଦୁଇ ବିଭାଗ ମଧ୍ୟରେ ଏକାଭିମୁଖିତା ଉପରେ ଗୁରୁତ୍ୱ ଦିଆଯାଇଛି । ରାଜ୍ୟ ସ୍ତରରେ ନିୟମିତ ଭାବେ ପ୍ରତି ମାସରେ ଉଭୟ ବିଭାଗର ବରିଷ୍ଠ ଅଧିକାରୀ ସ୍ତରୀୟ ବୈଠକ ଆୟୋଜନ କରିବା ସହିତ ଜିଲ୍ଲା ଓ ବ୍ଲକ୍‌ ସ୍ତରରେ ନିୟମିିତ ବୈଠକ କରି ଚାଷୀଙ୍କ ସମସ୍ୟା ତୁରନ୍ତ ସମାଧାନ କରିବା ଦିଗରେ ପଦକ୍ଷେପ ନେବା ପାଇଁ କୁହାଯାଇଛି ।

ଆଜି କୃଷି ଭବନଠାରେ ଆୟୋଜିତ ଯୁଗ୍ମ ବୈଠକରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଯୋଗଦେଇ ଚଳିତ ଖରିଫରେ ବିଭାଗ ଦ୍ୱୟ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ବିଶଦ ଭାବରେ ଆଲୋଚନା କରିବା ଅବସରରେ ସମସ୍ୟାର ସମାଧାନ ଦିଗରେ ତୁରନ୍ତ ପଦକ୍ଷେପ ନେବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଓଡ଼ିଶାରେ କୃଷି କାର୍ଯ୍ୟ ପାଇଁ ଅଧିକାଂଶ ଚାଷୀ ସମବାୟ ସଂସ୍ଥା ଉପରେ ନିର୍ଭର କରିଥାନ୍ତି । ଫସଲ ଋଣଠାରୁ ଆରମ୍ଭ କରି ବିହନ, ସାର ଆଦି ସମବାୟ ବିଭାଗ ଅଧୀନସ୍ଥ ସୋସାଇଟି ମାଧ୍ୟମରେ ଯୋଗାଇ ଦେଇଥାଏ । ଚଳିତ ବର୍ଷ ଧାର୍ଯ୍ୟ ଲକ୍ଷ୍ୟ ୯୦୦୦ କୋଟି ଟଙ୍କାର ଫସଲ ଋଣ ମଧ୍ୟରୁ ଅଦ୍ୟାବଧି ୧୨ ଲକ୍ଷ ୭୬ ହଜାର ୪୪୫ ଜଣ ଚାଷୀଙ୍କୁ ୫ ହଜାର ୮୦୨ କୋଟି ଟଙ୍କା ଋଣ ବାବଦରେ ଯୋଗାଇ ଦିଆଯାଇଛି ।

ଫସଲ ଋଣ ପ୍ରଦାନ ଦିଗରେ ଯୁଗ୍ମ ଦେୟ ଗୋଷ୍ଠୀ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ, କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଅଗ୍ରାଧିକାର ଦେବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ଋଣ ପ୍ରଦାନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରି ଧାର୍ଯ୍ୟ ଲକ୍ଷ୍ୟ ପୂରଣ କରିବା ପାଇଁ ସମବାୟ ମନ୍ତ୍ରୀ ଶ୍ରୀ ସ୍ୱାଇଁ ନିର୍ଦ୍ଦେଶ ଦେଇଥିଲେ । ଚାଷ କାର୍ଯ୍ୟ, ଫସଲ ଅମଳ ଓ ଫସଲର ବିକି୍ରବଟା ସହିତ ସମବାୟ ବିଭାଗ ଚାଷୀମାନଙ୍କ ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଏହି ପରିପ୍ରେକ୍ଷୀରେ ଚାଷୀମାନଙ୍କର ଆବଶ୍ୟକତାକୁ ପୂରଣ କରିବା ଦିଗରେ ଉଭୟ କୃଷି ଓ ସମବାୟ ବିଭାଗ ସର୍ବଦା ମିଳିତ ପ୍ରୟାସ କରିବା ଉପରେ ସମବାୟ ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି । କୃଷି କାର୍ଯ୍ୟରେ ବୈଷୟିକ ଜ୍ଞାନକୌଶଳ ଓ ଯନ୍ତ୍ରପାତିର ବହୁଳ ବ୍ୟବହାର ଉପରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଗୁରୁତ୍ୱାରୋପ କରିଥିଲେ ା

