• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁ ଦୁଇଟି ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି

Proprietor Abhimanyu Maharana by Proprietor Abhimanyu Maharana
July 30, 2021
in ଓଡ଼ିଶା, ମହାନଗର, ମାଲକାନଗିରି, ହୋମ୍
0
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁ ଦୁଇଟି ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୯ ଜୁଲାଇ ଗୁରୁବାର )ଭୁବନେଶ୍ୱର :- ଓଡିଶାର ସବୁ ଜିଲ୍ଲାରେ ଗୋଟିଏ ଦେଶ, ଗୋଟିଏ ରେସନ କାର୍ଯ୍ୟକ୍ରମ ଆରମ୍ଭ ହେଲା । ଏହାଦ୍ବାରା ରାଜ୍ୟ ବାହାରର ଲୋକ ଓଡିଶାରେ ଓ ଓଡିଶାର ଲୋକ ରାଜ୍ୟ ବାହାରେ ତାଙ୍କ ପସନ୍ଦର ଦୋକାନରୁ ରେସନ ପାଇପାରିବେ। ରାଜ୍ୟର ୧୦,୫୭୮ ସୁଲଭ ମୂଲ୍ୟ ଦୋକାନରେ ହିତାଧିକାରୀମାନେ ଏହି ସୁବିଧା ପାଇବେ। ଏହାସହିତ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ପାଇଲଟ୍‌ ପ୍ରକଳ୍ପ ଭାବରେ ମାଲକାନଗିରି ଜିଲ୍ଲାରେ ଭିଟାମିନଯୁକ୍ତ ଚାଉଳ ପ୍ରଦାନ କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ କରାଗଲା ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଲେ, ‘ସ୍ବାଭିମାନର ସହ ବଞ୍ଚିବା ସମସ୍ତଙ୍କର ଅଧିକାର ଓ ଗରିବ ଲୋକଙ୍କୁ ଏହି ଅଧିକାରରୁ କେହି ବଞ୍ଚିତ କରିପାରିବ ନାହିଁ । ଆମର ବିଭିନ୍ନ କାର୍ଯ୍ୟକ୍ରମ ଜରିଆରେ ଏହି ଅଧିକାରକୁ ଆମେ ସବୁବେଳେ ସମ୍ମାନ ଜଣାଇଆସିଛୁ । ଗରିବ ଲୋକଙ୍କ କଲ୍ୟାଣ ପାଇଁ ଆମର ଉଦ୍ୟମ ଜାରି ରହିବ ।’ ଭିଟାମିନଯୁକ୍ତ ଚାଉଳରେ ଭିଟାମିନ ବି-୧୨ ଓ ଫୋଲିକ୍‌ ଏସିଡ ଥିବାରୁ ଏହା ଗରିବ ଲୋକମାନଙ୍କ ସହତି ବିଶେଷକରି ମହିଳା ଓ ବାଳିକା ମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ଦିଗରେ ବହୁତ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଖାଦ୍ୟ ସୁରକ୍ଷା ରାଜ୍ୟ ସରକାରଙ୍କ ସବୁଠାରୁ ବଡ କଲ୍ୟାଣ କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମ ଜରିଆରେ ରାଜ୍ୟର ୯୩ ଲକ୍ଷ ପରିବାର ଓ ସାଢେ ୩ କୋଟି ଲୋକ ଉପକାର ପାଉଛନ୍ତି। ୨୦୦୮ରେ ଆପଣଙ୍କ ରାଜ୍ୟ ସରକାର କେଜି ୨ ଟଙ୍କାରେ ଓ ୨୦୧୩ରୁ କେଜି ୧ ଟଙ୍କାରେ ଚାଉଳ ଯୋଗାଇ ଆସୁଛି । ଗରିବ ଲୋକଙ୍କ ଖାଦ୍ୟ ସୁରକ୍ଷା ପାଇଁ ତାଙ୍କର ଗୁରୁତ୍ବ ଉପରେ ଆଲୋକପାତ କରି ସେ କହିଲେ, ‘ମୁଁ ସବୁବେଳେ କହିଆସିଛି ଜଣେ ବି ଗରିବ ଲୋକ ଯେପରି ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ନ ହୁଏ, ତାହା ଆମର ଲକ୍ଷ୍ୟ ।’

