No Result
View All Result
ଓଡ଼ିଶା ତାଜା ନ୍ୟୁଜ (୯ ଅଗଷ୍ଟ ସୋମବାର ) ବରଗଡ଼ :- ବରଗଡ଼ ଜିଲ୍ଲା ସୋହେଲା ବ୍ଲକ ଅନ୍ତର୍ଗତ ପିଣିମୋରା ଗ୍ରାମ ର ଶତାୟୁ ସ୍ବାଧିନତା ସଂଗ୍ରାମୀ ଜିତେନ୍ଦ୍ରିୟ ପ୍ରଧାନ (୧୦୨) ଙ୍କୁ ଆଜି ଅଗଷ୍ଟ କ୍ରାନ୍ତି ଦିବସ ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ ଉପଢ଼ୌକନ ଦେଇ ସମର୍ଦ୍ଧିତ କରିଥିଲେ ।

ଏଠାରେ ସୂଚନାଯୋଗ୍ୟ ଯେ ୧୯୪୨ ମସିହା ଭାରତ ଛାଡ଼ ଆନ୍ଦୋଳନରେ ସାମିଲ ହୋଇ ଆଜି ର ଦିନ ରେ ଉକ୍ତ ଗ୍ରାମର ୩୨ ଜଣ ସ୍ବାଧୀନତା ସଂଗ୍ରାମୀ ଏକା ସଂଗ ରେ କାରାବରଣ କରିଥିଲେ । ଆଜି ଶତାୟୁ ସ୍ବାଧିନତା ସଂଗ୍ରାମୀ ଜିତେନ୍ଦ୍ରିୟ ପ୍ରଧାନ ଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ନୂଆ ଦିଲ୍ଲୀ ଠାରେ ସମର୍ଦ୍ଧିତ କରିବାର କାର୍ଯ୍ୟକ୍ରମ ଥିଲା କିନ୍ତୁ କରୋନା କଟକଣା ଯୋଗୁଁ ରାଷ୍ଟ୍ରପତି ଙ୍କ ତରଫରୁ ଜିଲ୍ଲା ପ୍ରଶାସନ ର ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ ତାଙ୍କୁ ସମ୍ବର୍ଦ୍ଧିତ କରିଥିଲେ। (ସତ୍ୟ ନାରାୟଣ ପ୍ରଧାନ)
No Result
View All Result