No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୨୦ ସେପ୍ଟେମ୍ବର ସୋମବାର ) ବରଗଡ଼ :- ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷଠାର ଆଜି ଶିଶୁ ପାଇଁ ଦିନ ଟିଏ ଶିକ୍ଷକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମୁକ୍ତା ସାହୁ ଯୋଗ ଦେଇ ଶିଶୁ ମାନଙ୍କ ସୁରକ୍ଷା ନିମନ୍ତେ ସମସ୍ତ ବିଭାଗ ସମନ୍ବୟ ର ସହ କାର୍ଯ୍ୟ କରିବା ଉଚିତ ବୋଲି କହିଥିଲେ । ସେହିପରି ସଭା ରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ସଚିବ ନିଳିମା ପଣ୍ଡା, ଜିଲ୍ଲା ସମାଜ,ମଙ୍ଗଳ ଅଧିକାରୀ, ମୁଖ୍ୟ ଚିକିତ୍ସାଧିକାରୀ,
ଉପଖଣ୍ଡ ପୋଲିସ ଅଧିକାରୀ ପ୍ରମୁଖ ଆଲୋଚନା ରେ ଅଂଶଗ୍ରହଣ କରି ଶିଶୁ ସୁରକ୍ଷା ଉପରେ ଗୁରୁତ୍ବ ଦେବାକୁ କହିଥିଲେ। ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ମଞ୍ଜୁ ଏକ୍କା ସ୍ବାଗତ ଭାଷଣ ଦେବା ସହ ସଭା ପରିଚାଳନା କରିଥିଲେ। ଏଥିରେ ପାଓ୍ବାର ପଏଣ୍ଟ ମାଧ୍ୟମରେ ଜିଲ୍ଲା ରେ ଶିଶୁ ସୁରକ୍ଷା ପାଇଁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଉପସ୍ଥିତ ସମସ୍ତଙ୍କୁ ଅବଗତ କରାଇଥିଲେ। ଆଲୋଚନା ସଭା ରେ ଶିଶୁ ସୁରକ୍ଷା ପାଇଁ କାର୍ଯ୍ୟ କରୁଥିବା ବିଭିନ୍ନ ସ୍ବେଛାସେବୀ ସଂସ୍ଥା ର ପ୍ରତିନିଧି ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ । (ସତ୍ୟ ନାରାୟଣ ପ୍ରଧାନ )
No Result
View All Result