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ କେଜି ୧ ଟଙ୍କାରେ ଚାଉଳ ମିଳିବ ଦ୍ବାରା ଗରିବ ଲୋକଙ୍କର ଖାଦ୍ୟ ନିରାପତ୍ତା ମଜବୁତ ହୋଇଛି । ରାଜ୍ୟର ବିଭିନ୍ନ କଲ୍ୟାଣକାରୀ ଯୋଜନା ଉପରେ ଆଲୋକପାତ କରି ସେ କହିଥିଲେ ଯେ ଖାଦ୍ୟ ନିରାପତ୍ତା ସହିତ ରାଜ୍ୟ ସରକାର ମାଗଣାରେ ପିଲାମାନଙ୍କ ପାଇଁ ଶିକ୍ଷା ବ୍ୟବସ୍ଥା କରିଛନ୍ତି। ଜୋତା ଠାରୁ ଆରମ୍ଭ କରି ପୋଷାକ, ବହି, ସାଇକେଲ – ସବୁ ସରକାର ଯୋଗାଇ ଦେଉଛନ୍ତି। ସ୍ବାସ୍ଥ୍ୟ ସୁବିଧା ପାଇଁ ସବୁ ସରକାରୀ ଡାକ୍ତରଖାନାରେ ସମସ୍ତଙ୍କ ପାଇଁ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯାଉଛି । ତା ସହିତ ଗରିବ ଲୋକଙ୍କ ପାଇଁ ବିଭିନ୍ନ ରୋଜଗାର ଯୋଜନା ମଧ୍ୟ କାର୍ଯ୍ୟକାରୀ କରାଯାଉଛି । ମିଶନ ଶକ୍ତି କାର୍ଯ୍ୟକ୍ରମ ମଧ୍ୟ ଗରିବ ପରିବାରର ମା ମାନଙ୍କୁ ରୋଜଗାର ଦେଇଛି । ଚାଷଙ୍କ ପାଇଁ କାଳିଆ ଯୋଜନା ସାରା ଦେଶରେ ଆଦର ଲାଭ କରିଛି ବୋଲି ସେ କହିଥିଲେ।

କୋଭିଡ ମହାମାରୀ ସମୟରେ ଗରିବ ଲୋକଙ୍କ ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ ସଂପର୍କରେ ସେ ଗୁରୁତ୍ବ ଦେଇ ସେ କହିଲେ ଯେ କୋଭିଡ ମହାମାରୀ, ବହୁ ଲୋକ ବିଶେଷକରି, ଗରିବ ଲୋକଙ୍କର ରୋଜଗାର ଉପରେ ଗଭୀର ପ୍ରଭାବ ପକାଇଛି। ତେଣୁ ଗରିବ ଲୋକଙ୍କ ରୋଜଗାର ପାଇଁ – ଚାଷୀ, ମହିଳା, ଶ୍ରମିକ ମାନଙ୍କ ପାଇଁ – ରାଜ୍ୟ ସରକାର ୨୦୦୦ କୋଟି ଟଙ୍କାର ସହାୟତା ଦେଇଛନ୍ତି। ଆମର ଏହିସବୁ କାର୍ଯ୍ୟକ୍ରମ ଗରିବ ଲୋକର ସାମାଜିକ ସ୍ଥିତିରେ ଉନ୍ନତି ଆଣିଛି ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗରିବ ଲୋକଙ୍କ ପାଇଁ ଖାଦ୍ୟ ସୁରକ୍ଷା ପାଇଁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଆଲୋକପାତ କରିଥିଲେ । ଖାଦ୍ୟ ସୁରକ୍ଷାରେ ଓଡିଶା ଦେଶର ଏକ ଅଗ୍ରଣୀ ରାଜ୍ୟ ହୋଇପାରିଛି ବୋଲି ପ୍ରକାଶ କରି ଏ ଦିଗରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବକୁ ସେ ପ୍ରଶଂସା କରିଥିଲେ । ମାଲକାନଗିରିଠାରେ ଉପସ୍ଥିତ ରହି ରାଜ୍ୟ କ୍ରୀଡା ଓ ଯୁବସେବା ତଥା ଇଲକ୍ଟ୍ରୋନିକ୍ସ ଓ ଆଇଟି ବିଭାଗ ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା କହିଲେ ଯେ ଭିଟାମିନଯୁକ୍ତ ଚାଉଳ ମାଲକାନଗିରିର ଜନସାଧାରଣଙ୍କ ପୁଷ୍ଟି ସୁରକ୍ଷାରେ ସହାୟକ ହୋଇପାରିବ ।

