• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚାଷୀକୁ ମିଳିଲା ସୁବର୍ଣ୍ଣରେଖା ପାଣି : ମୟୁରଭଂଜର ୫ଟି ବ୍ଲକ୍ର ୯୪ଟି ଗାଁର ୧୫୩୫୯ ହେକ୍ଟର ଜମିକୁ ଗଲା ପାଣି ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
July 19, 2021
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ଚାଷୀକୁ ମିଳିଲା ସୁବର୍ଣ୍ଣରେଖା ପାଣି : ମୟୁରଭଂଜର ୫ଟି ବ୍ଲକ୍ର ୯୪ଟି ଗାଁର ୧୫୩୫୯ ହେକ୍ଟର ଜମିକୁ ଗଲା ପାଣି ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ଆଗାମୀ ୨ -୩ ବର୍ଷ ମଧ୍ୟରେ ରାଜ୍ୟରେ ୧୫ ଟି ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ ହେବ, ମୋ ପାଇଁ ମୟୂରଭଞ୍ଜ ଜିଲ୍ଲା ସ୍ଵତନ୍ତ୍ର ଗୁରୁତ୍ଵ ବହନ କରେ – ମୁଖ୍ୟମନ୍ତ୍ରୀ

ସବୁ ଘରକୁ ପାଇପ ପାଣି ଯୋଗାଇବାରେ ଦେଶର ଅଳ୍ପ କେତେକ
ଜିଲ୍ଲା ମଧ୍ୟରୁ ମୟୂରଭଞ୍ଜ ହେବ ଅନ୍ଯତମ, ପାଇପ ପାଣି ପ୍ରକଳ୍ପ ପାଇଁ ୭୬୮ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି
 
ଓଡ଼ିଶା ତାଜା ନ୍ୟୁଜ (୧୯ ଜୁଲାଇ ସୋମବାର) ମୟୂରଭଞ୍ଜ :- ଆଜି ମୟୂରଭଞ୍ଜ ଜିଲ୍ଲାର ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର କେନାଲ ସିଷ୍ଟମରୁ ୧୫,୩୫୯ ହେକ୍ଟର ଚାଷ ଜମିକୁ ପାଣି ଛଡା ଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି । ଏହାଦ୍ଵାରା ମୟୂରଭଞ୍ଜ ଜିଲ୍ଲାର ବାରିପଦା, ବେତନଟୀ, ମୋରଡା, ଶୂଳିଆପଦା ଓ ରାସଗୋବିନ୍ଦପୁର ବ୍ଲକର ୯୪ଟି ଗ୍ରାମର ଚାଷ ଜମିକୁ ଜଳସେଚନର ସୁବିଧା ମିଳିଲା ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଆଜି ମୟୂରଭଞ୍ଜ ଜିଲ୍ଲା ଓ ସାରା ଓଡିଶା ପାଇଁ ଏକ ଆନନ୍ଦର ଦିନ । ଏହା ଦ୍ଵାରା ମୟୂରଭଞ୍ଜରେ ଜମିରେ ସୁନାର ଫସଲ ଫଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଦ୍ଵାରା ମୟୂରଭଞ୍ଜ ଓ ବାଲେଶ୍ଵରର ୧.୦୯ ଲକ୍ଷ ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୟୂରଭଞ୍ଜ ତାଙ୍କ ପାଇଁ ସ୍ଵତନ୍ତ୍ର ଗୁରୁତ୍ଵ ବହନ କରେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୟୂରଭଞ୍ଜରେ ସ୍ୱାସ୍ଥ୍ୟସେବାର ବିକାଶ ହେଉ ବା ମିଶନଶକ୍ତି କାର୍ଯ୍ୟର ସଫଳ ରୂପାୟନ ହେଉ ବା ଜନଜାତି ମାନଙ୍କର ବିକାଶ ସବୁ କ୍ଷେତ୍ରରେ ମୟୂରଭଞ୍ଜ ଆଜି ଉନ୍ନତି କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସବୁ ଘରକୁ ସବୁ ପରିବାରକୁ ପାଇପ ପାଣି ଯୋଗାଇବାରେ ଦେଶର ଅଳ୍ପ କେତେକ ଜିଲ୍ଲା ମଧ୍ୟରୁ ମୟୂରଭଞ୍ଜ ଦେଶର ପ୍ରଥମ ଜିଲ୍ଲା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମୟୂରଭଞ୍ଜରେ ପାଇପ ପାଣି ପ୍ରକଳ୍ପ ପାଇଁ ୭୬୮ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି ବୋଲି ସେ ସୂଚନା ଦେଇଥିଲେ ।

