No Result
View All Result
୪ ଫୁଟ୍ ଉଚ୍ଚତା ଭିତରେ ମୂର୍ତ୍ତି ତିଆରି କରାଯିବ : ଶାନ୍ତି କମିଟି ବୈଠକରେ ନିଷ୍ପତ୍ତି ହୋଇଥିଲା ।

ଓଡ଼ିଶା ତାଜା ନ୍ୟୁଜ୍ (୧୯ ସେପ୍ଟେମ୍ବର ରବିବାର ) କଟକ :- କରୋନାର ସମ୍ଭାବ୍ୟ ତୃତୀୟ ଲହରକୁ ଦେଖି ରାଜ୍ୟ ସରକାର ପାର୍ବଣ ଗାଇଡ୍ଲାଇନ୍ ଜାରି କରିଥିଲେ । ମୂର୍ତ୍ତିର ଉଚ୍ଚତା ୪ ଫୁଟ ଭିତରେ ସୀମିତ ରଖିବା ପାଇଁ ସରକାର ନିଷ୍ପତ୍ତି ନେଇଥିଲେ । ସରକାରଙ୍କ ଏପରି ନିଷ୍ପତ୍ତି ହାସ୍ୟାସ୍ପଦ ବୋଲି ବିଭିନ୍ନ ପୂଜା କମିଟି ସଦସ୍ୟ ଓ ବିରୋଧୀ କଂଗ୍ରେସ ଏବଂ ବିଜେପି କହିଥିଲେ ।

କଟକରେ ଦୁର୍ଗା ମୂର୍ତ୍ତି ଉଚ୍ଚତାକୁ ବଢ଼ାଇବା ପାଇଁ ୧୩ ତାରିଖରେ କଟକ ବନ୍ଦ ଡାକରା ଦେଇଥିଲା ବିଜେପି । ହେଲେ କଟକରେ ଦୁର୍ଗା ମୂର୍ତ୍ତି ଉଚ୍ଚତା ବିବାଦର ଅନ୍ତ ଘଟିଛି । ହାଇକୋର୍ଟଙ୍କ ନିର୍ଦ୍ଦେଶ ଏବଂ ରାଜ୍ୟ ସରକାରଙ୍କ ଗାଇଡଲାଇନକୁ ମାନିବା ପାଇଁ ଶାନ୍ତି କମିଟି ବୈଠକରେ ନିଷ୍ପତ୍ତି ହୋଇଥିଲା l

ହାଇକୋର୍ଟରୁ ବାଲୁବଜାର ପୂଜା କମିଟିକୁ ଝଟକା ମିଳିବାର ପରେ ସହରର ପୂଜା କମିଟି ଏବଂ ଶାନ୍ତି କମିଟି ପକ୍ଷରୁ ଗତକାଲି ଆଭ୍ୟନ୍ତରୀଣ ବୈଠକ ବସିଥିଲା । କଟକ ମହାନଗର ଶାନ୍ତି କମିଟି ସଭାପତି ଦେବେନ୍ଦ୍ର ସାହୁ କହିଛନ୍ତି, ୪ ଫୁଟ୍ ଉଚ୍ଚତା ଭିତରେ ମୂର୍ତ୍ତି ତିଆରି କରି ମା’ଙ୍କ ପୂଜା କରାଯିବ l ସେ କହିଛନ୍ତି, ହାଇକୋର୍ଟଙ୍କ ରାୟକୁ ସମ୍ମାନ ଜଣାଇଛୁ । ସରକାର ଜାରି କରି ଥିବା ଏସଓପି ଅନୁସାରେ ପୂଜା କରାଯିବ । କେତେକ ପୂଜା ମଣ୍ଡପ କର୍ମକର୍ତ୍ତା ଶାନ୍ତି କମିଟି ବୈଠକରେ ଅସନ୍ତୋଷ ଜାହିର କରିବା ସହ ଘଟପୂଜା ପାଇଁ ପ୍ରସ୍ତାବ ଦେଇଥିବା ବେଳେ ଆଉ କିଛି ପୂଜା କମିଟି ୪ ଫୁଟ ମୂର୍ତ୍ତି ତିଆରି କରି ପୂଜା କରିବାକୁ ନିଷ୍ପତ୍ତି ନେଇଥିଲେ ।
No Result
View All Result