ଗରିବ ଓ ଆଦିବାସୀମାନଙ୍କ କଲ୍ୟାଣପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିମୂଳକ ପଦକ୍ଷେପର ଉଚ୍ଚପ୍ରଶଂସା କରିଥିଲେ । ସେହିପରି ବ୍ରହ୍ମପୁର ଠାରେ ଜଂଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଉପରେ ଆଲୋକପାତ କରିବା ସହିତ ଗଞ୍ଜାମ ଜିଲ୍ଲାର ଉନ୍ନତି ପାଇଁ ନିଆଯାଉଥିବା ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ।

ଭୁବନେଶ୍ବରଠାରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସଂପନ୍ନ ନେତୃତ୍ବ ଯୋଗୁ ଓଡିଶା ଆଜି ଅନେକ କାର୍ଯ୍ୟକ୍ରମରେ ସାରା ଦେଶରେ ଅନ୍ୟ ରାଜ୍ୟ ମାନଙ୍କ ପାଇଁ ଆଦର୍ଶ ହୋଇପାରିଛି। ଓଡିଶାର ମୁଖ୍ୟମନ୍ତ୍ରୀ ଆଜି କରୁଛନ୍ତି, ସାରା ଦେଶ ତାକୁ ଗ୍ରହଣ କରୁଛି ବୋଲି ସେ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ଚିତ୍ରକୋଣ୍ଡା ବିଧାୟକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ବାକ, ବ୍ରହ୍ମପୁର ବିଧାୟକ ଶ୍ରୀ ବିକ୍ରମ କୁମାର ପଣ୍ଡା ଏବଂ ଭୁବନେଶ୍ବର କେନ୍ଦ୍ର ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା ପ୍ରମୁଖ ନିଜର ଅଭିଭାଷଣ ରଖିଥିଲେ। ସୂଚନାଯୋଗ୍ୟ ଯେ ପୂର୍ବରୁ ଭୁବନେଶ୍ବର ସହରରେ ପାଇଲଟ ପ୍ରୋଜେକ୍ଟ ଭାବରେ ୱାନ ନେସନ, ୱାନ ରେସନ ଯୋଜନା କାର୍ଯ୍ୟକାରୀ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ.ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ ।

ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗ ପ୍ରମୁଖ ସଚିବ ଶ୍ରୀ ଭି.ଭି ଯାଦବ ସ୍ବାଗତ ଭାଷଣ ଦେଇଥିଲେ ଏବଂ ବିଭାଗର ଅତିରିକ୍ତ ସଚିବ ଧନ୍ୟବାଦ ଅର୍ପଣ କରିଥିଲେ । ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର, କୃଷି ଉତ୍ପାଦନ କମିଶନର ଶ୍ରୀ ଆର୍‌. କେ. ଶର୍ମା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

April 25, 2026
ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

April 25, 2026

Recent News

Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

April 25, 2026
ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

April 25, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version