• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସଂସ୍କୃତିଙ୍କର ଓଡ଼ିଶୀ ନୃତ୍ୟରେ ଝୁମିଲେ ଆମେରିକୀୟ ଦର୍ଶକ

Proprietor Abhimanyu Maharana by Proprietor Abhimanyu Maharana
August 26, 2021
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ସଂସ୍କୃତିଙ୍କର ଓଡ଼ିଶୀ ନୃତ୍ୟରେ ଝୁମିଲେ ଆମେରିକୀୟ ଦର୍ଶକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୬ ଅଗଷ୍ଟ ଗୁରୁବାର) ଭୁବନେଶ୍ୱର :- ସାନ୍‍ଫ୍ରାନ୍‍ସିସ୍‍କୋ :ଯୁବ ଏବଂ ଉଦୀୟମାନ ନୃତ୍ୟାଙ୍ଗନା ସଂସ୍କୃତି ବେବର୍ତ୍ତାଙ୍କର ରସ ଓ ଲାସ୍ୟ ଭରା ଓଡ଼ିଶୀ ନୃତ୍ୟ ପ୍ରଦର୍ଶନରେ ଆମେରିକାର କଳାପ୍ରେମୀ ଜନସାଧାରଣ ମନ୍ତ୍ରମୁଗ୍ଧ ହୋଇଥିବା ଜଣାଯାଇଛି । ନିକଟରେ ‘ରଙ୍ଗ ପୂଜା’ ଶୀର୍ଷକ ସଂସ୍କୃତିଙ୍କର ମଞ୍ଚ ପ୍ରବେଶ କାର୍ଯ୍ୟକ୍ରମ କାଲିଫର୍ଣ୍ଣିଆର କବ୍ୱରଲେ ଥେଟରଠାରେ ଅନୁଷ୍ଠିତ ହୋଇଥିଲା । ସାନ୍‍ଫ୍ରାନ୍‍ସିସ୍‍କୋସ୍ଥିତ ଜ୍ୟୋତି କଳାମନ୍ଦିର ତରଫରୁ ଆୟୋଜିତ ଏହି ଏକକ ନୃତ୍ୟ ପରିବେଷଣକୁ ଶତାଧିକ ଓଡ଼ିଆ ଓ ଅଣ ଓଡ଼ିଆ ଭାରତୀୟ ତଥା ବିଦେଶୀ ଦର୍ଶକମାନେ ମନଭରି ଉପଭୋଗ କରିବା ସାଙ୍ଗକୁ ବେଶ୍‍ ଆଦୃତ କରିଥିବା

ଦେଖାଯାଇଥିଲା । ପ୍ରେକ୍ଷାଳୟରେ ଖଚାଖଚ୍‍ ଭରା ଦେଖଣାହାରୀ ସୁଶ୍ରୀ ବେବର୍ତ୍ତାଙ୍କର ଆମେରିକାରେ ଏହି ପ୍ରଥମ ଏକକ ନୃତ୍ୟ ପରିବେଷଣ ପ୍ରତି ପ୍ରଥମରୁ ଶେଷ ପର୍ଯ୍ୟନ୍ତ ଖୁବ୍‍ ଉତ୍କଣ୍ଠା ଓ ଆଗ୍ରହ ପ୍ରଦର୍ଶନ କରିଥିବା ପରିଲ୍ଲଖିତ କରାଯାଇଥିଲା । ନୃତ୍ୟାରମ୍ଭ ପୂର୍ବରୁ ପାରମ୍ପରିକ ପ୍ରଥା ଅନୁଯାୟୀ ସଂସ୍କୃତି ତାଙ୍କର ଗୁରୁ ଓଡ଼ିଶୀ ନୃତ୍ୟ ପଟ୍ଟୟସୀ ଜ୍ୟୋତି ରାଉତଙ୍କଠାରୁ ଆଶୀର୍ବାଦ ଭିକ୍ଷା କରିଥିଲେ । ଶ୍ରୀମତୀ ରାଉତ ତାଙ୍କୁ ଶୁଭକାମନା ଜଣାଇବା ସାଙ୍ଗକୁ ତାଙ୍କର ପାଦରେ ଘୁଙ୍ଗୁର ବାନ୍ଧି ଦେଇଥିଲେ । ସଂସ୍କୃତି ସେ ଦିନ ସନ୍ଧ୍ୟାର କାର୍ଯ୍ୟକ୍ରମ ଆରମ୍ଭରେ ଆବାହନୀ ନୃତ୍ୟ ମଙ୍ଗଳାଚରଣ ଭାବରେ ସରସ୍ୱତୀ ବନ୍ଦନା, ଶୁଦ୍ଧ ନୃତ୍ୟ ମୁଦ୍ରା ପଲ୍ଲବୀ, ଅଭିନୟ ସଂରଚନା ଗୀତା

