• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମା’ ସମଲେଶ୍ୱରୀ ପୀଠରେ ଲାଇଟ୍ ଆଣ୍ଡ ସାଉଣ୍ଡକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ : ‘ନୂଆଁଖାଇ ଭେଟଘାଟ’ରେ କଳା ଓ ସଂସ୍କୃତିର ଝଲକ ଦେଖାଇଲେ କଳାକାର

Proprietor Abhimanyu Maharana by Proprietor Abhimanyu Maharana
September 11, 2021
in ଓଡ଼ିଶା, ବରଗଡ଼, ହୋମ୍
0
ମା’ ସମଲେଶ୍ୱରୀ ପୀଠରେ ଲାଇଟ୍ ଆଣ୍ଡ ସାଉଣ୍ଡକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ : ‘ନୂଆଁଖାଇ ଭେଟଘାଟ’ରେ କଳା ଓ ସଂସ୍କୃତିର ଝଲକ ଦେଖାଇଲେ କଳାକାର
Share on FacebookShare on TwitterWhatsapp

ଭର୍ଚୁଆଲ ମୋଡରେ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ଭିଡିଓ ବାର୍ତ୍ତାରେ କହିଛନ୍ତି ଯେ, ସମ୍ବଲପୁରୀ ଭାଷାରେ ମିଠାସ୍ ରହିଛି ।

ଓଡ଼ିଶା ତାଜା ନ୍ୟୁଜ (୧୧ ସେପ୍ଟେମ୍ବର ଶନିବାର ) ସମ୍ବଲପୁର :- ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆଜି ମା’ ସମଲେଶ୍ୱରୀ ମନ୍ଦିରରେ ଲାଇଟ୍ ଆଣ୍ଡ ସାଉଣ୍ଡ୍ ଶୋ’କୁ ଉଦଘାଟନ କରିଛନ୍ତି। ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ‘ନୂଆଁଖାଇ ଜୁହାର’ ଜଣାଇବା ସହ ଏହି ଲାଇଟ୍ ଆଣ୍ଡ ସାଉଣ୍ଡ୍ ଶୋ’ ଏଠାକୁ ଆସୁଥିବା ଭକ୍ତମାନଙ୍କୁ ସମ୍ବଲପୁର ତଥା ଓଡ଼ିଶାର ଗୌରବମୟ ଇତିହାସ ବିଷୟରେ ପରିଚିତ କରାଇବ ବୋଲି କହିଛନ୍ତି ।

ଭର୍ଚୁଆଲ ମୋଡରେ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ଭିଡିଓ ବାର୍ତ୍ତାରେ କହିଛନ୍ତି ଯେ, ସମ୍ବଲପୁରୀ ଭାଷାରେ ମିଠାସ୍ ରହିଛି । ସମ୍ବଲପୁରୀ ଭାଷାରେ ଆମର ବନ୍ଧୁମାନେ ଯେତେବେଳେ କଥା ହୁଅନ୍ତି ତାହା ତାଙ୍କୁ ବହୁତ ଭଲ ଲାଗେ । ସମ୍ବଲପୁରୀ ଗୀତ ସାରା ଦେଶରେ ପ୍ରସିଦ୍ଧ। ସମ୍ବଲପୁରୀ ନୃତ୍ୟ ଓ ଗୀତ ଅତି ମନଛୁଆଁ । ସମ୍ବଲପୁରୀ ଶାଢ଼ୀ କେବଳ ଓଡ଼ିଶାରେ ନୁହେଁ ସାରା ଭାରତର ଗୌରବ ବୃଦ୍ଧି କରିଛି ।
କବି ଗଙ୍ଗାଧର ମେହେରଙ୍କ ଅମରକୃତି ଓଡ଼ିଆ ଭାଷା ଓ ସାହିତ୍ୟକୁ କାଳଜୟୀ କରିଛି । ସଂଗ୍ରାମ ଓ ସଂସ୍କୃତିର ମହାନପୀଠ ହେଉଛି ସମ୍ବଲପୁର ।

