No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୩ ସେପ୍ଟେମ୍ବର ଶୁକ୍ରବାର )ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧିନରେ ଥିବା ପାଟୁଳି ସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ଅନୁପମା ସାହୁ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ପୋଷାକ ବିତରଣ ଉତ୍ସବ ରେ ସରପଞ୍ଚ ମାଳତୀ ସାହୁ ଯୋଗ ଦେଇଥିବା
ବେଳେ ସମ୍ମାନୀତ ଅତିଥି ଭାବେ ନୀଳାଦ୍ରି ପୁର କ୍ଳଷ୍ଟର ସି ଆର୍ ସି ସି ବିଜୟ କୁମାର ବେହେରା, ସଂପଡ଼ା କ୍ଳଷ୍ଟର ସି ଆର୍ ସି ସି ନରେନ୍ଦ୍ର କୁମାର ବେହେରା , ବିଦ୍ୟାଳୟ ପରିଚାଳନା କମିଟି ସଭାପତି ନବ କିଶୋର ସାହୁ ପ୍ରମୁଖ ଯୋଗ ଦେଇଥିଲେ । ୯୮ ଜଣ ଅଭିଭାବକ ଙ୍କୁ ପୋଷାକ ବିତରଣ କରାଯାଇଥିଲା । ପୋଷାକ ବିତରଣ ରେ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ । ( ରିପୋର୍ଟ – ପୁଷ୍ପଲତା ପ୍ରଧାନ )
No Result
View All Result