• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦୁଗ୍ଧ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ ସହାୟତା ୧ ଲକ୍ଷ ଚାଷୀ ପାଇଲେ ୧୧ କୋଟି ଟଙ୍କାର ସହାୟତା ରାଜ୍ୟ ସରକାର ଗରିବ ଲୋକଙ୍କ ସାଥିରେ ଅଛନ୍ତି – ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
August 6, 2021
in ଓଡ଼ିଶା, ବାଣିଜ୍ୟ, ମହାନଗର, ହୋମ୍
0
ଦୁଗ୍ଧ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ ସହାୟତା ୧ ଲକ୍ଷ ଚାଷୀ ପାଇଲେ ୧୧ କୋଟି ଟଙ୍କାର ସହାୟତା ରାଜ୍ୟ ସରକାର ଗରିବ ଲୋକଙ୍କ ସାଥିରେ ଅଛନ୍ତି – ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ରାଜ୍ୟର ଦୁଗ୍ଧ ଉତ୍ପାଦନ ୩ ଗୁଣ ବୃଦ୍ଧି ପାଇ ୨୪ ଲକ୍ଷ ମେଟ୍ରିକ ଟନ୍‌ରେ ପହଞ୍ଚିଛି ଦୁଗ୍‌ଧ ଚାଷ କରି ପିଲାଙ୍କୁ ଉଚ୍ଚଶିକ୍ଷା ଦେଇପାରିଛି – ହିତାଧିକାରୀ

ଓଡ଼ିଶା ତାଜା ନ୍ୟୁଜ (୫ ଅଗଷ୍ଟ ଗୁରୁବାର ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଦୁଗ୍‌ଧ ଚାଷୀ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି। ଏହାଦ୍ବାରା ଏକ ଲକ୍ଷ ଦୁଗ୍‌ଧ ଚାଷୀ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ପାଇଛନ୍ତି। ସମୁଦାୟ ୧୧ କୋଟି ଟଙ୍କାର ସହାୟତା ଦିଆଯାଇଛି। ସୂଚନାଯୋଗ୍ୟ ଯେ ଓମ୍‌ଫେଡ ଜରିଆରେ ରାଜ୍ୟର ୩୭୦୦ ଦୁଗ୍ଧ ଉତ୍ପାଦନ ସମବାୟ ସମିତି ଏବଂ ୨.୬୩ ଲକ୍ଷ ଦୁଗ୍ଧ ଚାଷୀ ଏହା ଜରିଆରେ ଦୁଗ୍‌ଧ ଉତ୍ପାଦନ କରୁଛନ୍ତି । ଏଥିରେ ୧୨୯୨ଟି ମହିଳା ସମବାୟ ସମିତି ରହିଛି ଏବଂ ୧ ଲକ୍ଷ ୫ ହଜାର ମହିଳା ଚାଷୀ ମଧ୍ୟ ଦୁଗ୍‌ଧ ଉତ୍ପାଦନରେ ଯୋଗଦାନ ରଖିଛନ୍ତି ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପ୍ରଥମେ ଅଲମ୍ପିକ୍‌ରେ ଭାରତର ସଫଳତା ପାଇଁ ଭାରତୀୟ ଟିମ୍‌କୁ ଅଭିନନ୍ଦନ ଜଣାଇ କହିଲେ ଯେ ଭାରତୀୟ ହକୀ ଦଳର ଅନନ୍ୟ ସଫଳତା ପାଇଁ ଆମେ ସମସ୍ତେ ଗର୍ବିତ। ମୁଖ୍ୟମନ୍ତ୍ରୀ କହିଲେ ଯେ ରାଜ୍ୟ ସରକାର ସବୁବେଳେ ଗରିବ ଲୋକଙ୍କ ସାଥିରେ ଅଛନ୍ତି ଓ ସେମାନଙ୍କ ସ୍ବାର୍ଥର ସୁରକ୍ଷା ପାଇଁ କାମ କରୁଛନ୍ତି। ଗରିବ ଲୋକଙ୍କ ଉପରେ କୋଭିଡ ମହାମାରୀର ପ୍ରଭାବ କମ୍ କରିବା ପାଇଁ ରାଜ୍ୟ ସରକାର ଛୋଟ ଦୋକାନୀ, ଛୋଟ ଚାଷୀ, ମିଶନ ଶକ୍ତିର ମା – ସମସ୍ତଙ୍କ ଆକାଉଣ୍ଟରେ ୨୦୦୦ କୋଟିରୁ ଅଧିକ ଟଙ୍କା ଜମା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଛୋଟ ଚାଷୀଙ୍କ ରୋଜଗାରରେ ଗୋପାଳନର ଅବଦାନ ବିଷୟ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ସେମାନଙ୍କ ରୋଜଗାର ବଢାଇବା ସହିତ ଗ୍ରାମ ଅର୍ଥନୀତିକୁ ମଧ୍ୟ ଚଳଚଞ୍ଚଳ କରେ। ମା ମାନଙ୍କ ରୋଜଗାର ବଢାଇବା ସହିତ ସାଧାରଣ ଲୋକଙ୍କ ବିଶେଷକରି ପିଲାମାନଙ୍କ ପୁଷ୍ଟି ସାଧନରେ ଦୁଗ୍‌ଧର ବହୁତ ବଡ ଭୂମିକା ରହିଛି ବୋଲି ସେ କହିଥିଲେ। ତେଣୁ ଦୁଗ୍‌ଧ ଉତ୍ପାଦନରେ ଅଭିବୃଦ୍ଧି ଆଣି ରାଜ୍ୟର ପୁଷ୍ଟି ସ୍ତରକୁ (Nutrition Level) ଆହୁରି ଉନ୍ନତି ଆଣିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ପରିଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେ ଦୁଗ୍ଧ ଚାଷୀଙ୍କ ପାଇଁ ରାଜ୍ୟ ସରକାର ଅନେକ ଯୋଜନା କରି ରିହାତି ଯୋଗାଇ ଦେଉଛନ୍ତି।

