• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୭୫ତମ ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା ; ଦେଶର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନୂଆ ଇତିହାସ

Proprietor Abhimanyu Maharana by Proprietor Abhimanyu Maharana
August 16, 2021
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
୭୫ତମ ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା ; ଦେଶର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନୂଆ ଇତିହାସ
Share on FacebookShare on TwitterWhatsapp

 ଓଡ଼ିଶା ତାଜା ନ୍ୟୁଜ (୧୫ ଅଗଷ୍ଟ ରବିବାର ) ଭୁବନେଶ୍ୱର :- ୭୫ତମ ସ୍ବାଧୀନତା ଦିବସ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଦେଶର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନୂଆ ଇତିହାସ ନୂଆ ରୂପରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ରାଜ୍ୟର ସାଢେ ତିନି କୋଟି ଲୋକ ପାଇବେ ସ୍ମାର୍ଟ ହେଲ୍‌ଥ କାର୍ଡ। ସାରା ଦେଶରେ ପ୍ରଥମ ରାଜ୍ୟ ତଥା ଦେଶର ୨୦୦ରୁ ଅଧିକ ଘରୋଇ ଡାକ୍ତରଖାନାରେ ମିଳିବ ଚିକିତ୍ସା ସୁବିଧା। ପରିବାର ପାଇଁ ପ୍ରତି ବର୍ଷ ପାଞ୍ଚ ଲକ୍ଷ ଓ ମହିଳା ଙ୍କ ପାଇଁ ଦଶ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ।

 ଆଜି ଭୁବନେଶ୍ବର ପଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଅନ୍ୟ ବରପୁତ୍ର ମାନଙ୍କ ଉଦ୍ଦେଶ୍ୟରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଦେଶର ଅଖଣ୍ଡତା ଓ ଶାନ୍ତି ରକ୍ଷା ପାଇଁ ଶହୀଦ ହୋଇଥିବା ଅମର ଜବାନ ଏବଂ କରୋନା ଲଢେଇରେ ଶହୀଦ ହୋଇଥିବା କୋଭିଡ ଯୋଦ୍ଧା ମାନଙ୍କ ପ୍ରତି ମଧ୍ୟ ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ରାଜ୍ୟରେ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ନେଇ ଏକ ଐତିହାସିକ ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ‘ସାରା ଓଡିଶା ମୋ ପରିବାର। ମୋ ପାଇଁ ପ୍ରତି ଜୀବନ ମୂଲ୍ୟବାନ। ଯେତେବେଳେ ଲୋକମାନେ ଚିକିତ୍ସା ପାଇଁ ଜମି ବିକିବା, ସୁନା ବିକିବା ଓ ପିଲାଙ୍କ ପାଠ ବନ୍ଦ କରିବା ଖବର ମିଳେ, ସେତେବେଳେ ମୋତେ ବହୁତ କଷ୍ଟ ଲାଗେ । ଲୋକଙ୍କର ଏହି ଦୁଃଖ ଦୂର କରିବା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ନୂଆ ରୂପରେ ଲାଗୁ କରାଯିବ ବୋଲି ମୁଁ ଘୋଷଣା କରୁଛି ।’

1. ଏଥିପାଇଁ ରାଜ୍ୟର ୯୬ ଲକ୍ଷ ପରିବାର, ସାଢେ ତିନି କୋଟି ଲୋକଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ ମିଳିବ.

2. ସାରା ଓଡିଶାରେ ପର୍ଯ୍ୟାୟକ୍ରମେ ଏହି କାର୍ଡ ଦିଆଯିବ ।

3. ଏଭଳି ସ୍ମାର୍ଟ ହେଲ୍‌ଥ କାର୍ଡ ଦେବାରେ ଓଡିଶା ଦେଶର ପ୍ରଥମ ରାଜ୍ୟ।

4. ଜାତୀୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ଅନ୍ନପୂର୍ଣ୍ଣା ଓ ଅନ୍ତଦ୍ୟୋୟ ହିତାଧିକାରୀ, ସମସ୍ତଙ୍କୁ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ମିଳିବ ।

5. ଏଥିରେ ପରିବାର ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପ୍ରତି ବର୍ଷ ମିଳିବ।

6. ଓଡିଶା ସମେତ ସାରା ଦେଶର ୨୦୦ରୁ ଅଧିକ ବଡ ବଡ ହସ୍‌ପିଟାଲ ଚେନ୍‌ ମାନଙ୍କରେ ଚିକିତ୍ସା ସୁବିଧା ମିଳିବ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ‘ଏହା ସାରା ଦେଶର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି କରିବ । ମୋର ବିଶ୍ବାସ, ମୋର ପ୍ରିୟ ଓଡିଶାବାସୀଙ୍କୁ ସ୍ବାସ୍ଥ୍ୟ ନିରାପତ୍ତା କୁ ଆହୁରି ସୁଦୃଢ କରିବାରେ ଏହି ବ୍ୟବସ୍ଥା ବିଶେଷ ସାହାଯ୍ୟ କରିବ । ରାଜ୍ୟରେ ସ୍ବାସ୍ଥ୍ୟ ସେବା ବିକାଶରେ ଏହା ଏକ ନୂଆ ଯୁଗ ଆରମ୍ଭ କରିବ ।’