ସାର ଓ ନବରସ ତଥା ସବା ଶେଷରେ ଆତ୍ମା ସହିତ ପରମାତ୍ମାର ମିଳନ ପର୍ବ ମୋକ୍ଷ ପ୍ରଦର୍ଶନ କରିଥିଲେ । ସଂସ୍କୃତିଙ୍କର ପ୍ରତ୍ୟେକ ପ୍ରସ୍ତୁତି ଯଥେଷ୍ଟ ଆକର୍ଷଣୀୟ ଓ ହୃଦୟସ୍ପର୍ଶୀ ଥିଲା ତଥା ଉପସ୍ଥିତ ଦର୍ଶକମାନଙ୍କୁ ଭଗବତ୍‍ ସତ୍ତାର ସୁରାକ ଓ ଐଶ୍ୱରୀକ ଆନନ୍ଦର ଅଫୁରନ୍ତ ଉତ୍ସା୍ୱସ ଦେବାକୁ ସକ୍ଷମ ହୋଇଥିଲା । ବିଶେଷ କରି ତାଙ୍କର ବୈଦ୍ୟୁତିକ ପଦଚାଳନା, ଜୀବନ୍ତ ତଥା ନିଖୁଣ ମୁଖାଭିନୟ ଏବଂ ଅସାଧାରଣ ଭ୍ରୁକୁଞ୍ଚନ, ଉଭୟ ସଂସ୍କୃତି ବିଶାରଦ ଓ ନୃତ୍ୟ ସମୀକ୍ଷକମାନଙ୍କ ଦ୍ୱାରା ଉଚ୍ଚପ୍ରଶଂସିତ ହୋଇଛି । ଗୀତା ସାର ଓ ନବରସ ନୃତ୍ୟ ପରିବେଷଣ ସମୟରେ ତାଙ୍କର ଦକ୍ଷତାପୂର୍ଣ୍ଣ ଓ ମନଲୋଭା

ଅଭିନୟ ସମସ୍ତଙ୍କୁ ବିଭୋର ତଥା ଅଭିଭୂତ କରିବା ସହିତ ସେମାନଙ୍କୁ ଭାବାବେଗର ଦୁନିଆରେ ହଜାଇ ମଜାଇ ଦେଇଥିବା ଅନୁଭବ କରାଯାଇଥିଲା । ସେହିପରି ତାଙ୍କଦ୍ୱାରା ପ୍ରସ୍ତୁତ ମୁଦ୍ରା ପଲ୍ଲବୀର ତାଳେ ତାଳେ ଆମେରିକୀୟ ଦର୍ଶକମାନେ ଝୁମିବାରେ ଲାଗିଥିବାର ଦୃଶ୍ୟ ଏବଂ ଘନଘନ କରତାଳି ବର୍ଷଣ କରୁଥିବାର ଅନୁଭୂତି ଅତ୍ୟନ୍ତ ନିଆରା ଓ ମର୍ମସ୍ପର୍ଶୀ ଥିଲା । ମାତ୍ର ଚାରିବର୍ଷ ବୟସରୁ ସଂସ୍କୃତି, ଗୁରୁ ଗାୟତ୍ରୀ ଯୋଶୀଙ୍କଠାରୁ ଓଡ଼ିଶୀ ଶିକ୍ଷା ଆରମ୍ଭ କରିଥିଲେ । ପରବର୍ତ୍ତୀ କାଳରେ ସେ ଗୁରୁ ଜ୍ୟୋତି ରାଉତ, ଗୁରୁ ନୀଲଞ୍ଜନା ରାୟ ଏବଂ ଗୁରୁ କେଶିନୀ ଦେଶାଇଙ୍କ ଠାରୁ ନୃତ୍ୟ