ଚଳିତ ଖରିଫରେ ଓଡ଼ିଶା ରାଜ୍ୟ ବିହନ ନିଗମ ପକ୍ଷରୁ ଚାଷୀମାନଙ୍କୁ ଅଦ୍ୟାବଧି ୩ ଲକ୍ଷ ୬୦ ହଜାର କ୍ୱିଣ୍ଟାଲ ବିହନ ଯୋଗାଇ ଦିଆଯାଉଛି । ଆଉ ୧ ଲକ୍ଷ କ୍ୱିଣ୍ଟାଲ ବିହନକୁ ପ୍ୟାକ୍ସଗୁଡ଼ିକୁ ତୁରନ୍ତ ପ୍ରେରଣ କରିବା ପାଇଁ କୃଷି ମନ୍ତ୍ରୀ ଡ. ସାହୁ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଚାଷୀମାନଙ୍କୁ ଠିକ୍‌ ସମୟରେ ପର୍ଯ୍ୟାପ୍ତ ସାର ଯୋଗାଇଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । କୋଭିଡ୍‌-୧୯ ପରିସ୍ଥିତିରେ ଚାଷୀ ଚାଷକାର୍ଯ୍ୟ ଅବ୍ୟାହତ ରଖି ଅଧିକ ପରିମାଣରେ ଧାନ ଉତ୍ପାଦନ କରି ଜନସାଧାରଣଙ୍କ ଖାଦ୍ୟ ନିରାପତ୍ତାକୁ ସୁନିଶ୍ଚିତ କରିପାରିଛି । ରାଜ୍ୟ ସରକାର ସର୍ବନିମ୍ନ ସହାୟକ ମୂଲ୍ୟରେ ପଂଜୀକୃତ ଚାଷୀମାନଙ୍କଠାରୁ ଖରିଫ ବିପଣନ ଋତୁ ୨୦୨୦-୨୧ରେ ରେକର୍ଡ ପରିମାଣର ଧାନ ସଂଗ୍ରହ କରି ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ଅର୍ଥ ପ୍ରେରଣ କରିଛି ।

ଚଳିତ ଜୁଲାଇ ୧୫ ତାରିଖଠାରୁ ଖରିଫ ଧାନ ସଂଗ୍ରହ ନିମନ୍ତେ ଚାଷୀମାନଙ୍କ ଅନ୍‌ଲାଇନ୍‌ ମାଧ୍ୟମରେ ନାମ ପଂଜୀକରଣ କାର୍ଯ୍ୟ ଆରମ୍ଭ ହୋଇଛି । ଅଧିକରୁ ଅଧିକ ଚାଷୀ ଯେପରି ସେମାନଙ୍କର ନାମ ପଂଜୀକରଣ କରିପାରିବେ ସେଥି ନିମନ୍ତେ ଗ୍ରାମାଞ୍ଚଳରେ ବ୍ୟାପକ ପ୍ରଚାରର ଆବଶ୍ୟକତା ରହିଛି । ନିର୍ଭୁଲ ଚାଷୀ ପଂଜୀକରଣ ପ୍ରସ୍ତୁତ ନିମନ୍ତେ ଯାଞ୍ଚ କାର୍ଯ୍ୟରେ ଅତ୍ୟାଧୁନିକ ଜ୍ଞାନକୌଶଳର ପ୍ରୟୋଗ ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା । ଏଥି ସହିତ ଫସଲର ବିବିଧିକରଣ କରି ଅଣଧାନ ଚାଷରେ ଚାଷୀମାନେ ଯେପରି ଅଧିକ ଅର୍ଥ ଉପାର୍ଜନ କରିପାରିବେ ସେଥି ନିମନ୍ତେ ଆବଶ୍ୟକ ପଦକ୍ଷେପ ଦିଗରେ ବୈଠକରେ ଆଲୋଚନା ହୋଇଥିଲା ।

