• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦିଗପହଣ୍ଡିରେ ତୁଳା ଜିନିଙ୍ଗ ମିଲ୍‌ ଓ ବସ୍‌ ଟର୍ମିନାଲ : ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
August 13, 2021
in ଓଡ଼ିଶା, ଗଞ୍ଜାମ, ମହାନଗର, ହୋମ୍
0
ଦିଗପହଣ୍ଡିରେ ତୁଳା ଜିନିଙ୍ଗ ମିଲ୍‌ ଓ ବସ୍‌ ଟର୍ମିନାଲ : ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୨ ଅଗଷ୍ଟ ଗୁରବାର ) ଦିଗପହଣ୍ଡି :- ଛୋଟ ଛୋଟ ସହରର ବିକାଶ ଉପରେ ଅଧିକ ଗୁରୁତ୍ବ ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଦିଗପହଣ୍ଡି ଠାରେ ଏକ Cotton Ginning & Pressing Mill ଏବଂ ଏକ ନୂଆ ବସ୍‌ ଟର୍ମିନାଲ ଉଦ୍‌ଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଛୋଟ ଛୋଟ ଟାଉନ୍‌ରେ ଲୋକଙ୍କ ରୋଜଗାର ବୃଦ୍ଧି ସହ ବିଭିନ୍ନ ନାଗରିକ ସୁବିଧାର ବିକାଶ ପାଇଁ ଆମେ କାମ କରୁଛୁ । ରାସ୍ତାଘାଟ, ଡ୍ରେନେଜ୍‌ ସୁବିଧା ସହିତ ପିଇବା ପାଣିର ସୁବିଧା ଉପରେ ଆମେ ଗୁରୁତ୍ବ ଦେଉଛୁ । ଦିଗପହଣ୍ଡିର ସବୁ ପରିବାରକୁ ପାଇପ ପାଣି ସଂଯୋଗ ଦିଆଯାଇଛି । ଆଜି ବସ୍‌ ଟର୍ମିନାଲ ମଧ୍ୟ ଉଦ୍‌ଘାଟିତ ହେଲା । ଏହିସବୁ ସୁବିଧା ଦିଗପହଣ୍ଡି ଜନସାଧାରଣଙ୍କ ଜୀବନଯାପନର ମାନରେ ଗୁଣାତ୍ମକ ଉନ୍ନତି ଆଣିବ ବୋଲି ସେ ଆଶା ପ୍ରକାଶ କରିଥିଲେ ।

ତୁଳା ଜିନିଙ୍ଗ ମିଲ୍‌ ରାଜ୍ୟର ସମବାୟ କ୍ଷେତ୍ରରେ ଏକ ନୂଆ ପଦକ୍ଷେପ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଆମର କପା ଚାଷୀ ମାନଙ୍କ ରୋଜଗାର ବୃଦ୍ଧିରେ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଏହାସହିତ ଅନ୍ୟ ଚାଷୀମାନଙ୍କୁ ମଧ୍ୟ ଫସଲର ବିବିଧକରଣ (crop diversification) ପାଇଁ ପ୍ରେରଣା ଦେବ। ଚାଷୀମାନଙ୍କ ରୋଜଗାର ବୃଦ୍ଧି ପାଇଁ ଆମର ଲକ୍ଷ୍ୟ ପୂରଣ କରିବାରେ ଏହା ବହୁତ ସହାୟକ ହେବ ବୋଲି ସେ କହିଥିଲେ।

