• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

5T ରେ ସ୍କୁଲ ରୂପାନ୍ତରଣ ଦେଶରେ ପ୍ରଥମ ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ର ସବୁ ସରକାରୀ ଉଚ୍ଚ ବିଦ୍ୟାଳୟ ର ରୂପାନ୍ତରୀକରଣ

Proprietor Abhimanyu Maharana by Proprietor Abhimanyu Maharana
August 26, 2021
in ଓଡ଼ିଶା, ମହାନଗର, ହୋମ୍
0
5T ରେ ସ୍କୁଲ ରୂପାନ୍ତରଣ ଦେଶରେ ପ୍ରଥମ ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ର ସବୁ ସରକାରୀ ଉଚ୍ଚ ବିଦ୍ୟାଳୟ ର ରୂପାନ୍ତରୀକରଣ
Share on FacebookShare on TwitterWhatsapp

ତୃତୀୟ ପର୍ଯ୍ୟାୟରେ ଆଜି ହିଞ୍ଜିଳିର ଆଉ ୧୦ଟି ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ସ୍ବପ୍ନ ଓ ସମ୍ଭାବନା ହେଉଛି ଛାତ୍ର ଜୀବନର ପରିଚୟ – ମୁଖ୍ୟମନ୍ତ୍ରୀ

ପରିବର୍ତ୍ତନ ପ୍ରତି ଆଗ୍ରହ ହିଁ ଛାତ୍ରଛାତ୍ରୀ ଙ୍କ ପାଇଁ ସୁଯୋଗ ସୃଷ୍ଟି କରିବ ମୁଖ୍ୟମନ୍ତ୍ରୀ

ସ୍କୁଲ ପରିବେଶ ର ରୂପାନ୍ତର ,ପାଠ ପ୍ରତି ଆମ ଆଗ୍ରହ କୁ ଦ୍ଵିଗୁଣିତ କରିଛି ଛାତ୍ରଛାତ୍ରୀ ।

ଓଡ଼ିଶା ତାଜା ନ୍ୟୁଜ (୨୬ ଅଗଷ୍ଟ ଗୁରୁବାର ) ଭୁବନେଶ୍ୱର :- ସ୍ବପ୍ନ ଓ ସମ୍ଭାବନା ହେଉଛି ଛାତ୍ର ଜୀବନର ପରିଚୟ । ତୁମେମାନେ ବଡ ବଡ ସ୍ବପ୍ନ ଦେଖ । ତୁମ ଭିତରେ ଥିବା ବିପୁଳ ପ୍ରତିଭାକୁ ଉପଯୋଗ କରି ସ୍ବପ୍ନକୁ ସାକାର କର । ତୁମର ସଫଳତା ଆମ ସମାଜର ଗୌରବ । ବିଦ୍ୟାଳୟର ଗୌରବ । ପରିବାରର ଗୌରବ । ତେଣୁ ତୁମ ଜୀବନର ଲକ୍ଷ୍ୟ ପୂରଣ ହେବା ପର୍ଯ୍ୟନ୍ତ ପରିଶ୍ରମ ଜାରି ରଖ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ହିଞ୍ଜିଳିରେ ଆଜି ତୃତୀୟ ପର୍ଯ୍ୟାୟରେ ଆଉ ୧୦ଟି ରୂପାନ୍ତରୀତ ସ୍କୁଲକୁ ଲୋକାର୍ପିତ କରିବା ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ଉଦ୍‌ବୋଧନ ଦେଇ ଏହା କହିଛନ୍ତି ।