ସେହିପରି ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ଫସଲ ନଷ୍ଟ ହେଲେ ଚାଷୀ ଯେପରି ବୀମା କଂପାନୀଠାରୁ କ୍ଷତିପୂରଣ ଅର୍ଥ ପାଇପାରିବେ, ସେଥି ନିମନ୍ତେ ଅଧିକରୁ ଅଧିକ ଚାଷୀଙ୍କୁ ବୀମାଭୂକ୍ତ କରାଇବା ଉପରେ ଗୁରୁତ୍ୱ ଦିଆଯାଇଥିଲା । ବୈଠକରେ କୃଷି ଯାନ୍ତ୍ରିକୀକରଣ ଏବଂ ପ୍ୟାକ୍ସ/ଲ୍ୟାମ୍ପସ୍‌କୁ ୱାନ୍‌ ଷ୍ଟପ୍‌ ସପ୍‌, ଓଡ଼ିଶା ରାଜ୍ୟ କୃଷି ବିପଣନ ପରିଷଦ ଦ୍ୱାରା ଇ- ନାମ ମାଧ୍ୟମରେ କୃଷି ସାମଗ୍ରୀ ବିକି୍ରବଟା, ରାଜ୍ୟରେ ଶୀତଳ ଭଣ୍ଡାରର ସ୍ଥିତି ଆଦି ବିଷୟରେ ବିଶଦ ଭାବରେ ଆଲୋଚନା ହୋଇଥିଲା । ବୈଠକ ପ୍ରାରମ୍ଭରେ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଡ. ଏମ୍‌. ମୁଥୁକୁମାର କୃଷି ବିଭାଗ ପକ୍ଷରୁ ସମବାୟ ବିଭାଗ ମାଧ୍ୟମରେ କରାଯାଉଥିବା ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ତଥ୍ୟ ଉପସ୍ଥାପନ କରିଥିଲେ ।

ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ, ପଂଚାୟତ ସ୍ତରରେ ଏବଂ ବ୍ଲକ୍‌ ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହିତ ନିୟମିତ ବୈଠକ ଅନୁଷ୍ଠିତ ହେଉଥିବା କହିଥିଲେ । ବୈଠକରେ ଓଡ଼ିଶା ରାଜ୍ୟ କୃଷି ବିପଣନ ପରିଷଦର ସଦସ୍ୟ ସଚିବ, ଉଦ୍ୟାନ କୃଷି ନିର୍ଦ୍ଦେଶକ, ନିବନ୍ଧକ ସମବାୟ ସମିତି ସମୂହ, ସମବାୟ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ, ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ, ମାର୍କଫେଡ୍‌ର ପରିଚାଳନା ନିର୍ଦ୍ଦେଶକ, ଓଡ଼ିଶା ରାଜ୍ୟ ବିହନ ନିଗମର ପରିଚାଳନା ନିର୍ଦ୍ଦେଶକ, ଓଡ଼ିଶା କୃଷି-ଶିଳ୍ପ ନିଗମର ପରିଚାଳନା ନିର୍ଦ୍ଦେଶକ, ଆପିକଲର ପରିଚାଳନା ନିର୍ଦ୍ଦେଶକ, ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟିର ରାଜ୍ୟ ସଂଯୋଜକଙ୍କ ସମେତ ଦୁଇ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
AM/NS India Leads Capability Building with BITS Pilani, Celebrates Graduation of First MBA Batch in Manufacturing Management

AM/NS India Leads Capability Building with BITS Pilani, Celebrates Graduation of First MBA Batch in Manufacturing Management

June 11, 2026
AM/NS India and IIT Roorkee Sign Strategic MoU to Advance Education, Research and Innovation in Manufacturing and Steel Technologies

AM/NS India and IIT Roorkee Sign Strategic MoU to Advance Education, Research and Innovation in Manufacturing and Steel Technologies

June 11, 2026
ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

June 11, 2026
ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

How communities in Odisha and Andhra Pradesh are showing the way on Landscape Restoration

June 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

AM/NS India Leads Capability Building with BITS Pilani, Celebrates Graduation of First MBA Batch in Manufacturing Management

AM/NS India Leads Capability Building with BITS Pilani, Celebrates Graduation of First MBA Batch in Manufacturing Management

June 11, 2026
AM/NS India and IIT Roorkee Sign Strategic MoU to Advance Education, Research and Innovation in Manufacturing and Steel Technologies

AM/NS India and IIT Roorkee Sign Strategic MoU to Advance Education, Research and Innovation in Manufacturing and Steel Technologies

June 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version