ଚାଷୀମାନେ ଏହି ଯୋଜନାର ଉପଯୋଗ କରି ରାଜ୍ୟର ଦୁଗ୍‌ଧ ଉତ୍ପାଦନ ଲକ୍ଷ୍ୟ ପୂରଣରେ ସହଯୋଗ କରିବା ପାଇଁ ସେ ଅନୁରୋଧ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ଅରୁଣ ସାହୁ ରାଜ୍ୟରେ ଦୁଗ୍‌ଧ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସଂପର୍କରେ ଆଲୋକପାତ କରିଥିଲେ। ୫-ଟି ଓ ମୋ ସରକାର ରାଜ୍ୟ ପ୍ରଶାସନର ମୂଳମନ୍ତ୍ର ବୋଲି ପ୍ରକାଶ କରି ସେ କହିଲେ ଯେ ଏହାର ପ୍ରୟୋଗ ଦ୍ବାରା ରାଜ୍ୟ ପ୍ରାଣୀ ସଂପଦ କ୍ଷେତ୍ରରେ ପରିବର୍ତ୍ତନର ଧାରା ଆସିପାରିଛି । ହକିରେ ଭାରତର ବିଜୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ମଧ୍ୟ କୃତଜ୍ଞତା ପ୍ରକାଶ କରି ସେ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଅବଦାନ ଯୋଗୁ ଆଜି ଓଡିଶା ବିଭିନ୍ନ କ୍ଷେତ୍ରରେ ଗୌରବାନ୍ବିତ ହୋଇପାରିଛି ।

