No Result
View All Result

ଓଡ଼ିଶା ତାଜା ନ୍ୟୁଜ (୧୫ ଅଗଷ୍ଟ,ରବିବାର) ଦଶପଲ୍ଲା :- ଆମ ଦେଶ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ତଥା ପ୍ଲାଣ୍ଟିନମ୍ ଜୁବୁଲି ଉପଲକ୍ଷେ ନୟାଗଡ ଜିଲ୍ଲା ଦଶପଲ୍ଲା ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ଜାତୀୟ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଆମ ଦେଶ ର ସ୍ଵାଧୀନତା ସଂଗ୍ରାମୀ ମାନଙ୍କ ବୀରତ୍ୱର ଗାଥା ବର୍ଣ୍ଣନା କରିଥିଲେ ।

ଏହି କାର୍ଯ୍ୟକ୍ରମ ରେ ଦଶପଲ୍ଲା ତହସିଲଦାର,ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ,ଥାନା ଅଧିକାରୀ ପ୍ରମୁଖ ଯୋଗଦେଇଥିଲେ । ସେହିପରି ଭାବେ ଦଶପଲ୍ଲା ବିଜୁ ଜନତା ଦଳ ତରଫରୁ ଦଶପଲ୍ଲା ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ ଆୟୋଜିତ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ ।(ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ)

No Result
View All Result