ରାଜ୍ୟର କ୍ରିଡା ଭିତ୍ତିଭୂମି ଉପରେ ଆଲୋକପାତ କରି ସେ କହିଲେ ଯେ ନିକଟରେ ରାଜ୍ୟ ସରକାର କ୍ରୀଡା ଭିତ୍ତିଭୂମିର ବିକାଶ ପାଇଁ ନିଷ୍ପତ୍ତି କରିଛନ୍ତି । ଏଥିରେ ସାରା ରାଜ୍ୟରେ ୮୯ଟି Multipurpose Indoor Stadium ନିର୍ମାଣ କରାଯିବ। କ୍ରୀଡା ସହିତ ବାତ୍ୟା ଆଶ୍ରୟସ୍ଥଳ ଠାରୁ ଆରମ୍ଭ କରି ଡାକ୍ତରଖାନା ପରି ମଧ୍ୟ ଏହା କାମ କରିବ। ଦିଗପହଣ୍ଡିରେ ମଧ୍ୟ ଗୋଟିଏ Multipurpose Indoor Stadium କରିବା ପାଇଁ ନିଷ୍ପତ୍ତି ହୋଇଛି ବୋଲି ସେ କହିଥିଲେ। ଏହା ଆମର ପିଲାମାନଙ୍କର କ୍ରୀଡା ପ୍ରତିଭାକୁ ବିକଶିତ କରିବାରେ ବିଶେଷ ସହାୟକ ହେବ । ରାଜ୍ୟର କ୍ରୀଡା ବିକାଶରେ ଆଜି ଏକ ନୂଆ ଯୁଗ ଆରମ୍ଭ ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ କ୍ରୀଡା ହିଁ ଯୁବସମାଜର ଦକ୍ଷତା ଓ ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିଥାଏ। ନିକଟରେ ଭାରତୀୟ ହକି ଦଳ ଦୀର୍ଘ ୪୦ ବର୍ଷ ପରେ ଅଲମ୍ପିକ୍‌ରେ ମେଡାଲ ଜିତିପାରିଛି । ଆମ ଓଡିଶାର ଦୁଇ ଜଣ ଖେଳାଳୀ ମଧ୍ୟ ଏହି ଟିମ୍‌ରେ ଅଛନ୍ତି । ଏହା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର କଥା ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ‘ଆମର ଯୁବ ସମାଜ ଉପରେ ମୋର ବହୁତ ଭରସା ଅଛି। ମୋର ପୁରା ବିଶ୍ବାସ, ଯୁବ ସମାଜ ହିଁ ଆଗାମୀ ଦିନରେ ସବୁ କ୍ଷେତ୍ରରେ ଉତ୍କର୍ଷ ହାସଲ କରି, ଆମ ଓଡିଶା ପାଇଁ, ସାରା ଦେଶ ପାଇଁ, ସୁନାମ ଆଣିବେ।’ଏହି କାର୍ଯ୍ୟକ୍ରମରେ ବାଚସ୍ପତି ଶ୍ରୀ ସୂର୍ଯ୍ୟ ନାରାୟଣ ପାତ୍ର କହିଲେ ଯେ ଏହି ଦୁଇଟିଯାକ ପ୍ରକଳ୍ପ ଦିଗପହଣ୍ଡିର ସାମଗ୍ରୀକ ବିକାଶ ଦିଗରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଦିଗପହଣ୍ଡି ଓ ଗଞ୍ଜାମରେ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ବିକାଶମୂଳକ କାର୍ଯ୍ୟକ୍ରମ ଉପରେ ସେ ଆଲୋକପାତ କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ ।

ସୂଚନାଯୋଗ୍ୟ ଯେ ଦିଗପହଣ୍ଡି ଅଞ୍ଚଳରେ ପୂର୍ବରୁ ମାତ୍ର ୫୦୦ ହେକ୍ଟର ଜମିରେ କପା ଚାଷ କରାଯାଉଥିବା ବେଳେ ଏବେ ଏହା ୫୦୦୦ ହେକ୍ଟରେ ପହଞ୍ଚିଛି । ପୂର୍ବରୁ ୪ କ୍ବିଣ୍ଟାଲ ତୁଳା ଅମଳ ହେଉଥିବା ବେଳେ, ଏବେ ୪୪ କ୍ବିଣ୍ଟାଲ ତୁଳା ଅମଳ ହେଉଛି । Cotton Ginning Mill ପାଇଁ ୩.୨୮ କୋଟି ଟଙ୍କା ବିନିଯୋଗ ହୋଇଥିବା ବେଳେ ଏହା ଉଭୟ ଗଞ୍ଜାମ ଓ ଗଜପତି ଜିଲ୍ଲାର କପା ଚାଷୀ ମାନଙ୍କ ପାଇଁ ଏକ ବଡ ବଜାର ସୃଷ୍ଟି କରିପାରିବ। ସେହିପରି ବସ୍‌ ଟର୍ମିନାଲ ଯୋଗୁ ଦିନକୁ ପ୍ରାୟ ୧୦୦ ରୁ ୧୫୦ ବସ୍‌ ଚଳାଚଳ ହୋଇପାରିବ ଏବଂ ଏହାଦ୍ବାରା ଲୋକଙ୍କ ଯାତାୟତରେ ଅନେକ ସୁବିଧା ଆସିପାରିବ ବୋଲି ଜଣାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026
ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026
ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

May 3, 2026
ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026
ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version