ସୂଚନାଯୋଗ୍ୟ ଯେ ଗତ ୨୧ ତାରିଖରେ ରାଜ୍ୟ ସରକାରଙ୍କର ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ ଆରମ୍ଭ ହୋଇଥିଲା । ୫-ଟି ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି । ୫ଟି ପର୍ଯ୍ୟାୟରେ ୫୦ଟି ସ୍କୁଲର ଲୋକାର୍ପଣ କରାଯିବ । ଆଜି ସୁଦ୍ଧା ୩୦ଟି ସ୍କୁଲ ଲୋକାର୍ପିତ ହୋଇଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଏ ରୂପାନ୍ତର ପିଲାମାନଙ୍କ ଉଜ୍ଜଳ ଭବିଷ୍ୟତକୁ ସାକାର କରିବାରେ ପ୍ରୋତ୍ସାହିତ କରିବ। ପିଲାମାନଙ୍କ ଖୁସି ଓ ଉତ୍ସାହରେ ସନ୍ତୋଷ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍କୁଲଗୁଡିକର ଏହି ନୂଆ ସୁଯୋଗ ଓ ନୂଆ ପରିବେଶ ପିଲାମାନଙ୍କୁ ସ୍କୁଲକୁ ଆସିବାପାଇଁ ଓ ପାଠ ପଢିବା ପାଇଁ ଆଗ୍ରହ ସୃଷ୍ଟି କରିପାରିଛି । ପିଲାମାନଙ୍କର ଏହି ଆଗ୍ରହ ହିଁ ସେମାନଙ୍କ ସଫଳତା ପାଇଁ ନୂଆ ରାସ୍ତା ଖୋଲିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଆଜି ଲୋକାର୍ପିତ ହୋଇଥିବା ବିଦ୍ୟାଳୟ ଗୁଡିକ ହେଉଛି –

(1) ଗଣେଷ ବିଦ୍ୟାପୀଠ, ଗଣ୍ଡୋଳ ପଞ୍ଚାୟତ ।
(2) କୃଷ୍ଣଛାଇ ହାଇସ୍କୁଲ, କୃଷ୍ଣଛାଇ ପଞ୍ଚାୟତ
(3) ଅଲପୁର ହାଇସ୍କୁଲ, ରଲବା ପଞ୍ଚାୟତ
(4) ପଞ୍ଚାୟତ ହାଇସ୍କୁଲ, ଅଲାରିଗଡା ପଞ୍ଚାୟତ
(5) ସରକାରୀ ହାଇସ୍କୁଲ, କଞ୍ଚୁରେ ପଞ୍ଚାୟତ
(6) ଧବଳପୁର ହାଇସ୍କୁଲ, ଧବଳପୁର ପଞ୍ଚାୟତ
(7) ସମଲାଇ ବିଦ୍ୟାପୀଠ, ପୋଡିଙ୍ଗି, ବୁରୁପଡା ପଞ୍ଚାୟତ
(8) ଗୋବିନ୍ଦପୁର ହାଇସ୍କୁଲ, ଗୋବିନ୍ଦପୁର ପଞ୍ଚାୟତ
(9) କୁରୁଲା ସରକାରୀ ହାଇସ୍କୁଲ, କୁରୁଲା ପଞ୍ଚାୟତ
(10) ସାରୁ ହାଇସ୍କୁଲ, ସାରୁ ପଞ୍ଚାୟତ

କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଛାତ୍ର ଜୀବନ ହେଉଛି ସବୁଠାରୁ ମୂଲ୍ୟବାନ ସମୟ । ତେଣୁ ଏହି ସମୟର ସଦୁପଯୋଗ କରି ନିଜ ପ୍ରତିଭାର ବିକାଶ ପାଇଁ ପିଲାମାନେ ଉଦ୍ୟମ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ । ୫-ଟି କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରି ଏହାର ପ୍ରତ୍ୟେକ ନୀତିର ପ୍ରୟୋଗରେ କିପରି ବିଦ୍ୟାଳୟ ରୂପାନ୍ତରଣ କରାଯାଇଛି, ସେ ସଂପର୍କରେ ମୁଖ୍ୟମନ୍ତ୍ରୀ ବୁଝାଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିରେ ଆରମ୍ଭ ହୋଇଥିବା ଏହି ରୂପାନ୍ତରଣ କାର୍ଯ୍ୟ ସାରା ରାଜ୍ୟରେ ପ୍ରତିଫଳିତ ହେବ। ଓଡିଶାର ସବୁ ସ୍କୁଲରେ ଆସିବ ରୂପାନ୍ତରଣ। ଅତିଥି ଭାବରେ ଯୋଗ ଦେଇଥିବା ମନ୍ତ୍ରୀମଣ୍ଡଳର ସଦସ୍ୟବୃନ୍ଦ ଓ ବିଧାୟକ ମାନଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିର ସ୍କୁଲ ମାନଙ୍କର ଏ ରୂପାନ୍ତରଣ ସମସ୍ତଙ୍କ ପାଇଁ ଏକ ଶିକ୍ଷଣୀୟ ଉଦାହରଣ।