ବରଗଡ ବିଧାୟକ ଶ୍ରୀ ଦେବେଶ ଆଚାର୍ଯ୍ୟ, ନବରଂଗପୁର ବିଧାୟକ ଶ୍ରୀ ସଦାଶିବ ପ୍ରଧାନୀ ଓ ବଡମ୍ବା ବିଧାୟକ ଶ୍ରୀ ଦେବୀପ୍ରସାଦ ମିଶ୍ର ପ୍ରମୁଖ ସେମାନଙ୍କର ବକ୍ତବ୍ୟରେ ଚାଷୀ କଲ୍ୟାଣ ଯୋଜନା ଉପରେ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମରେ ବରଗଡ, ନବରଂଗପୁର ଓ କଟକର ୩ ଜଣ ଚାଷୀ ମୁଖ୍ୟମନ୍ତ୍ରୀଙ୍କ ସହିତ କଥା ହୋଇ ସ୍ବତନ୍ତ୍ର ସହାୟତା ପାଇଁ କୃତଜ୍ଞତା ପ୍ରକାଶ କରିଥିଲେ । ବରଗଡରୁ ଶ୍ରୀମତା ସତ୍ୟବତୀ ସାହୁ, ନବରଂଗପୁରରୁ ଶ୍ରୀ ଖୋକନ ବିଶ୍ବାସ ଓ କଟକରୁ ଶ୍ରୀମତୀ ବିଜୟଲକ୍ଷ୍ମୀ ସ୍ବାଇଁ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ରାଜ୍ୟ ସରକାର ସେମାନଙ୍କ ଦୁଗ୍‌ଧ ଚାଷ ପାଇଁ ଅନେକ ପ୍ରକାଶ ସହାୟତା ଦେଉଛନ୍ତି । ଗୋଖାଦ୍ୟ, ଔଷଧ, କ୍ୟାଲସିଅମ, ମିନେରେଲ ମିକ୍ସଚର ଆଦି ଅନେକ ସହାୟତା ମିଳୁଛି ।

ଦୁଗ୍‌ଧ ଚାଷ ଦ୍ବାରା ସେମାନଙ୍କ ଆର୍ଥିକ ଉନ୍ନତି ହେବା ସହିତ ସେମାନେ ପିଲାମାନଙ୍କୁ ଉଚ୍ଚ ଶିକ୍ଷା ଦେଇପାରିଛନ୍ତି ଏବଂ ଘର ଖଣ୍ଡେ ଖଣ୍ଡେ କରିପାରିଛନ୍ତି ବୋଲି କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ମତ୍ସ୍ୟ ଓ ପଶୁସଂପଦ ବିଭାଗର ସଚିବ ଶ୍ରୀ କେ. ରଘୁ ସ୍ବାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିଶନର ଶ୍ରୀ ଆର୍‌.କେ. ଶର୍ମା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

Aluminium Coal Mines Expands Assistive Support for People with Disabilities Across Jharsuguda and Sundargarh Districts

July 30, 2026

ରଣପୁର ପୋଲିସର ବଡ଼ ସଫଳତା : ୫.୫ ଗ୍ରାମ ବ୍ରାଉନ ସୁଗାର ଜବତ – ସ୍ୱପ୍ନେଶ୍ୱର ବେହେରା ଗିରଫ

ରଣପୁର ପୋଲିସର ବଡ଼ ସଫଳତା : ୫.୫ ଗ୍ରାମ ବ୍ରାଉନ ସୁଗାର ଜବତ – ସ୍ୱପ୍ନେଶ୍ୱର ବେହେରା ଗିରଫ

July 30, 2026
ଉତ୍କଳ ହସ୍ପିଟାଲରେ ବିଶ୍ୱ ହେପାଟାଇଟିସ୍ ଦିବସ ପାଳିତ : ଶୀଘ୍ର ଚିହ୍ନଟ ଓ ପ୍ରତିରୋଧ ଉପରେ ଗୁରୁତ୍ୱାରୋପ

ଉତ୍କଳ ହସ୍ପିଟାଲରେ ବିଶ୍ୱ ହେପାଟାଇଟିସ୍ ଦିବସ ପାଳିତ : ଶୀଘ୍ର ଚିହ୍ନଟ ଓ ପ୍ରତିରୋଧ ଉପରେ ଗୁରୁତ୍ୱାରୋପ

July 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

Aluminium Coal Mines Expands Assistive Support for People with Disabilities Across Jharsuguda and Sundargarh Districts

July 30, 2026
ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

July 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version