ଦେଶ ଓ ଜାତି ପାଇଁ ବୀରସୁରେନ୍ଦ୍ର ସାଏଙ୍କ ତ୍ୟାଗ ଓ ସଂଗ୍ରାମ ତାଙ୍କୁ କିମ୍ବଦନ୍ତୀ କରି ଗଢ଼ିଛି । ସେ ଥିଲେ ଅଜେୟ । ହୀରାକୁଦଠାରୁ ଆରମ୍ଭ କରି ଦେବ୍ରିଗଡ଼ ଅଭୟାରଣ୍ୟ, ହୁମାଗଙ୍ଗ ମନ୍ଦିର, ହରିଶଙ୍କର, ନୃସିଂହନାଥ- ଏସବୁ ହେଉଛି ଆମ ଓଡ଼ିଶାର ପ୍ରତିଷ୍ଠିତ ଧାର୍ମିକ ପର୍ଯ୍ୟଟନ ସ୍ଥଳୀ । ନୃସିଂହନାଥ ଓ ହରିଶଙ୍କର ମନ୍ଦିରର ବିକାଶ ପାଇଁ ଆମେ ଯୋଜନା କରିଛୁ । ସମଲେଶ୍ୱରୀ ପୀଠର ବିକାଶ ପାଇଁ କାମ ଆରମ୍ଭ ହୋଇଛି । ଏହି ରୂପାନ୍ତରଣରେ ସବୁଠୁ ଅଧିକ ଉପକାର ପାଇବେ ସ୍ଥାନୀୟ ଲୋକମାନେ ।

ଏହି ରୂପାନ୍ତରର ଲକ୍ଷ୍ୟ ହେଉଛି – ଆମ ସଂସ୍କୃତି, ପରମ୍ପରାକୁ ବିଶ୍ୱମୁଖୀ କରି ଅର୍ଥନୀତିକୁ ସମୃଦ୍ଧ କରିବା । ମା’ ସମଲେଶ୍ୱରୀ ପୀଠକୁ ଲକ୍ଷଲକ୍ଷ ଭକ୍ତ ଆସୁଛନ୍ତି । ଏହି ରୂପାନ୍ତରଣ ସେମାନଙ୍କୁ ପବିତ୍ର ଅନୁଭବ ଦେବାରେ ସାହାଯ୍ୟ କରିବ । ଆପଣମାନଙ୍କ ସମସ୍ତଙ୍କ ସହଯୋଗରେ ଏହି କାର୍ଯ୍ୟକ୍ରମ ଖୁବଶୀଘ୍ର ଆଗକୁ ବଢ଼ିବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ବିଶ୍ୱାସ ବ୍ୟକ୍ତ କରିଛନ୍ତି ।

ଏହି ଉଦଘାଟନ କାର୍ଯ୍ୟକ୍ରମରେ ମାନ୍ୟବର ପର୍ଯ୍ୟଟନ, ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ , ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ଶ୍ରୀମୟୀ ମିଶ୍ର, ମା’ ସମଲେଶ୍ୱରୀ ମନ୍ଦିର ଟ୍ରଷ୍ଟ ସଭାପତି ସଞ୍ଜୟ କୁମାର ବାବୁ, ପୂର୍ବତନ ବିଧାୟିକା ଡାକ୍ତର ରାସେଶ୍ବରୀ ପାଣିଗ୍ରାହୀ, ସମ୍ବଲପୁର ଜିଲ୍ଲାପାଳ ଶୁଭମ୍ ସାକସେନା, ଓଟିଡିସି ଜେନେରାଲ ମ୍ୟାନେଜର ଶାନ୍ତନୁ କୁମାର ମହାନ୍ତି,ସମ୍ବଲପୁର ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ(ଡିଆରଡିଏ), ସମ୍ବଲପୁର ଉପଜିଲ୍ଲାପାଳ ମୟୂର ସୂର୍ଯ୍ୟବଂଶୀ, ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ହେମନ୍ତ ପ୍ରଧାନଙ୍କ ସମେତ ବରିଷ୍ଠ ପଦାଧିକାରୀମାନେ ଯୋଗ ଦେଇଥିଲେ ।

ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଏହି ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ’ ନିମନ୍ତେ ସାଢ଼େ ୭କୋଟି ଟଙ୍କା ବ୍ୟୟ କରାଯାଇଛି । ପ୍ରାୟ ୩୭ମିନିଟର ଏହି ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ’କୁ ଉଭୟ ଓଡ଼ିଆ ଓ ହିନ୍ଦି ଭାଷାରେ ଶ୍ରଦ୍ଧାଳୁମାନେ ଉପଭୋଗ କରିପାରିବେ । ସମ୍ବଲପୁର ଓ ଷୋଡ଼ଶ ଶତାବ୍ଦୀର ପ୍ରସିଦ୍ଧ ଏହି ମା’ ସମଲେଶ୍ୱରୀ ମନ୍ଦିରର ଗୌରବମୟ ଇତିହାସ ସମ୍ପର୍କରେ ଶ୍ରଦ୍ଧାଳୁମାନେ ଜାଣିବାର ସୁଯୋଗ ପାଇବେ । ସମ୍ବଲପୁର ବିଶ୍ୱବିଦ୍ୟାଳୟର ଇତିହାସ ବିଭାଗର ଅଧ୍ୟାପକମାନଙ୍କର ଗବେଷଣାତ୍ମକ ତଥ୍ୟକୁ ଏହି ଶୋ’ରେ ଜୀବନ୍ତ ରୂପ ଦେବାକୁ ପ୍ରୟାସ କରାଯାଇଛି । ପଦ୍ମ ପୁରସ୍କାରପ୍ରାପ୍ତ କବି ଶ୍ରୀଯୁକ୍ତ ହଳଧର ନାଗଙ୍କ କବିତା ଓ ପଙ୍କଜ ଜାଲଙ୍କ ସଙ୍ଗୀତ ଏହାକୁ ଅଧିକ ମନ୍ତ୍ରମୁଗ୍ଧ ଓ ପବିତ୍ର ସ୍ପର୍ଶ ଦେଇଛି ।

ନୂଆଁଖାଇ ଅବସରରେ ପଶ୍ଚିମଓଡ଼ିଶାର କଳାକାରମାନଙ୍କୁ ନେଇ ଭର୍ଚୁଆଲ ମୋଡରେ ସାଂସ୍କୃତିକ କାର୍ଯ୍ୟକ୍ରମ ‘ନୂଆଁଖାଇ ଭେଟଘାଟ’ ଅନୁଷ୍ଠିତ ହେଉଛି । ପଶ୍ଚିମ ଓଡ଼ିଶାର ୫ଟି ଜିଲ୍ଲାର ୯ଟି ଟିମ୍ ଏହି ଲୋକନୃତ୍ୟ, କଳା ଓ ସଂସ୍କୃତିର ପ୍ରଦର୍ଶନ କରିଛନ୍ତି । ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ସହଯୋଗ ଓ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି)ର ଉଦ୍ୟମରେ ଏହି ନୂଆଁଖାଇ ଭେଟଘାଟରେ ପଶ୍ଚିମଓଡ଼ିଶାର କଳାକାରମାନେ ନିଜ ଅଂଚଳର ପାରମ୍ପରିକ ନୃତ୍ୟ ଓ ଗୀତ ପରିବେଷଣ କରିଥିଲେ । ଯାହାକୁ ସମସ୍ତେ ଟେଲିଭିଜନ ମାଧ୍ୟମରେ ଦେଖିବାର ସୁଯୋଗ ପାଇପାରିବେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026
ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

June 18, 2026
କଟକ ସଦର ବିଧାୟକଙ୍କ ଦ୍ୱାରା ବରିଷ୍ଠ କଳାକାର ସର୍ବେଶ୍ୱର ମିଶ୍ର ସମ୍ବର୍ଦ୍ଧିତ

କଟକ ସଦର ବିଧାୟକଙ୍କ ଦ୍ୱାରା ବରିଷ୍ଠ କଳାକାର ସର୍ବେଶ୍ୱର ମିଶ୍ର ସମ୍ବର୍ଦ୍ଧିତ

June 18, 2026
ଚତୁର୍ଥ ବସୁମତି ସ୍ନାନ ବା ଠାକୁରାଣୀ ବୁଡ଼ ପାଳନ

ଚତୁର୍ଥ ବସୁମତି ସ୍ନାନ ବା ଠାକୁରାଣୀ ବୁଡ଼ ପାଳନ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026
ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

June 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version