ଜଳସେଚସନ ରାଜ୍ୟ ସରକାରଙ୍କର ଏକ ପ୍ରଥମିକତା କ୍ଷେତ୍ର ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ଖରିଫ ଋତୁ ରୁ ଦେଓ ଜଳସେଚନ ପ୍ରକଳ୍ପରୁ ୧୦ ହଜାର ହେକ୍ଟର ଜମିକୁ ପାଣି ଯୋଗାଇ ଦିଆଯିବ । ଆଗାମୀ ୨-୩ ବର୍ଷ ମଧ୍ୟରେ ପ୍ରାୟ ୧୫ ଟି ଜଳସେଚନ ପ୍ରକଳ୍ପ ସଂପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଜଳ ଏକ ଅମୂଲ୍ୟ ସମ୍ପଦ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହାକୁ ନଷ୍ଟ ନ କରି ଠିକ ଭାବେ ବିନିଯୋଗ କରିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ସରକାର ସବୁବେଳେ ଚାଷୀଙ୍କ ସାଥିରେ ଅଛି ଓ ସେମାନଙ୍କ ଉନ୍ନତି ପାଇଁ କାମ କରୁଛି । କାଳିଆ ଯୋଜନାରେ ୬୭ ଲକ୍ଷ ଚାଷୀ ପରିବାର ଉପକାର ପାଉଛନ୍ତି ବୋଲି ପ୍ରକାଶ କରି ସେ କହିଥିଲେ ଯେ ସରକାରଙ୍କ ବିଭିନ୍ନ କୃଷିକଲ୍ୟାଣ କାର୍ଯ୍ୟକ୍ରମ ଯୋଗୁ ଚାଷୀ ଆଜି ସମ୍ମାନର ସହ ବଞ୍ଚି ପାରୁଛି। ଚାଷୀକୁ ତାର ହକ ଦେବା ଆମର ଲକ୍ଷ ଏବଂ ଚାଷୀର ହକ ମିଳିଲା ପର୍ଯ୍ୟନ୍ତ ଆମର ଲଢେଇ ଜାରି ରହିବ ବୋଲି ସେ ଦୃଢୋକ୍ତି ପ୍ରକାଶ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ପଞ୍ଚାୟତିରାଜ ଓ ପାନୀୟ ଜଳ , ଆଇନ , ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା କହିଥିଲେ ଯେ ମୟୂରଭଞ୍ଜର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଅନେକ ପଦକ୍ଷେପ ନେଉଛନ୍ତି । ଆଜିର ପ୍ରକଳ୍ପ ଦ୍ଵାରା ୨୦୨୪ ଜାନୁଆରୀ ସୁଧା ଜିଲ୍ଲାର ୭୦ ହଜାର ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିପାରିବ ବୋଲି ସେ କହିଥିଲେ । ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ ରାଜ୍ୟରେ ଜଳସେଚନ ପାଇଁ ବିଭାଗ ର ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ମୟୂରଭଞ୍ଜ  ଜିଲ୍ଲାପାଳ ସ୍ଵାଗତ ଭାଷଣ ଦେଇଥିଲେ ଏବଂ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ମୁଖ୍ୟ ଯନ୍ତ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର , ଉନ୍ନୟନ କମିଶନର ଶ୍ରୀ ପି କେ ଜେନା ଏବଂ ଜଳସଂପଦ ବିଭାଗ ପ୍ରମୁଖ ସଚିବ ଶ୍ରୀମତୀ ଅନୁ ଗର୍ଗ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

April 25, 2026

ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

Odisha to Host 2026–27 Junior & Senior Artistic Gymnastics National Championships

April 25, 2026
ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

April 24, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

April 25, 2026
ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version