ଜନପ୍ରତିନିଧି ଭାବରେ ସେମାନେ ସମାଜର ସବୁ କ୍ଷେତ୍ରରେ ଏପରି ପରିବର୍ତ୍ତନ ଆଣିବା ପାଇଁ ଉଦ୍ୟମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ପରିଶେଷରେ ଜନସାଧାରଣ ରୂପାନ୍ତରଣ ହୋଇଥିବା ସ୍କୁଲ ଗୁଡିକର ଯତ୍ନ ନିଜ ସଂପତ୍ତି ପରି ନେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଥିଲେ ।

ସୂଚନାଯୋଗ୍ୟ ଯେ ଗୋଟିଏ ନିର୍ବାଚନ ମଣ୍ଡଳୀ ର ସମସ୍ତ ସରକାରୀ ବିଦ୍ୟାଳୟ ର ରୂପାନ୍ତରୀକରଣ ରେ ହିଞ୍ଜିଳି ସାରା ଦେଶରେ ପ୍ରଥମ । 5T ସଚିବ  ଶ୍ରୀ ଭିକେ ପାଣ୍ଡିଆନ୍ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ନିକିତା , ସ୍ମୃତି ରାଣୀ, ଶିବାନୀ ,ଅଞଳି ,ଶାଶ୍ବତୀ ସମୀରଣ ,ପୂର୍ଣ୍ଣଚନ୍ଦ୍ର ପ୍ରମୁଖ ଛାତ୍ରଛାତ୍ରୀ ରୂପାନ୍ତର କିପରି ପାଠ ପ୍ରତି ସେମାନଙ୍କ ଆଗ୍ରହ ଦ୍ବିଗୁଣିତ କରିଛି ତାହା ବର୍ଣ୍ଣନା କରିଥିଲେ ।

ଏହି ଅବସରରେ ୧୦ଟି ଯାକ ସ୍କୁଲରେ ଆୟୋଜିତ ହୋଇଥିଲା ସ୍ବତନ୍ତ୍ର କାର୍ଯ୍ୟକ୍ରମ। ଯୋଗ ଦେଇଥିଲେ ମନ୍ତ୍ରୀଶ୍ରୀ ବିକ୍ରମ କେଶରୀ ଆରୁଖ ଶ୍ରୀ ଅରୁଣ ସାହୁ , ଶ୍ରୀ ତୁଷାର କାନ୍ତି ବେହେରା ସରକାରୀ ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ । ଏମ୍ ପି ପ୍ରମିଳା ବିଶୋଇ , ବିଧାୟକଗଣ, ସରପଞ୍ଚ, ପଞ୍ଚାୟତ ସଦସ୍ୟ, ସ୍କୁଲର ପୁରାତନ ଛାତ୍ରଛାତ୍ରୀ, ବର୍ତ୍ତମାନର ଛାତ୍ରଛାତ୍ରୀ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ । ଗଞ୍ଜାମ ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026
 Pattamundai set to host Birth Anniversary of Baraha Samal 

 Pattamundai set to host Birth Anniversary of Baraha Samal 

June 14, 2026
ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026
ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

June 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026
 Pattamundai set to host Birth Anniversary of Baraha Samal 

 Pattamundai set to host Birth Anniversary of Baraha Samal 

June 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version