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୭୫ ବର୍ଷ ଗୋଟିଏ ଦେଶ ପାଇଁ, ଜାତି ପାଇଁ ବହୁତ ବଡ ସମୟ ନ ହେଲେ ମଧ୍ୟ ଏହାର ବିଶେଷ ଗୁରୁତ୍ବ ରହିଛି। ଭାରତର ଗଣତନ୍ତ୍ରକୁ ଆମର ସବୁଠାରୁ ବଡ ସଫଳତା ଭାବରେ ବର୍ଣ୍ଣନା କରି ଦେଶର ବିକାଶ ପ୍ରକ୍ରିୟାରେ ଏହା ସମସ୍ତଙ୍କୁ ଭାଗୀଦାର କରିବାରେ ସଫଳ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସେ ପୁଣି କହିଥିଲେ ଯେ Investment in Youth is investment in future. ୪୦ ବର୍ଷର ବ୍ୟବଧାନ ପରେ ଭାରତୀୟ ହକି ଟୋକିଓ ଅଲମ୍ପିକ୍‌ସ ରେ ପଦକ ପାଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିବା ସହ ଆମ ଖେଳାଳୀ ମାନଙ୍କ ପାଇଁ ସାରା ଦେଶ ଗର୍ବିତ ବୋଲି କହିଥିଲେ । ଭାରତୀୟ ହକି ଦଳକୁ ବିଶ୍ବର ଶ୍ରେଷ୍ଠ ଦଳ ଭାବରେ ଗଢିତୋଳିବା ପାଇଁ ସବୁପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଚାଲିଥିବା ରୂପାନ୍ତର ବିଷୟରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୫-ଟି ଉପକ୍ରମରେ ପ୍ରଥମ ପର୍ଯ୍ୟାୟରେ ୧୦୭୨ ସ୍କୁଲର ରୂପାନ୍ତର କରାଯାଇଛି । ସେହିପରି ମୋ ସ୍କୁଲ ଅଭିଯାନରେ ୫ ଲକ୍ଷରୁ ଅଧିକ ପୁରାତନ ଛାତ୍ରଛାତ୍ରୀ, ୩୨ ହଜାରରୁ ଅଧିକ ସ୍କୁଲର ବିକାଶ ପାଇଁ ଆଗେଇ ଆସିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ । କୋଭିଡ ମହାମାରୀକୁ ବିଶ୍ବ ଇତିହାସର ସବୁଠାରୁ ବଡ ସ୍ବାସ୍ଥ୍ୟ ସମସ୍ୟା ଭାବରେ ବର୍ଣ୍ଣନା କରି ଏହାର ମୁକାବିଲାରେ ମାନବ ଜାତି ନିଶ୍ଚୟ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ ।

କୋଭିଡ ସମୟରେ ଦେଶର ୧୭ଟି ରାଜ୍ୟକୁ ଦୁଇ ମାସ ଧରି ମେଡିକାଲ ଅକ୍‌ସିଜେନ ନିରନ୍ତର ଭାବରେ ଯୋଗାଇ ଓଡିଶା ବହୁ ମୂଲ୍ୟବାନ ଜୀବନ ବଞ୍ଚାଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହିତ ଏହା ଓଡିଶା ପାଇଁ ଗର୍ବର ବିଷୟ ବୋଲି କହିଥିଲେ । ଓଡିଶାର ଗୌରବମୟ ଭବିଷ୍ୟତ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ଓଡିଶା ବିଭିନ୍ନ କ୍ଷେତ୍ରରେ ବିକାଶର ନୂଆ ନୂଆ ମାଇଲଷ୍ଟୋନ ହାସଲ କରୁଛି । ସମସ୍ତଙ୍କ ସହଯୋଗରେ ଓଡିଶା ଆଗାମୀ ଦିନରେ ତାର ପରିଚୟକୁ ଆହୁରି ଉଜ୍ଜଳ କରିପାରିବ ବୋଲି ଦୃଢ ଆଶା ପୋଷଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

May 8, 2026
ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

May 7, 2026
Taneira celebrates Savitri Vrata with the Inaya collection and exclusive festive offers

ସାବିତ୍ର ଉପଲକ୍ଷେ ତନେଇରା ପକ୍ଷରୁ ‘ଇନାୟା’ କଲେକ୍ସନ : ଆକର୍ଷଣୀୟ ଅଫର ପାଇବେ ଗ୍ରାହକ

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version