ନିପୁଣତା ନେଇ ତାଲିମ ଲାଭ କରିଥିଲେ । ଜ୍ୟୋତି କଳା ମନ୍ଦିରର ଅନ୍ୟାନ୍ୟ ସଦସ୍ୟମାନଙ୍କ ସହିତ ସେ ସାନ୍‍ଫ୍ରାନ୍‍ସିସ୍‍କୋର ସମୁଦ୍ର ତଟବର୍ତ୍ତୀ ଇଲାକାରେ ବହୁବାର ନୃତ୍ୟ ପ୍ରଦର୍ଶନ କରିସାରିଛନ୍ତି । ଏହା ସାଙ୍ଗକୁ ୨୦୧୭ ମସିହାରେ ଭୁବନେଶ୍ୱରଠାରେ ସଂସ୍କୃତି, ସମ୍ମାନସ୍ପଦ ଆନ୍ତର୍ଜାତିକ ଓଡ଼ିଶୀ ମହୋତ୍ସବରେ ମଧ୍ୟ ଅଂଶଗ୍ରହଣ କରିବାର ସୌଭାଗ୍ୟ ଲାଭ କରିଛନ୍ତି

। ସେ ଏବେ ବୋଷ୍ଟନ୍‍ ବିଶ୍ୱବିଦ୍ୟାଳୟରେ ଅର୍ଥନୀତିରେ ଡିଗ୍ରୀ ଶିକ୍ଷାର ଦ୍ୱିତୀୟ ବର୍ଷରେ ଅଧ୍ୟୟନ କରୁଛନ୍ତି । ଦୀର୍ଘ ୪ଘଣ୍ଟା ଧରି ଚାଲିଥିବା ‘ରଙ୍ଗ ପୂଜା’ କାର୍ଯ୍ୟକ୍ରମକୁ ସଫଳତାର ସହିତ ଆୟୋଜନ ଓ ସମ୍ପନ୍ନ କରିବାରେ ସଂସ୍କୃତିଙ୍କର ପିତା ଧୀରେନ ମୋହନ ବେବର୍ତ୍ତା, ମାତା ମୋନାଲିସା ବେବର୍ତ୍ତା, ଭାଇ ସାତ୍ତ୍ୱିକ ବେବର୍ତ୍ତା ଏବଂ ମାଉସୀ ଶ୍ରୀଜା ପଟ୍ଟନାୟକ ପ୍ରମୁଖ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ପ୍ରାପ୍ତ ସୂଚନାରୁ ପ୍ରକାଶ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ

ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ

September 28, 2026
କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ

କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ

September 28, 2026
ଗଜପତି:ମହେନ୍ଦ୍ରଗିରିରେ ଅକ୍ଟୋବର ୧ରୁ ୪ ଯାଏଁ ୨୩ତମ ଜାତୀୟ ସ୍ତରୀୟ ମାଉଣ୍ଟେନ୍ ବାଇକ୍ ସାଇକ୍ଲିଂ ଚାମ୍ପିଅନ୍‌ସିପ୍ ଅନୁଷ୍ଠିତ ହେବ

ଗଜପତି:ମହେନ୍ଦ୍ରଗିରିରେ ଅକ୍ଟୋବର ୧ରୁ ୪ ଯାଏଁ ୨୩ତମ ଜାତୀୟ ସ୍ତରୀୟ ମାଉଣ୍ଟେନ୍ ବାଇକ୍ ସାଇକ୍ଲିଂ ଚାମ୍ପିଅନ୍‌ସିପ୍ ଅନୁଷ୍ଠିତ ହେବ

September 28, 2026
HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

‘ଗୋ-ଧନ’ ଜରିଆରେ ଓଡ଼ିଶାର ଦୁଗ୍ଧଚାଷୀଙ୍କୁ ସଶକ୍ତ କରିବ ହଟ୍‌ସନ୍ ଏଗ୍ରୋ

September 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ

ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ

September 28, 2026
କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ

କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ

September 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version